କଳାହାଣ୍ଡିକୁ ୧୫୫ କୋଟି, ନବରଙ୍ଗପୁର ଜିଲାକୁ ୯୪.୫୦ କୋଟି

ଭୁବନେଶ୍ୱର,୪ା୧୧(ଅନିଲ ଦାସ): ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ନବମ ଦିବସରେ କଳାହାଣ୍ଡି ଓ ନବରଙ୍ଗପୁର ଜିଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। କଳାହାଣ୍ଡି ଜିଲାର ଜୁନାଗଡ଼, ଲାଞ୍ଜିଗଡ଼, ନର୍ଲା, ଧର୍ମଗଡ଼, ଭବାନୀପାଟଣା ନିର୍ବାଚନମଣ୍ଡଳୀକୁ ୧୫୫ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହିସବୁ ନିର୍ବାଚନମଣ୍ଡଳୀର ୧୩ ବ୍ଲକର ୩୧୦ ପଞ୍ଚାୟତରେ ୪୬୭୮ଟି ପ୍ରକଳ୍ପ ହେବ। ସେହିପରି ନବରଙ୍ଗପୁର ଜିଲାର ଡାବୁଗାଁ, ନବରଙ୍ଗପୁର, ଉମରକୋଟ, ଝରିଗାଁ ନିର୍ବାଚନମଣ୍ଡଳୀ ପାଇଁ ୯୪.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି। ଏଥିରେ ୧୦ ବ୍ଲକର ୧୮୯ ପଞ୍ଚାୟତରେ ୨୯୪୨ଟି ପ୍ରକଳ୍ପ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡ଼ିକୁ ବିକାଶର ଶିଖରରେ ପହଞ୍ଚାଇବ। ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମରେ ଗାଁଗୁଡ଼ିକ ହେବ ରୂପାନ୍ତରର ପ୍ରକୃତ କେନ୍ଦ୍ର। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ଐତିହ୍ୟ ସ୍ଥଳୀଗୁଡ଼ିକର ସଂରକ୍ଷଣ କରାଯିବ।
୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଛନ୍ତି। ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ଏହା ହେଉଛି ୫ମ ପାଳି। ଏହି ପାଳିରେ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ରୂପାନ୍ତରର ଯୁଗ ଆରମ୍ଭ କରିବା ସହିତ ମା’ମାନଙ୍କୁ ୫ଟି ସୁନ୍ଦର ଉପହାର ଦେଉଛନ୍ତି। ୫ ଟଙ୍କାରେ ଆହାର, ମମତା ଯୋଜନାରେ ଗର୍ଭବତୀ ମା’ମାନଙ୍କୁ ୫ ହଜାର ଟଙ୍କା ସହାୟତା, ଲକ୍ଷ୍ମୀ ବସ୍‌ ଯୋଜନାରେ ମା’ମାନଙ୍କୁ ୫ ଟଙ୍କାରେ ବସ୍‌ରେ ଯିବାଆସିବାର ସୁବିଧା ମିଳିପାରିଛି। ସେହିପରି ମିଶନ ଶକ୍ତିରେ ମା’ମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବା ବେଳେ ମା’ ମାନଙ୍କ ପାଇଁ ଆଉ ଅଧିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି ବୋଲି ପାଣ୍ଡିଆନ କହିଛନ୍ତି।
କଳାହାଣ୍ଡି ଜିଲାର ଜୁନାଗଡ଼ ନିର୍ବାଚନମଣ୍ଡଳୀରେ ୪ ପ୍ରକଳ୍ପ ପାଇଁ ୩୩ କୋଟି ଏବଂ ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀରେ ୧୭ ପ୍ରକଳ୍ପ ନିମନ୍ତେ ୬୦.୨୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ସେହିପରି ନର୍ଲା ନିର୍ବାଚନମଣ୍ଡଳୀରେ ୬ ପ୍ରକଳ୍ପ ପାଇଁ ୧୨.୪୬ କୋଟି, ଧର୍ମଗଡ଼ ନିର୍ବାଚନମଣ୍ଡଳୀରେ ୮ ପ୍ରକଳ୍ପ ନିମନ୍ତେ ୧୦.୪୮ କୋଟି ଏବଂ ଭବାନୀପାଟଣା ନିର୍ବାଚନମଣ୍ଡଳୀରେ ୬ ପ୍ରକଳ୍ପ ଲାଗି ୨୦.୪୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହିପରି କଳାହାଣ୍ଡି ଜିଲାର ୫ ନିର୍ବାଚନମଣ୍ଡଳୀରେ ସମୁଦାୟ ୪୧ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୩୬.୬୮ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ପାଣ୍ଡିଆନ ସୂଚନା ଦେଇଛନ୍ତି। ସେହିପରି ନବରଙ୍ଗପୁର ଜିଲାର ଡାବୁଗାଁ ନିର୍ବାଚନମଣ୍ଡଳୀରେ ୧୦ ପ୍ରକଳ୍ପ ପାଇଁ ୨୭.୯୨ କୋଟି ଟଙ୍କା, ଝରିଗାଁ ନିର୍ବାଚନମଣ୍ଡଳୀରେ ୮ ପ୍ରକଳ୍ପ ଲାଗି ୧୧୧.୬୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଉମରକୋଟ ନିର୍ବାଚନମଣ୍ଡଳୀରେ ୯ ପ୍ରକଳ୍ପ ପାଇଁ ୧୬ କୋଟି ଏବଂ ନବରଙ୍ଗପୁର ନିର୍ବାଚନମଣ୍ଡଳୀରେ ୭ ପ୍ରକଳ୍ପ ନିମନ୍ତେ ୧୩.୧୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହିପରି ନବରଙ୍ଗପୁର ଜିଲାର ୪ ନିର୍ବାଚନମଣ୍ଡଳୀରେ ସମୁଦାୟ ୩୪ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬୮.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ପାଣ୍ଡିଆନ ସୂଚନା ଦେଇଛନ୍ତି। କାର୍ଯ୍ୟକ୍ରମରେ ବିଧାୟକ ଦିବ୍ୟଶଙ୍କର ମିଶ୍ର, ପ୍ରଦୀପ କୁମାର ଦିଶାରି, ଭୂପିନ୍ଦର ସିଂ, ମୌଷଧି ବାଗ, ମନୋହର ରନ୍ଧାରି, ପ୍ରକାଶ ଚନ୍ଦ୍ର ମାଝି, ସଦାଶିବ ପ୍ରଧାନୀଙ୍କ ସମେତ ଜିଲା ପରିଷଦ ସଭାପତି, ସଦସ୍ୟଗଣ ଆଭାସି ମାଧ୍ୟମରେ ଆଲୋଚନାରେ ଭାଗ ନେଇଥିଲେ। ଏହି କାର୍ଯ୍ୟକ୍ରମରେ ଉଭୟ ଜିଲାର ଜିଲାପାଳ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?