Posted inଫୁରସତ

ପୁଅଙ୍କ ଚିଠିକୁ ପିତା ଖୋଲିଦେବାରୁ ମିଳିଲା ଏମିତି ଦଣ୍ଡ

ଜଣେ ୧୦ ବର୍ଷର ପୁଅଙ୍କ ଚିଠିକୁ ତାଙ୍କ ପିତା ଖୋଲିଦେବାରୁ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଆପଣ ଭାବୁଥିବେ ଏ ଚିଠିରେ ଏମିତି କ’ଣ ଥିଲା ଯେ ପିତାଙ୍କୁ ଜେଲଦଣ୍ଡ ଭୋଗିବାକୁ ପଡ଼ିଲା। ଅବିଶ୍ୱାସ ଲାଗୁଥିଲେ ବି ସତ। ଏପରି ଏକ ଘଟଣା ଘଟିଛି ସ୍ପେନ୍‌ରେ। ସେବିଲ୍‌ ସହରରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଏପରି ଦଣ୍ଡ ଭୋଗିବାକୁ ପଡ଼ିଛି। ସ୍ପେନ୍‌ରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଲେଟର ବକ୍ସକୁ ଏକ ଚିଠି ଆସିଥିଲା। ଏହି ଚିଠିଟି ତାଙ୍କ ପୁଅ ନାଁରେ ଆସିଥିଲା। କିନ୍ତୁ ଚିଠିଟି ପିତା ଖୋଲିଦେବାରୁ ତାଙ୍କୁ କୋର୍ଟ ୨ ବର୍ଷ ଜେଲଦଣ୍ଡ ଦେବା ସହ ୨.୩୩ ଲକ୍ଷ ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। କାରଣ ଏହି ଚିଠିଟି ନାବାଳକର ମାଉସୀ ତାଙ୍କ ପାଖକୁ ପଠାଇଥିଲେ। ଏଥିରେ ଲେଖାଥିଲା ୨୦୧୨ ମସିହାରେ ତାଙ୍କ ପିତା ତାଙ୍କ ମାତାଙ୍କୁ ମାନସିକ ତଥା ଶାରୀରିକ ଯନ୍ତ୍ରଣା ଦେଇଥିଲେ। ତେଣୁ ତାଙ୍କୁ ଜେଲ୍‌ଦଣ୍ଡ ଭୋଗିବା ଦରକାର। ପିତାଜଣକ ଏଥିରୁ ବର୍ତ୍ତିବା ପାଇଁ ସେ ଭୁଲରେ ଏହା ଖୋଲି ଦେଇଛନ୍ତି କହିଥିଲେ। କିନ୍ତୁ ଏହାକୁ ଶୁଣି ନ ଥିଲେ ପୁତ୍ରଜଣକ। ଏ କଥା କୋର୍ଟରେ ପହଞ୍ଚିଥିଲା। ଫଳରେ ପତ୍ନୀଙ୍କୁ ନିର୍ଯାତନା ଅଭିଯୋଗରେ ଆଇନ ଅନୁଯାୟୀ କୋର୍ଟ ତାଙ୍କୁ ଦଣ୍ଡିତ କରିଛନ୍ତି। ଏବେ ନାବାଳକଙ୍କ ପିତା ଜେଲ୍‌ରେ ଦିନ କାଟୁଛନ୍ତି। ଏହାର ଶୁଣାଣି ଆଜି ପର୍ଯ୍ୟନ୍ତ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri