ପୁରସ୍କୃତ ହେବେ ୧୫୫ ପ୍ରକୃତିମିତ୍ର, ୧୬୮ ପ୍ରକୃତିବନ୍ଧୁ

ଭୁବନେଶ୍ୱର,୫।୬(ବ୍ୟୁରୋ): ପ୍ରତିବର୍ଷ ୫ ଜୁନ୍‌ରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଉଛି । ଏହି ଦିବସରେ ସମଗ୍ର ବିଶ୍ୱ ସମ୍ମୁଖୀନ ହେଉଥିବା ବିଭିନ୍ନ ପରିବେଶ ସମସ୍ୟା ବିଷୟରେ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯାଇଥାଏ। ଓଡ଼ିଶାରେ ମଧ୍ୟ ସେମିନାର, ୱେବିନାର୍‌, ପ୍ରତିଯୋଗିତା, ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ରାଜ୍ୟରେ ପରିବେଶ ସୁରକ୍ଷା କ୍ଷେତ୍ରରେ ଆଗ୍ରହ ସୃଷ୍ଟି କରିବାକୁ ରାଜ୍ୟର ପ୍ରତ୍ୟେକ ବ୍ୟକ୍ତି ଏବଂ ସଂଗଠନକୁ ଉତ୍ସାହିତ କରାଯାଉଛି। ପ୍ରତ୍ୟେକ ବ୍ଲକ୍‌ରେ ପ୍ରକୃତିମିତ୍ର ଏବଂ ପ୍ରକୃତିବନ୍ଧୁ ପୁରସ୍କାର ଭାବରେ ମାନପତ୍ର ସହିତ ଯଥାକ୍ରମେ ୨୦,୦୦୦ ଏବଂ ୧୦,୦୦୦ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଉଛି। ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ୧୫୫ ପ୍ରକୃତିମିତ୍ର ଏବଂ ୧୬୮ ପ୍ରକୃତିବନ୍ଧୁଙ୍କୁ ପୁରସ୍କୃତ କରାଯିବ। ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ବିଶ୍ୱ ପରିବେଶ ଦିବସ-୨୦୨୧ର ବିଷୟବସ୍ତୁ ହେଉଛି ‘ଇକୋସିଷ୍ଟମ୍‌ର ପୁନରୁଦ୍ଧାର’ ା ରାଜ୍ୟ ବାରମ୍ବାର ବାତ୍ୟା ଓ ବନ୍ୟାର ସମ୍ମୁଖୀନ ହେଉଛି, ଯାହା ଆମ ଇକୋସିଷ୍ଟମ୍‌କୁ ନଷ୍ଟ କରିଥାଏ। ଏହି ପ୍ରାକୃତିକ ଘଟଣାଗୁଡ଼ିକରୁ ଆମେ ଅନେକ ଜିନିଷ ଶିଖିଛୁ । ପ୍ରଭାବ ହ୍ରାସ କରିବାକୁ ପ୍ରସ୍ତୁତି ପ୍ରଣାଳୀ ଓ ମୁକାବିଲାକୁ ମଜଭୁତ କରିଛୁ । ଉପଯୁକ୍ତ ପରିଚାଳନା ହେତୁ ଅନେକ ଜୀବନ ରକ୍ଷା ହୋଇପାରୁଛି। ଯେଉଁଥିପାଇଁ ଓଡ଼ିଶା ବିଶ୍ୱରେ ଏକ ଉଦାହରଣ ପାଲଟିଛି ବେଲି ମନ୍ତ୍ରୀ କହିଛନ୍ତି। ଇକୋଟୁରିଜମ୍‌ ସ୍ଥାନଗୁଡ଼ିକର ବିକାଶ କରି ବୃହତ୍‌ ପଦକ୍ଷେପ ନିଆଯାଇଛି । ପ୍ରକୃତିବନ୍ଧୁ ଓ ପ୍ରକୃତିମିତ୍ରଙ୍କର ପରିବେଶ ସୁରକ୍ଷା ଦିଗରେ ମହତ୍ତ୍ବପୂର୍ଣ୍ଣ ଅବଦାନ ରହିଛି ବୋଲି ମନ୍ତ୍ରୀ ଆରୁଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

ସିଦ୍ଧାନ୍ତ-ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଅନୁଭବ…

ଭୁବନେଶ୍ୱର,୨୭।୪: ୮ଟି ଆସନ ପ୍ରାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଯେଉଁଥିରେ ଅଭିନେତା ଅରିନ୍ଦମ ରାଏଙ୍କୁ କେନ୍ଦ୍ରାପଡା ସାଲେପୁରରୁ ଟିକେଟ୍‌ ନେଇଛି।...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri