କଳାହାଣ୍ଡିର ୧୫୬୭ ସ୍କୁଲରେ ତାଲା

ଭବାନୀପାଟଣା,୧୬।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ୧୩ଟି ବ୍ଲକର କାର୍ଯ୍ୟରତ ପ୍ରାଥମିକ ଶିକ୍ଷୟିତ୍ରୀ, ଶିକ୍ଷକମାନେ ୩ ଦଫା ଦାବି ନେଇ ଗତ ବୁଧବାରଠାରୁ ଆନ୍ଦୋଳନ ଜାରି ରଖିଛନ୍ତି। ଏଥିପାଇଁ ବିଦ୍ୟାଳୟରେ ତାଲା ପଡ଼ିଥିବା ବେଳେ ଛାତ୍ରୀଛାତ୍ରମାନେ ପାଠପଢାରୁ ବଞ୍ଚିତ ହୋଇଛନ୍ତି। ଜିଲାରେ ସମୁଦାୟ ୧୯୨୩ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରହିଛି। ଏପରିସ୍ଥଳେ ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁ ଶୁକ୍ରବାର ସୁଦ୍ଧା ୧୫୬୭ ସ୍କୁଲରେ ତାଲା ପଡିଥିବା ବେଳେ ଅବଶିଷ୍ଟ ୩୫୬ ସ୍କୁଲ ଚାଲୁଥିବା ଶିକ୍ଷା ବିଭାଗ ପକ୍ଷରୁ ଜଣାପଡିଛି।

ଜିଲାର ୧୩ଟି ବ୍ଲକର ୩ ହଜାରରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ, ଶିକ୍ଷକମାନେ ସ୍ଥାନୀୟ ବ୍ଲକ ଶିକ୍ଷା ଅଧିକାରୀଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ କରି ଦାବି ପୂରଣ ପାଇଁ ଆନ୍ଦୋଳନକୁ ଜୋରଦାର କରିଛନ୍ତି। ଶିକ୍ଷକମାନଙ୍କ ଏହି ଆନ୍ଦୋଳନ ଯୋଗୁ ଛାତ୍ରୀଛାତ୍ରମାନେ ପାଠପଢାରୁ ବଞ୍ଚିତ ରହୁଥିବାରୁ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସରକାର ି ସମସ୍ୟାର ତୁରନ୍ତ ସମାଧାନ କରିବାକୁ ସେମାନେ ଦାବି କରିଛନ୍ତି।

ଏ ନେଇ ଜିଲା ଶିକ୍ଷାଧିକାରୀ ସୁଶାନ୍ତ କୁମାର ଚୋପଦାରଙ୍କୁ ପଚାରିବାରୁ ଆମ ହାତରେ କିଛି ନାହଁି, ସରକାରଙ୍କ ହାତରେ ଶିକ୍ଷକଙ୍କ ସମାଧାନ ରହିଛି ବୋଲି କହିଥିଲେ। ସେହିପରି କର୍ଲାମୁଣ୍ଡା ବ୍ଲକ ପ୍ରାଥମିକ ସଂଘ ପକ୍ଷରୁ ଶିକ୍ଷୟିତ୍ରୀ, ଶିକ୍ଷକମାନେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ଧାରଣାସ୍ଥଳରେ ଜିଲା ପ୍ରାଥମିକ ଶିକ୍ଷକ ସଂଘ ସାଧାରଣ ସମ୍ପାଦକ ଧୀରେନ ପଟ୍ଟନାୟକ ଓ ଜିଲା କୋର କମିଟି ସଦସ୍ୟ ନିବାସ ଆଚାରୀ, ଯୋଗେଶ୍ୱର ମିଶ୍ର ଯୋଗଦେଇ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଉତ୍ସାହିତ କରିଥିଲେ। ସରକାର କୌଣସି ସମାଧାନ କରୁ ନ ଥିବା ଦୁର୍ଭାଗ୍ୟର ବିଷୟ ବୋଲି ପ୍ରାଥମିକ ଶିକ୍ଷକ ସଂଘ ସଭାପତି ରୋହିତ କୁମାର ରଣା ଓ ସମ୍ପାଦକ ସୁଦର୍ଶନ ସାହୁ କହିଛନ୍ତି। ବ୍ଲକର ୬୨ଟି ବିଦ୍ୟାଳୟରେ ତାଲା ପଡ଼ିଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢା ଠପ୍‌ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri