Posted inଖେଳ

ପଞ୍ଚାବ ଆଗରେ ୧୫୮ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୨୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୁରୁବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ ସିଜନର ଶେଷ ଲିଗ୍‌ ତଥା ୭୦ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଭୁବନେଶ୍ୱର କୁମାର ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୫୭ ରନ୍‌ କରିଛି ହାଇଦ୍ରାବାଦ। ଫଳରେ ପଞ୍ଚାବ କିଙ୍ଗ୍ସ ଆଗରେ ୧୫୮ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ହାଇଦ୍ରାବାଦ।

ହାଇଦ୍ରାବାଦ ଆରମ୍ଭରୁ ପ୍ରିୟମ୍‌ ଗର୍ଗ(୪)ଙ୍କ ଉଇକେଟ ହରାଇଥିଲା। ହେଲେ ଅଭିଶେଷ ଶର୍ମା ଏବଂ ରାହୁଲ ତ୍ରିପାଠୀ କିଛି ସମୟ ଧର୍ଯ୍ୟର ସହ ଖେଳି ଦଳକୁ ଆଗକୁ ନେବାକୁ ଚେଷ୍ଟା କରିଥିଲେ। ଦୁହେଁ ଦ୍ୱିତୀୟ ଉଇକେଟ ପାଇ ୬୧ ରନ୍‌ ଯୋଡିଥିଲେ। ହେଲେ ରାହୁଲ ୨୦ ରନ୍‌(୧ ଚଉକା ଏବଂ ୧ ଛକା) କରିଥିବା ବେଳେ ଅଭିଶେଷ ୪୩ରନ୍‌(୫ ଚଉକା ଏବଂ ୨ ଛକା) କରି ଆଉଟ୍‌ ହୋଇଯାଇଥିଲେ। ସେହିପରି ଆଡେନ୍‌ ମାର୍କ୍ରମା ୨୧ ରନ୍‌(୨ ଚଉକା) କରି ଆଉଟ ହେବା ପରେ ଦଳ ସଙ୍କଟରେ ପଡିଯାଇଥିଲା। ଏଭଳି ସ୍ଥତିରେ ୱାଶିଂଟନ ସୁନ୍ଦର ଏବଂ ରୋମାରିଓ ଶେଫାର୍ଡ ଦଳକୁ ସମ୍ଭାଲି ଥିଲେ। ୱାଶିଂଟନ ସୁନ୍ଦର ୨୫ ରନ୍‌ (୩ ଚଉକା ଏବଂ ୧ ଛକା) କରିଥିବା ବେଳେ ରୋମାରିଓ ଶେଫାର୍ଡ ୨୬ ରନ୍‌ (୨ ଚଉକା ଏବଂ ୨ ଛକା) କରି ଅପରାଜିତ ରହିଥିଲେ। ଫଳରେ ଦଳ ୧୫୭ ରନ୍‌ କରିବାରେ ସଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?