ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସୁଭଦ୍ରାରେ ୧୫୭ ପୁରୁଷ କରିଛନ୍ତି ଆବେଦନ

ଭୁବନେଶ୍ୱର,୨୨ା୧: ସୁଭଦ୍ରା ଯୋଜନାରେ ପୁରୁଷମାନେ ଆବେଦନ କରିଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ରାଜ୍ୟର ୧୫୭ ଜଣ ପୁରୁଷ ସୁଭଦ୍ରାରେ ଆବେଦନ କରିଛନ୍ତି। ତେବେ ଏହି ପୁରୁଷଙ୍କୁ ତାଲିକାରୁ କାଟି ଦିଆଯାଇଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଆଧାନକାର୍ଡର ବ୍ୟାଙ୍କ ଲିଙ୍କ ଡାଟା ଆସିବା ପରେ ଏହା ଜଣାପଡ଼ିଥିଲା। ଭୁଲ୍‌ବଶତଃ ଆବେଦନ କରିଥିବାରୁ ସେମାନଙ୍କୁ ବାଦ୍‌ ଦିଆଯାଇଛି।

ରାଜ୍ୟ ବାହାରେ ଥିଲେ ବି ସୁଭଦ୍ରା ପାଇପାରିବେ। ମହିଳାମାନେ ତୁରନ୍ତ ଏଥିପାଇଁ ଆବେଦନ କରନ୍ତୁ। ନୂଆ ଆବେଦନ କରିବାକୁ ଚାହୁଁଥିବା ମହିଳାମାନେ ସୁଭଦ୍ରା ପୋର୍ଟାଲ, ସିଏସ୍‌ସି କେନ୍ଦ୍ରରେ ଏଥିପାଇଁ ଆବେଦନ କରିବେ। ମାତ୍ର ବା‌ୟୋମେଟ୍ରିକ୍ କିମ୍ବା ଏନ୍‌ପିସିଆଇ ଯାଞ୍ଚ ନିମନ୍ତେ ସେମାନଙ୍କୁ ଆସିବାକୁ ପଡ଼ିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।

ଚତୁର୍ଥ ପର୍ଯ୍ୟାୟରେ ୨୦ ଲକ୍ଷରୁ ଊଦ୍ଧର୍‌ବ ମହିଳାଙ୍କୁ ମିଳିବ ଟଙ୍କା। ଚଳିତ ମାସ ଶେଷ ସପ୍ତାହରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଦିଆଯିବ। ଯୋଜନାରୁ ବାହାରି ଯାଇଥିବା ବା ଅପ୍‌ଟ ଆଉଟ୍‌ ହୋଇଥିବା ଅଧିକାଂଶ ମହିଳାଙ୍କ ମଧ୍ୟରୁ ଅନେକ ଅପ୍‌ଟ ଇନ୍‌ କରିସାରିଲେଣି।  ମାତ୍ର ବିଡ଼ମ୍ବନାର ବିଷୟ ଯେ, ଏବେ ମଧ୍ୟ ୨ ଲକ୍ଷରୁ ଅଧିକ ମହିଳା ନିଜର E-KYC ଅପଡେଟ୍‌ କରିନାହାନ୍ତି। ଅଜାଣତରେ ଅପ୍ଟ ଆଉଟ ହୋଇଥିବା ୩୧ ହଜାର ମହିଳାଙ୍କ ମଧ୍ୟରୁ ୧୭ ହଜାର ଅପ୍ଟ ଇନ କରିଛନ୍ତି। ତେଣୁ ସରକାର ମାସ ଶେଷ ଆଡ଼କୁ ୪ର୍ଥ ପର୍ଯ୍ୟାୟ ଟଙ୍କା ଦେବାକୁ ପ୍ରସ୍ତୁତ ହେଉଥିବାରୁ ଯଥାଶୀଘ୍ର KYC ଅପଡେଟ୍‌ କରିବାକୁ ଉପମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କୁ ଅପିଲ କରିଛନ୍ତି। ଏଥିରୁ କୌଣସି ଯୋଗ୍ୟ ହିତାଧିକାରୀ ବାଦ୍‌ ପଡ଼ିବ ନାହିଁ। ଶେଷ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ଯୋଜନା ପହଞ୍ଚାଇବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକସେବା ଭବନରେ ଲାଗିଲା ନିଆଁ

ଭୁବନେଶ୍ୱର,୧୮।୨: ଲୋକସେବା ଭବନରେ ମଙ୍ଗଳବାର ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ୪ ଟା ୩୮ ମିନିଟରେ ସମବାୟ ବିଭାଗ ଉପରସ୍ଥ ପରିସରରେ...

ସପ୍ତାହେ ଯାଏ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୮ା୨ (ଅନୁରାଧା ମହାରଣା) – ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ...

KIIT student death case: ତାତିଲେ ପିଲା, କିଟ୍‌ରେ ଭଙ୍ଗାରୁଜା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ଗିରଫ କରୁ କରୁ ମିଳିଗଲା ଜାମିନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟ ଉଠୁଛି ପଡୁଛି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ଘଟଣାରେ ଗିରଫ...

କିଟ୍‌ କାଣ୍ଡର ଖୋଲିଲା ବଡ଼ ଗୁମର, ନେପାଳୀ ଛାତ୍ରୀଙ୍କୁ ହୋଇଥିଲା ବ୍ୟାନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟକୁ ତାଜୁବ କରିଦେଇଛି। ଏହାକୁ ନେଇ ରାଜ୍ୟ ରାଜନୀତି ଉଠୁଛିପଡୁଛି। ଘଟଣା ପାଇଁ ଓଡ଼ିଶାକୁ ସାରା...

KIIT student death case: ଛାତ୍ରୀଛାତ୍ରଙ୍କ ଉପରେ କାଲି କରିଥିଲେ ଜୁଲମ, ଆଜି ମାଗିଲେ କ୍ଷମା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ...

ମଣ୍ଡିରେ ଧାନପଡ଼ି ସରୁଛି ଟୋକନ ଅବଧି:ଧାନ କିଣାବିକାରେ ଚାଲିଛି ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ୨ଦିନ ପରେ ୩ମାସ ପୂରିବ। କିନ୍ତୁ ଏବେ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ...

୪୦ଟି ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ: ୧୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଂଶଗ୍ରହଣ

ଦିଗପହଣ୍ଡି,୧୮ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି କ୍ଲଷ୍ଟର ଅନ୍ତର୍ଗତ ମଧୁ ବିଦ୍ୟାପୀଠରେ ସିଆରସିସି ଅନିଲ କୁମାର ଦାସଙ୍କ ସଂଯୋଜନାରେ ୨ ଦିନ ଚାଲିଥିବା ବିଷୟ ଭିତ୍ତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri