ରାମଲାଲାଙ୍କୁ ଦର୍ଶନ ପାଇଁ ଗଲେ ୧୫୪୦ ଶ୍ରଦ୍ଧାଳୁ

ବାଲେଶ୍ୱର,୧୭।୨(ମାନସ ବିଶ୍ୱାଳ): ବାଲେଶ୍ୱର ରେଳଷ୍ଟେଶନରୁ ଏକ ସ୍ବତନ୍ତ୍ର ରେଳ (ଆସ୍ଥା ଏକ୍ସପ୍ରେସ) ଯୋଗେ ୧୫୪୦ଜଣ ଶ୍ରଦ୍ଧାଳୁ ଶ୍ରୀରାମ ଲାଲାଙ୍କ ଦର୍ଶନ ନିମନ୍ତେ ଅଯୋଧ୍ୟା ଗସ୍ତ କରିଛନ୍ତି। ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସମେତ ବହୁ ଭାଜପା ନେତା ଓ କର୍ମୀ ଉପସ୍ଥିତ ରହି ସଫଳ ଯାତ୍ରା ନିମନ୍ତେ ଶୁଭେଚ୍ଛା ପ୍ରଦାନ କରିଥିଲେ।

ଭାଜପା ଜିଲା ଗଣମାଧ୍ୟମ ସଂଯୋଜକ ଶ୍ରୀନିବାସ ପ୍ରଧାନଙ୍କ ନେତୃତ୍ୱରେ ବାଲେଶ୍ୱର ଲୋକସଭା ସମେତ ମୟୂରଭଞ୍ଜ ଲୋକସଭା କ୍ଷେତ୍ରର ରାମ ଭକ୍ତମାନଙ୍କୁ ନେଇ ବାହାରିଥିବା ଏହି ଟ୍ରେନ୍‌ ଶନିବାର ଭୋରରେ ଅଯୋଧ୍ୟାର ଦର୍ଶନନଗର ଷ୍ଟେଶନରେ ପହଞ୍ଚିବ।

ସେଠାରୁ ଯାଇ ଶ୍ରୀରାମ ଲାଲାଙ୍କ ଦର୍ଶନ ପରେ ଆସନ୍ତା ୧୮ତାରିଖ ପୂର୍ବାହ୍ନ ୮ଟାରେ ଉକ୍ତ ଷ୍ଟେଶନରୁ ବାହାରି ୧୯ତାରିଖ ରାତ୍ରି ୧ଟା ୫ମିନିଟ୍‌ରେ ବାଲେଶ୍ୱର ଷ୍ଟେଶନରେ ପହଞ୍ଚିବ। ଏହି ଟ୍ରେନ୍‌ ଛାଡ଼ିବା ବେଳେ ଭାଜପା ଜିଲା ସଭାପତି ଉମାକାନ୍ତ ମହାପାତ୍ର, ବଡ଼ସାହି ବିଧାୟକ ସନାତନ ବିଜୁଳିଙ୍କ ସମେତ ପୂର୍ବତନ ବିଧାୟକ ଜୀବନପ୍ରଦୀପ ଦାଶ ଓ ଗୋବିନ୍ଦ ଚନ୍ଦ୍ର ଦାସ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶୁଭଙ୍କର ମହାପାତ୍ର, ଶୋଭନା ମହାନ୍ତି, ଜିଲା ଭାଜପା ଉପସଭାପତି ମମତା ମହାପାତ୍ର, ସାଧାରଣ ସମ୍ପାଦକ ପର୍ଶୁରାମ ପରିଡ଼ା, ରାଜ୍ୟ ମହିଳା ନେତ୍ରୀ ସୁଷମାରାଣୀ ବିଶ୍ୱାଳ, ଜିଲା ଯୁବମୋର୍ଚ୍ଚା ସଭାପତି ରାଜେଶ ମହାପାତ୍ର, ଉପସଭାପତି ନାରାୟଣ ମହନ୍ତ, ନଗର ସଭାପତି ଚିତ୍ତରଞ୍ଜନ ପଣ୍ଡା, ଅନୀଲ ମହାନ୍ତି, ପରମାନନ୍ଦ ମହାପାତ୍ର ଓ କ୍ରିଷ୍ଣା ସାହା ପ୍ରମୁଖ ଶୁଭ ମନାସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri