ଉତ୍ତର ଭାରତରେ ଘନ କୁହୁଡ଼ି: ଅଧିକାଂଶ ଟ୍ରେନ୍‌ ବାତିଲ୍‌ ଓ ବିଳମ୍ବ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଉତ୍ତର ଭାରତରେ ଘନ କୁହୁଡ଼ି ଯୋଗୁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। ପୂର୍ବତଟ ରେଳପଥ ସହ ଜଡ଼ିତ ଟ୍ରେନଗୁଡ଼ିକ ମଧ୍ୟ ଏହାଦ୍ୱାରା ପ୍ରଭାବିତ ହୋଇଛି। ଅଧିକାଂଶ ଟ୍ରେନ ବିଳମ୍ବରେ ଚାଲୁଥିବାବେଳେ ଓ ସୁରକ୍ଷାକୁ ଗୁରୁତ୍ୱ ଦେଇ କେତେକ ଟ୍ରେନ୍‌କୁ ବାତିଲ୍‌ କରାଯାଇଛି। ଘନ କୁହୁଡ଼ି ସମୟରେ ପରିସ୍ଥିତି ଦେଖି ଟ୍ରେନ୍‌ଗୁଡ଼ିକ ବାତିଲ୍‌ କିମ୍ବା ସମୟ ସୂଚୀରେ ପରିବର୍ତ୍ତନ କରାଯାଇପାରେ। ଏଭଳି ସ୍ଥିତିରେ ରେଳପଥ ପକ୍ଷରୁ ସୁରକ୍ଷା ନିୟମ ତିଆରି କରାଯାଇଛି। ଲୋକୋ ପାଇଲଟ(ଡ୍ରାଇଭର)ମାନେ କୁହୁଡ଼ି ପରିସ୍ଥିତି ଦେଖି ଆବଶ୍ୟକସ୍ଥଳେ ଟ୍ରେନର ବେଗ କମାଇଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଟ୍ରେନ ଚଳାଚଳରେ ଅସୁବିଧା ନ ହେବା ପାଇଁ ୨୪ ଘଣ୍ଟିଆ ନିରୀକ୍ଷଣ କରାଯାଉଛି। ବିଶେଷ କରି ଟ୍ରାକ୍‌ରେ ରାତି ଓ ଭୋର ସମୟରେ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ପୁରୁଷୋତ୍ତମ ଏକ୍ସପ୍ରେସ, ନୀଳାଚଳ, ନନ୍ଦନକାନନ, ସମ୍ପର୍କ କ୍ରାନ୍ତି, ଦୁରନ୍ତୋ, କଳିଙ୍ଗ ଉତ୍କଳ, ରାଜଧାନୀ ଏବଂ ଅନୁଗୁଳ-ଝାରସୁଗୁଡ଼ା ପଥ ଦେଇ ଚଳାଚଳ କରୁଥିବା ଟ୍ରେନଗୁଡ଼ିକ ବିଳମ୍ବ ହେବାର ଆଶଙ୍କା କରାଯାଉଛି। ଏହି ବିଳମ୍ବ ଯୋଗୁ ସଂଯୋଗକାରୀ ଟ୍ରେନଗୁଡ଼ିକୁ ବାତିଲ୍‌ କରାଯାଉଛି। ବାତିଲ୍‌ ଓ ବିଳମ୍ବିତ ଯାତ୍ରା କରିବାକୁ ଥିବା ଟ୍ରେନ ସମ୍ବନ୍ଧରେ ସୂଚନା ଏସ୍‌ ଏମ୍‌ଏସ୍‌ ଜରିଆରେ ଦେବାକୁ ଯୋଜନା ହୋଇଛି। କେତେକ ଗୁରୁତ୍ୱପୂର୍ଣ୍ଣ ଟ୍ରେନକୁ ନିୟମିତ କରିବା ସକାଶେ ଅନେକ ଟ୍ରେନକୁ ବାତିଲ୍‌ କରିବାକୁ ପଡୁଛି। ରେଳ ଚଳାଚଳକୁ ସୁଗମ କରିବା ପାଇଁ ପୂର୍ବତଟ ରେଳପଥ ତା’ର କାର୍ଯ୍ୟଶକ୍ତିକୁ ପ୍ରସ୍ତୁତ ରଖିବା ସହ ବିଳମ୍ବିତ ଟ୍ରେନଗୁଡ଼ିକୁ ଶୀଘ୍ର କାର୍ଯ୍ୟଭାର ବହନ କରିବା ପାଇଁ ରକ୍ଷଣାବେକ୍ଷଣ କର୍ମଚାରୀଙ୍କୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ଟ୍ରେନ ଚଳାଚଳ ସମ୍ବନ୍ଧୀୟ ସୂଚନା ପାଇବା ପାଇଁ ଯାତ୍ରୀ ୧୩୯ ରେ ଡାଏଲ କରିବାକୁ ପୂର୍ବତଟ ରେଳପଥ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri