ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସୁଭଦ୍ରାରେ ୧୫୭ ପୁରୁଷ କରିଛନ୍ତି ଆବେଦନ

ଭୁବନେଶ୍ୱର,୨୨ା୧: ସୁଭଦ୍ରା ଯୋଜନାରେ ପୁରୁଷମାନେ ଆବେଦନ କରିଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ରାଜ୍ୟର ୧୫୭ ଜଣ ପୁରୁଷ ସୁଭଦ୍ରାରେ ଆବେଦନ କରିଛନ୍ତି। ତେବେ ଏହି ପୁରୁଷଙ୍କୁ ତାଲିକାରୁ କାଟି ଦିଆଯାଇଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଆଧାନକାର୍ଡର ବ୍ୟାଙ୍କ ଲିଙ୍କ ଡାଟା ଆସିବା ପରେ ଏହା ଜଣାପଡ଼ିଥିଲା। ଭୁଲ୍‌ବଶତଃ ଆବେଦନ କରିଥିବାରୁ ସେମାନଙ୍କୁ ବାଦ୍‌ ଦିଆଯାଇଛି।

ରାଜ୍ୟ ବାହାରେ ଥିଲେ ବି ସୁଭଦ୍ରା ପାଇପାରିବେ। ମହିଳାମାନେ ତୁରନ୍ତ ଏଥିପାଇଁ ଆବେଦନ କରନ୍ତୁ। ନୂଆ ଆବେଦନ କରିବାକୁ ଚାହୁଁଥିବା ମହିଳାମାନେ ସୁଭଦ୍ରା ପୋର୍ଟାଲ, ସିଏସ୍‌ସି କେନ୍ଦ୍ରରେ ଏଥିପାଇଁ ଆବେଦନ କରିବେ। ମାତ୍ର ବା‌ୟୋମେଟ୍ରିକ୍ କିମ୍ବା ଏନ୍‌ପିସିଆଇ ଯାଞ୍ଚ ନିମନ୍ତେ ସେମାନଙ୍କୁ ଆସିବାକୁ ପଡ଼ିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।

ଚତୁର୍ଥ ପର୍ଯ୍ୟାୟରେ ୨୦ ଲକ୍ଷରୁ ଊଦ୍ଧର୍‌ବ ମହିଳାଙ୍କୁ ମିଳିବ ଟଙ୍କା। ଚଳିତ ମାସ ଶେଷ ସପ୍ତାହରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଦିଆଯିବ। ଯୋଜନାରୁ ବାହାରି ଯାଇଥିବା ବା ଅପ୍‌ଟ ଆଉଟ୍‌ ହୋଇଥିବା ଅଧିକାଂଶ ମହିଳାଙ୍କ ମଧ୍ୟରୁ ଅନେକ ଅପ୍‌ଟ ଇନ୍‌ କରିସାରିଲେଣି।  ମାତ୍ର ବିଡ଼ମ୍ବନାର ବିଷୟ ଯେ, ଏବେ ମଧ୍ୟ ୨ ଲକ୍ଷରୁ ଅଧିକ ମହିଳା ନିଜର E-KYC ଅପଡେଟ୍‌ କରିନାହାନ୍ତି। ଅଜାଣତରେ ଅପ୍ଟ ଆଉଟ ହୋଇଥିବା ୩୧ ହଜାର ମହିଳାଙ୍କ ମଧ୍ୟରୁ ୧୭ ହଜାର ଅପ୍ଟ ଇନ କରିଛନ୍ତି। ତେଣୁ ସରକାର ମାସ ଶେଷ ଆଡ଼କୁ ୪ର୍ଥ ପର୍ଯ୍ୟାୟ ଟଙ୍କା ଦେବାକୁ ପ୍ରସ୍ତୁତ ହେଉଥିବାରୁ ଯଥାଶୀଘ୍ର KYC ଅପଡେଟ୍‌ କରିବାକୁ ଉପମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କୁ ଅପିଲ କରିଛନ୍ତି। ଏଥିରୁ କୌଣସି ଯୋଗ୍ୟ ହିତାଧିକାରୀ ବାଦ୍‌ ପଡ଼ିବ ନାହିଁ। ଶେଷ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ଯୋଜନା ପହଞ୍ଚାଇବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri