ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୩ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୨ ହଜାର ୪୭୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୯ ଆକ୍ରାନ୍ତ ଥିବା ବେଳେ ଭଦ୍ରକରୁ ୩, ବଲାଙ୍ଗୀରରୁ ୧, ବୌଦ୍ଧରୁ ୧, କଟକରୁ ୨୦, ଦେବଗଡ଼ରୁ ୭, ଢେଙ୍କାନାଳରୁ ୨, ଗଞ୍ଜାମରୁ ୪, ଜଗତ୍‌ସିଂହପୁରରୁ ୨, ଯାଜପୁରରୁ ୨, କଳାହାଣ୍ଡିରୁ ୧, ମୟୂରଭଞ୍ଜରୁ ୪, ନୟାଗଡରୁ ୧, ପୁରୀରୁ ୨, ଓ ରାୟଗଡ଼ାରୁ ୧ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୩ ଓ ସୁନ୍ଦରଗଡ଼ରୁ ୨ ଜଣ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୧୯ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପରେ ଏବେ କଂଗ୍ରେସ କରୋନା କବଳରେ

ନୂଆଦିଲ୍ଲୀ,୩।୮: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ପ୍ରତିଦିନ ହଜାର ହଜାର ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଶହ ଶହ ସଂଖ୍ୟାରେ...

୧୦୪ ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀରେ ମକ୍‌ଡ୍ରିଲ: ଅନୁଧ୍ୟାନ କଲେ ଓସଡମା ସିଜିଏମ

ଛତ୍ରପୁର,୧୯।୬(ଡି.ଏନ୍‌.ଏ.)- ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ପାଇଁ ବୁଧବାର ଗଞ୍ଜାମ ଜିଲାର ୧୦୪ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ ମକ୍‌ଡ୍ରିଲ ଅନୁଷ୍ଠିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ବାତ୍ୟା...

ଅଘଟଣ ଏଡ଼ାଇବାକୁ ଦୀପାବଳିରେ ଜଗିବେ ୫ ହଜାର ଆଗ୍ନିକ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରବିବାର ଆଲୋକର ପର୍ବ ଦୀପାବଳି। ଏହି ସମୟରେ କୌଣସି ପ୍ରକାର ଅଘଟଣ ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ। ତେବେ ସୁରକ୍ଷିତ ଦୀପାବଳି...

୨ କୋଟିର ଫେରୋକ୍ରୋମ ଜବତ, ୬ ଗିରଫ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଓଡ଼ିଶାରୁ କୋଟି କୋଟି ଟଙ୍କାର ଫେରୋକ୍ରୋମ ଚୋରି କରାଯାଇ ବାହାର ରାଜ୍ୟକୁ ଚାଲାଣ ହେଉଛି। ଏଥିରେ ସମ୍ପୃକ୍ତ ଏକ ଆନ୍ତଃରାଜ୍ୟ ର଼୍ୟାକେଟକୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌...

ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ; କଟକଣା ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ସାଢ଼େ ୪ କୋଟି ଓଡ଼ିଆ ମୋ ପରିବାର। ପ୍ରତିଟି ଓଡ଼ିଶାବାସୀଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ। ସେମାନଙ୍କର ସୁରକ୍ଷା ମୋର ବଡ଼ ଦାୟିତ୍ୱ। ରାଜ୍ୟ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ ଅଫିସ, ୨୬ା୧୧: ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଫଟୋ। ବିଭିନ୍ନ ସମୟରେ ଭକ୍ତମାନେ ମନ୍ଦିରର ବିଭିନ୍ନ ସ୍ଥାନରେ ସେଲ୍‌ଫି ନେଇ...

ଏସ୍‌ଓଜିର କୋମ୍ବିଂ ଅପରେଶନ୍‌: ଗନ୍ଧମାର୍ଦ୍ଧନ ପାହାଡ଼ରେ ମାଓବାଦୀ କ୍ୟାମ୍ପ ଠାବ

ଖପ୍ରାଖୋଲ, ୫।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଧନ ପାହାଡ଼ରେ ଶନିବାର ସକାଳେ ଏସ୍‌ଓଜିର କୋମ୍ବିଂ ଅପରେଶନ୍‌ ବେଳେ ମାଓବାଦୀ କ୍ୟାମ୍ପ ଠାବ ହୋଇଛି। ପୋଲିସ...

ଓଡ଼ିଶା ଫେରୁଥିବା ଶ୍ରମିକଙ୍କୁ ମିଳିବ ରାଶନ: ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮।୪(ବ୍ୟୁରୋ): କରୋନା ଲକ୍‌ଡାଉନ ଯୋଗୁ ରାଜ୍ୟ ବାହାରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କୁ ଆଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ଏନେଇ...

Advertisement
Archives

Model This Week