୧୫୩୮ ଶିକ୍ଷାନୁଷ୍ଠାନ ପରିସରରୁ ହଟିଲା ଟ୍ରାନ୍ସଫର୍ମର

ବାଲେଶ୍ୱର,୬।୧୨(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ଗୋଲେଇସ୍ଥିତ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏନ୍‌ଓଡିଏଲ୍‌) ବିଦ୍ୟୁତ୍‌ ସେବା ବିତରଣରେ ସୁରକ୍ଷା ତଥା ନିରାପତ୍ତାକୁ ସର୍ବଦା ପ୍ରାଥମିକତା ଦେଉଛି। ବିଶେଷତଃ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ସୁରକ୍ଷା ପ୍ରତି ଅଧିକ ଗୁରୁତ୍ୱ ଦେଉଛି। ଏହି କ୍ରମରେ ଟିପିଏନ୍‌ଓଡିଏଲ୍‌ ୧୫୩୮ଟି ବିଦ୍ୟାଳୟ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିସରରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଗୁଡ଼ିକୁ ଅନ୍ୟତ୍ର ସ୍ଥାନାନ୍ତର କରିଛି। ନିରାପତ୍ତା ପାଇଁ ସୁରକ୍ଷା ପ୍ରାଚୀର ମଧ୍ୟ ନିର୍ମାଣ କରାଯାଇଥିବା ଟିପିଏନ୍‌ଓଡିଏଲ୍‌ ସିଇଓ ଭାସ୍କର ସରକାର ମଙ୍ଗଳବାର ଏକ ପ୍ରେସ୍‌ ବିବୃତ୍ତିରେ ଜଣାଇଛନ୍ତି।
ଅନୁଯାୟୀ, ବାଲେଶ୍ୱର ଜିଲାରେ ୪୬୭ଟି ବିଦ୍ୟାଳୟ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିସରରୁ ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଗୁଡ଼ିକୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବାବେଳେ ଯାଜପୁରରେ ୪୦୬ଟି ଶିକ୍ଷାନୁଷ୍ଠାନ ପରିସରରୁ ଟ୍ରାନ୍ସଫର୍ମରଗୁଡ଼ିକୁ ସ୍ଥାନାନ୍ତର କରାଯାଇଛି। ସେହିପରି କେନ୍ଦୁଝରରେ ୩୨୧ଟି, ଭଦ୍ରକରେ ୨୧୭ ଏବଂ ମୟୂରଭଞ୍ଜର ୧୨୭ଟି ଶିକ୍ଷାନୁଷ୍ଠାନରୁ ଟ୍ରାନ୍ସଫର୍ମରଗୁଡ଼ିକୁ ସ୍ଥାନାନ୍ତର କରାଯାଇଛି। ପିଲାମାନଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ଗ୍ରହଣ କରାଯାଇଥିବା ଟିପିଏନ୍‌ଓଡିଏଲ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri