ପୁରସ୍କୃତ ହେବେ ୧୫୫ ପ୍ରକୃତିମିତ୍ର, ୧୬୮ ପ୍ରକୃତିବନ୍ଧୁ

ଭୁବନେଶ୍ୱର,୫।୬(ବ୍ୟୁରୋ): ପ୍ରତିବର୍ଷ ୫ ଜୁନ୍‌ରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି । ଏହି ଦିବସରେ ସମଗ୍ର ବିଶ୍ୱ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିବେଶ ସମସ୍ୟା ବିଷୟରେ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଇଥାଏ। ଓଡ଼ିଶାରେ ମଧ୍ୟ ସେମିନାର, ୱେବିନାର୍‌, ପ୍ରତିଯୋଗିତା, ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ରାଜ୍ୟରେ ପରିବେଶ ସୁରକ୍ଷା କ୍ଷେତ୍ରରେ ଆଗ୍ରହ ସୃଷ୍ଟି କରିବାକୁ ରାଜ୍ୟର ପ୍ରତ୍ୟେକ ବ୍ୟକ୍ତି ଏବଂ ସଂଗଠନକୁ ଉତ୍ସାହିତ କରାଯାଉଛି। ପ୍ରତ୍ୟେକ ବ୍ଲକ୍‌ରେ ପ୍ରକୃତିମିତ୍ର ଏବଂ ପ୍ରକୃତିବନ୍ଧୁ ପୁରସ୍କାର ଭାବରେ ମାନପତ୍ର ସହିତ ଯଥାକ୍ରମେ ୨୦,୦୦୦ ଏବଂ ୧୦,୦୦୦ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଉଛି। ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ୧୫୫ ପ୍ରକୃତିମିତ୍ର ଏବଂ ୧୬୮ ପ୍ରକୃତିବନ୍ଧୁଙ୍କୁ ପୁରସ୍କୃତ କରାଯିବ। ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ବିଶ୍ୱ ପରିବେଶ ଦିବସ-୨୦୨୧ର ବିଷୟବସ୍ତୁ ହେଉଛି ‘ଇକୋସିଷ୍ଟମ୍‌ର ପୁନରୁଦ୍ଧାର’ ା ରାଜ୍ୟ ବାରମ୍ବାର ବାତ୍ୟା ଓ ବନ୍ୟାର ସମ୍ମୁଖୀନ ହେଉଛି, ଯାହା ଆମ ଇକୋସିଷ୍ଟମ୍‌କୁ ନଷ୍ଟ କରିଥାଏ। ଏହି ପ୍ରାକୃତିକ ଘଟଣାଗୁଡ଼ିକରୁ ଆମେ ଅନେକ ଜିନିଷ ଶିଖିଛୁ । ପ୍ରଭାବ ହ୍ରାସ କରିବାକୁ ପ୍ରସ୍ତୁତି ପ୍ରଣାଳୀ ଓ ମୁକାବିଲାକୁ ମଜଭୁତ କରିଛୁ । ଉପଯୁକ୍ତ ପରିଚାଳନା ହେତୁ ଅନେକ ଜୀବନ ରକ୍ଷା ହୋଇପାରୁଛି। ଯେଉଁଥିପାଇଁ ଓଡ଼ିଶା ବିଶ୍ୱରେ ଏକ ଉଦାହରଣ ପାଲଟିଛି ବେଲି ମନ୍ତ୍ରୀ କହିଛନ୍ତି। ଇକୋଟୁରିଜମ୍‌ ସ୍ଥାନଗୁଡ଼ିକର ବିକାଶ କରି ବୃହତ୍‌ ପଦକ୍ଷେପ ନିଆଯାଇଛି । ପ୍ରକୃତିବନ୍ଧୁ ଓ ପ୍ରକୃତିମିତ୍ରଙ୍କର ପରିବେଶ ସୁରକ୍ଷା ଦିଗରେ ମହତ୍ତ୍ବପୂର୍ଣ୍ଣ ଅବଦାନ ରହିଛି ବୋଲି ମନ୍ତ୍ରୀ ଆରୁଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?