ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତିବାସ ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀଅରବିନ୍ଦଙ୍କ ଛାତ୍ରଜୀବନ, ଯୁବାବସ୍ଥା, ରାଜନୈତିକ ଜୀବନ, କର୍ମମୟ ଜୀବନ ଏବଂ ଆଧ୍ୟାତ୍ମିକ ଜୀବନ ସମ୍ପର୍କରେ ଆଲୋକପାତ କରିଥିଲେ। ସେ କହିଥିଲେ ଯେ ମାନବ ଜୀବନର ଲକ୍ଷ୍ୟ କେବଳ ବାହ୍ୟ ସଫଳତା ନୁହେଁ, ବରଂ ନିଜ ଅନ୍ତରର ଚେତନାର ବିକାଶ ଓ ଉଚ୍ଚତର ଜୀବନ ଆଡ଼କୁ ଅଗ୍ରସର ହେବା। ଶ୍ରୀଅରବିନ୍ଦଙ୍କ ଚିନ୍ତାଧାରାରୁ ପ୍ରେରଣା ପାଇ ଯୁବପିଢ଼ି ନିଜ ଶକ୍ତି, ଜ୍ଞାନ ଓ ଚରିତ୍ରକୁ ଦେଶ ଏବଂ ସମାଜର ଉନ୍ନତିରେ ନିୟୋଜିତ କରିବା ଉଚିତ ବୋଲି ସେ ମତବ୍ୟକ୍ତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁ, ଭଞ୍ଜନଗର ଦୀନବନ୍ଧୁ ବେହେରା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସ୍ଵରାଜ୍ୟ କହଁର, ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମଦନ ମୋହନ ରଥ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ଶିକ୍ଷକ ନେତା ଜଗବନ୍ଧୁ ଜେନା, ସନ୍ତୋଷ ଜେନା, ଭାଲିଆଖାଇ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁନନ୍ଦା ବେହେରା, ଡିହପଢାଲ ବିଦ୍ୟାଳୟ ଶିକ୍ଷୟତ୍ରୀ ମୀରା ବିଷୋୟୀ, ଲିଲି ପ୍ରଧାନ ଏବଂ ମ୍ୟାନେଜିଂ ଟ୍ରଷ୍ଟି ବାବୁଲା ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଟ୍ରଷ୍ଟି ରମେଶ ବେହେରା ସଭାଟିକୁ ସୁଚାରୁରୂପେ ସଂଯୋଜନା କରିଥିଲେ।

ଏହି ପବିତ୍ର ଅବସରରେ ଶ୍ରୀଅରବିନ୍ଦଙ୍କ ଜୀବନୀ ଓ ଦର୍ଶନ ଉପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ଶେଷରେ ଅତିଥିମାନେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri