ମାଈ ହାତୀର ଗଳିତ ମୃତଦେହ ଜବତ ଘଟଣା: ତଦନ୍ତ କଲା ମିଳିତ ଟାସ୍କଫୋର୍ସ

ଚମ୍ପୁଆ,୬।୧୨(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ କାଳିକାପ୍ରସାଦ ରିଜର୍ଭ ଫରେଷ୍ଟରେ ୩୦ ବର୍ଷୀୟ ମାଈ ହାତୀର ଗଳିତ ମୃତଦେହ ଜବତ ଘଟଣାରେ ମଙ୍ଗଳବାର ଜଏଣ୍ଟ୍‌ ଟାସ୍କ ଫୋର୍ସ(ଜେଟିଏଫ୍‌) ଟିମ୍‌ ତଦନ୍ତ କରିଛି। ଟିମ୍‌ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଛି। ଘଟଣାରେ ବିଦ୍ୟୁତ୍‌ ବିଭାଗୀୟ ଅଧିକାରୀମାନେ ମଧ୍ୟ ନିରୀକ୍ଷଣ କରିଛନ୍ତି।
ଯେ, ରିଜର୍ଭ ଫରେଷ୍ଟ ଚେଙ୍ଗଯୋଡ଼ାଠାରେ ହାତୀ ମୃତ୍ୟୁର କାରଣ ବିଦ୍ୟୁତ୍‌ ଜନିତ ହୋଇଥିବା ବନ ବିଭାଗ ସନ୍ଦେହ କରୁଛି। ମାତ୍ର ବିଦ୍ୟୁତ୍‌ ବିଭାଗ ଏହାକୁ ଖଣ୍ଡନ କରୁଛି। ଏହାକୁ ନେଇ ବନ ବିଭାଗ ତଦନ୍ତକାରୀ ଟିମ୍‌ ନମୁନା ସଂଗ୍ରହ କରିବା ସହ ବିଭିନ୍ନ ଦିଗ ପ୍ରତି ଦୃଷ୍ଟି ରଖିଛି। ବିଦ୍ୟୁତ୍‌ ବିଭାଗ ପକ୍ଷରୁ ମଧ୍ୟ ହାତୀ ମରିପଡ଼ିଥିବା ସ୍ଥାନରୁ ୩୩ କେଭି ଖୁଣ୍ଟ୍‌କୁ ମାପଚୁପ କରାଯାଇଥିଲା। ପରେ ବନ ବିଭାଗ ପକ୍ଷରୁ ନମୁନା ସଂଗ୍ରହ କରାଯାଇ ଉକ୍ତ ଜଙ୍ଗଲରେ ଗାତ ଖୋଳାଯାଇ ଗଳିତ ହାତୀ ମୃତଦେହକୁ ପୋତାଯାଇଥିଲା। ତଦନ୍ତ ବେଳେ ଜେଟିଏଫ୍‌ ସଦସ୍ୟ ଶ୍ରୀରାମପଦ ଅରୋବିନ୍ଦ ମିଶ୍ର, ଆର୍‌ସିସିଏଫ୍‌ ଅରୁଣ ମିଶ୍ର, ସହକାରୀ ବନ ସଂରକ୍ଷକ ଅଶୋକ ଦାସ, କେନ୍ଦୁଝର ବନଖଣ୍ଡ ଅଧିକାରୀ ଡିଡି ହନୁମନ୍ତ, ଚମ୍ପୁଆ ବନାଞ୍ଚଳ ଅଧିକାରୀ ଅକ୍ଷୟ ଛତ୍ରିଆ ପ୍ରମୁଖ ଉପସ୍ଥିତ ଥିଲେ। ବିଦ୍ୟୁତ୍‌ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ରଶ୍ମିରଞ୍ଜନ ବେହେରା, ନିର୍ବାହୀଯନ୍ତ୍ରୀ ମନୋରଞ୍ଜନ ଜେନା, ଚମ୍ପୁଆ ବିଦ୍ୟୁତ୍‌ ବିଭାଗ ଅଧିକାରୀ ନାରାୟଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ମୃତ ହାତୀଟିର ନମୁନା ଓୟୁଏଟି ପଠାଯିବା ସହ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ବନବିଭାଗ ସୂଚନା ଦେଇଛି। ଏ ନେଇ ବନଖଣ୍ଡ ଅଧିକାରୀ ହନୁମନ୍ତ କହିଛନ୍ତି, ଏହା ଏକ ଦୁଃଖଦ ଘଟଣା। ତଦନ୍ତ ଚାଲିଛି, ପରେ ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri