ଭଦ୍ରକରୁ ଵ୍ରହ୍ମପୁର ଦେଇ କବିସୂର୍ଯ୍ୟନଗର ହେଉଥିଲା ବ୍ରାଉନସୁଗର ଚାଲାଣ, ରେଳଷ୍ଟେସନ ମାଡିବସିଲା ପୋଲିସ

ଵ୍ରହ୍ମପୁର, ୬/୧(ସୁବାସ ଚନ୍ଦ୍ର ପାଢ଼ୀ): ଵ୍ରହ୍ମପୁର ଏବେ ନିଶା କାରବାରର ହବ ପାଲଟିଛି । ଅନ୍ୟ ଜିଲାରୁ ଗଞ୍ଜେଇ ଆଣି ଵ୍ରହ୍ମପୁର ଦେଇ ବାହାର ରାଜ୍ୟକୁ ଚାଲାଣ ହେଉଛି । ସେହିପରି ବାହାର ଜିଲାରୁ ବ୍ରାଉନସୁଗର ଆଣି ଵ୍ରହ୍ମପୁର ଦେଇ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନକୁ ନେଇ ବିକ୍ରିବଟା କରାଯାଉଥିବା ଅବକାରୀ ଗୁଇନ୍ଦା ବିଭାଗ ଜାଣିବାକୁ ପାଇଛି । ମଙ୍ଗଳବାର ଅବକାରୀ ଖବର ପାଇ ଗୋଇନ୍ଦା ଡ଼ିଏସପି ଶୃତିକାନ୍ତ ରାଉତଙ୍କ ନେତୃତ୍ୱରେ ଏକ ଟିମ ଵ୍ରହ୍ମପୁର ରେଳଷ୍ଟେସନ ନିକଟରେ ଏକ ପଲସର ବାଇକ ନଂ (ଓଡ଼ି୩୨ଏଲ- ୪୧୫୦)ଅଟକାଇ ଯାଞ୍ଚ କରିଥିଲା।

ବାଇକରେ ଥିବା ଦୁଇଜଣ ଯୁବକଙ୍କ ନିକଟରୁ ୧୫୬ ଗ୍ରାମ ଓଜନର ବ୍ରାଉନସୁଗର ଜବତ କରିଥିଲା। ଉକ୍ତ ଦୁଇଜଣ ଯୁବକ ହେଲେ କବିସୂର୍ଯ୍ୟନଗର ଅଞ୍ଚଳର ନରେଶ ଦଳାଇ ଓ ରକେଶ ସ୍ୱାଇଁ । ଜେରା ବେଳେ ସେମାନେ ଉକ୍ତ ବ୍ରାଉନସୁଗର ଭଦ୍ରକରୁ ଆଣି ଟ୍ରେନରେ ଵ୍ରହ୍ମପୁର ଆସିଥିଲେ । ରେଳ ଷ୍ଟେସନରେ ପୂର୍ବରୁ ପାର୍କିଂ କରିଥିବା ବାଇକରେ କବିସୂର୍ଯ୍ୟନଗର ଯାଇ ସେଠାରେ ଉକ୍ତ ବ୍ରାଉନସୁଗର ବିକ୍ରି କରିଥାନ୍ତେ ବୋଲି ପୋଲିସ ନିକଟରେ ସ୍ୱୀକାର କରିଥିବା ଜଣାପଡ଼ିଛି । ଏପରିକି ପୂର୍ବରୁ ମଧ୍ୟ ସେମାନେ ବାଲେଶ୍ୱର ଓ ଭଦ୍ରକ ଅଞ୍ଚଳରୁ ଅନେକଥର ବ୍ରାଉନସୁଗର ଆଣି ବିକ୍ରି କରିଥିବା ବେଳେ ପ୍ରଥମ ଥର ପୋକିଛ ହାବୁଡ଼ରେ ଧରାପଡିଥିବା ଜଣାପଡିଛି । ଜବତ ବ୍ରାଉନସୁଗର ଓ ବାଇକର ମୂଲ୍ୟ ପ୍ରାୟ ୧୮ ଲକ୍ଷ ଟଙ୍କା ହେବ ବୋଲି ଡ଼ିଏସପି ଶୃତିକାନ୍ତ ରାଉତ କହିଛନ୍ତି । ଗିରଫ ଅଭିଯୁକ୍ତ ଦ୍ୱୟଙ୍କୁ କୋର୍ଟ ଚାଲାଣ କରାଯାଇଛି । ଘଟଣାର ତଦନ୍ତ ଜାରି ରହିଛି ବୋଲି ସେ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri