୫ ଜିଲାର ୧୫୮ ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ)/ ବାରିପଦା (ଅଫିସ): ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି। ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଜିଲାର ୧୫୮ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମାଲକାନଗିରିର ୬ ସ୍କୁଲ, ଝାରସୁଗୁଡାର ୨୫, କଳାହାଣ୍ଡିର ୨୯, ମୟୂରଭଞ୍ଜର ୬୦ ଏବଂ ଖୋର୍ଦ୍ଧାର ୩୮ ସ୍କୁଲ ରହିଛି।
ଏ ପର୍ଯ୍ୟନ୍ତ ୬୮୯ ରୂପାନ୍ତରିତ ସ୍କୁଲ ଛାତ୍ରୀଛାତ୍ରମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି। ସୂଚନାଯୋଗ୍ୟ, ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଏବେ ରାଜ୍ୟର ୧୦୭୫ ସ୍କୁଲର ଲୋକାର୍ପଣ କାର୍ଯ୍ୟକ୍ରମ ଜାରି ରହିଛି। ଆସନ୍ତା ୨୪ ତାରିଖରେ ଏହା ସମ୍ପୂର୍ଣ୍ଣ ହେବ। ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି। ଗାଁ ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି। ଆଉ ଗୋଟିଏ ଗୌରବ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ସେମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ, ଜାତିର ଭବିଷ୍ୟତ। କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାର ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୂରା ଭବିଷ୍ୟତ। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୟ । ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ୱ। ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡ଼ା, ସଂଗୀତ ସବୁ କ୍ଷେତ୍ରରେ ଓଡ଼ିଶାର ଗୌରବ ବଢ଼ାନ୍ତୁ। ନୂଆ ନୂଆ ଜ୍ଞାନକୌଶଳ ବିଷୟରେ ଜାଣନ୍ତୁ। ବଡ଼ ବଡ଼ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ ଚ୍ୟାଲେଞ୍ଜକୁ ସାମ୍‌ନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢ଼ନ୍ତୁ। ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ।
୫-ଟି ନୀତି ଉପରେ ମୁଖ୍ୟମନ୍ତ୍ରୀ କହିଲେ, ସ୍କୁଲ ରୂପାନ୍ତର ହେଉଛି ୫-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି ଟେକ୍ନୋଲୋଜି, ଟିମ୍‌ ୱାର୍କ, ଟାଇମ୍‌, ଟ୍ରାନ୍ସପରେନ୍ସି ଓ ଟ୍ରାନ୍ସଫର୍ମେଶନ। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି।
ଏହି କାର୍ଯ୍ୟକ୍ରମରେ ୫ ଜିଲାର ଛାତ୍ରୀଛାତ୍ରମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସମ୍ପର୍କରେ ନିଜର ମନ କଥା କହିଥିଲେ। ମାଲକାନଗିରିର ପାପୁନି ମାଣ୍ଡି, ଝାରସୁଗୁଡ଼ାର ଶାଳିନୀ ତ୍ରିପାଠୀ, କଳାହାଣ୍ଡିର କୁମୁଦିନୀ ବନ୍ଦିଛୋଡ, ମୟୂରଭଞ୍ଜର ମଧୁସ୍ମିତା ସାହୁ ଏବଂ ଖୋର୍ଦ୍ଧା ଜିଲାର ଉଦୟ ପ୍ରକାଶ ବେହେରା ପ୍ରମୁଖ ଛାତ୍ରୀଛାତ୍ର ଆଲୋଚନାରେ ଭାଗ ନେଇ କହିଥିଲେ, ଗାଁ ଭିତରେ ସ୍କୁଲ ହିଁ ବର୍ତ୍ତମାନ ଆମର ସବୁଠାରୁ ବଡ଼ ଆକର୍ଷଣ। ଏହି ରୂପାନ୍ତରିତ ସ୍କୁଲରେ ଉପଲବ୍ଧ ଥିବା ସ୍ମାର୍ଟ ସୁବିଧା ଆମକୁ ଉତ୍ସାହିତ କରିଛି। ଏହା ଆମର ଲକ୍ଷ୍ୟ ପୂରଣ ପାଇଁ ଆମର ମନୋବଳକୁ ଦୃଢ଼ କରିଛି। ଭବିଷ୍ୟତରେ କ’ଣ ହେବାକୁ ଚାହାନ୍ତି ବୋଲି ମୁଖ୍ୟମନ୍ତ୍ରୀ ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇଏଏସ୍‌ ଅଫିସର, ଶିକ୍ଷକ, ଡାକ୍ତର, ଇଞ୍ଜିନିୟର, ସମାଜସେବୀ, ସାମ୍ବାଦିକ ହେବେ ବୋଲି କହିଥିଲେ।
କାର୍ଯ୍ୟକ୍ରମରେ ମାଲକାନଗିରିରେ ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝି, ଝାରସୁଗୁଡ଼ାରେ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି, କଳାହାଣ୍ଡିରେ ଶକ୍ତି ଓ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ମୟୂରଭଞ୍ଜରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଏବଂ ଖୋର୍ଦ୍ଧାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ। ଏହି ଅବସରରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ନିଜର ସଫଳତାରେ ସ୍କୁଲର ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। ରୂପାନ୍ତରିତ ସ୍କୁଲରେ ମିଳୁଥିବା ଆଧୁନିକ ସୁବିଧାର ସମ୍ପୂର୍ଣ୍ଣ ଉପଯୋଗ କରିବା ପାଇଁ ଶିକ୍ଷକ ଓ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ସାହୁ କଳାହାଣ୍ଡିର ମାଣିକେଶ୍ବରୀ ହାଇସ୍କୁଲ ଛାତ୍ର ଥିଲାବେଳେ ସୌମେନ୍ଦ୍ର ପ୍ରିୟଦର୍ଶୀ ଭୁବନେଶ୍ବର କ୍ୟାପିଟାଲ ହାଇସ୍କୁଲର ଛାତ୍ର ଥିଲେ।
ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। ଉପରୋକ୍ତ ଦୁଇ ପଦସ୍ଥ ଅଧିକାରୀଙ୍କ ଅଭିଜ୍ଞତା ଛାତ୍ରୀଛାତ୍ରଙ୍କ ସ୍ବପ୍ନକୁ ବାସ୍ତବ ରୂପ ଦେବାରେ ସହାୟକ ହେବ ବୋଲି ପାଣ୍ଡିଆନ ଆଶାବ୍ୟକ୍ତ କରିଛନ୍ତି। କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସମ୍ପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା। କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ପି.କେ. ଜେନା ଓ କୃଷି ଉତ୍ପାଦନ କମିଶନର ଆର୍‌.କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?