କଟକ ଅଫିସ, ୧୪।୫: ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ (ଓଏସ୍ଏଲ୍ଏସ୍ଏ) ପକ୍ଷରୁ ରାଜ୍ୟର ପ୍ରତ୍ୟେକ ଜିଲା ଏବଂ ତାଲୁକ୍ସ୍ତରୀୟ ବିଚାର ବିଭାଗୀୟ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ତଥା ଓଏସ୍ଏଲ୍ଏସ୍ଏ ମୁଖ୍ୟ ପୃଷ୍ଠପୋଷକ ଏସ୍. ମୁରଲୀଧର ଏବଂ ଓଏସ୍ଏଲ୍ଏସ୍ଏ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ତଥା ବିଚାରପତି ଶୁଭାଶିଷ ତାଳପତ୍ରଙ୍କ ମାର୍ଗଦର୍ଶନରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା। ଏହି ଲୋକ ଅଦାଲତରେ ମୋଟ ୧୫,୮୨୭ ମାମଲା ଫଇସଲା କରାଯାଇଥିଲା। ଏଥିରେ ଜିଲା ଏବଂ ତାଲୁକ୍ସ୍ତରୀୟ ବିଚାର ବିଭାଗୀୟ କୋର୍ଟ ସମେତ ଅନ୍ୟ ଟ୍ରିବ୍ୟୁନାଲ/କଞ୍ଜ୍ୟୁମର କୋର୍ଟର ବିଚାରାଧୀନ ୧୧,୮୬୫ ମାମଲା ରହିଥିଲା। ଏଥିସହ ୩,୯୬୨ ପ୍ରାକ୍ ମକଦ୍ଦମାସ୍ତରୀୟ ବିବାଦ ଥିଲା। ଏହାପରେ ପ୍ରାକ୍ ମକଦ୍ଦମାସ୍ତରୀୟ ବିବାଦ ଓ ବିଚାରାଧୀନ ମାମଲାର ଫଇସଲା ବାବଦରେ ୯୮ କୋଟି ୨୮ ଲକ୍ଷ ୧୮ହଜାର ୬୯୮ ଟଙ୍କା ଆଦାୟ କରାଯାଇଥିଲା। ବିଚାରାଧୀନ ମାମଲାଗୁଡ଼ିକ ମଧ୍ୟରେ ଫୌଜଦାରି ସାଲିସ୍ଯୋଗ୍ୟ ମାମଲା ୨୯୯, ଚେକ୍ ବାଉନ୍ସ ୧୦୨୭, ବ୍ୟାଙ୍କଋଣ ୬୨୦, ମୋଟର ଦୁର୍ଘଟଣାଜନିତ କ୍ଷତିପୂରଣ ୭୫୫, ବୈବାହିକ ବିବାଦ ୫୩୧, ଭୂମି ଅଧିଗ୍ରହଣ ୪୪, ବିଦ୍ୟୁତ୍ ଓ ଜଳ ସମ୍ବନ୍ଧୀୟ ୨୧, ଶ୍ରମ ବିବାଦ ୫୬, ଚାକିରି ସମ୍ବନ୍ଧୀୟ ୭, ଉପଭୋକ୍ତା ସମ୍ବନ୍ଧୀୟ ୧୪୩, ଡିଆର୍ଟି ମାମଲା ୧୫, ଷ୍ଟେଟ୍ ଏଜୁକେଶନାଲ ଟ୍ରିବ୍ୟୁନାଲ୍ ମାମଲା ୬, ଇଣ୍ଡଷ୍ଟ୍ରିଆଲ ଟ୍ରିବ୍ୟୁନାଲ ମାମଲା ୧, ଅନ୍ୟାନ୍ୟ ଦେୱାନି ମାମଲା ୧୫୫୫ ଓ ଅନ୍ୟାନ୍ୟ ଫୌଜଦାରି ମାମଲା ୬୭୮୫ ରହିଥିଲା। ସୂଚନାଯୋଗ୍ୟ, ଜାତୀୟ ଆଇନସେବା ପ୍ରାଧିକରଣ(ଏନ୍ଏଲ୍ଏସ୍ଏ)ର ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଚଳିତ ବର୍ଷର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଥିଲା। ଏହି ଅଦାଲତରେ ବିଭିନ୍ନ ବିବାଦ କିମ୍ବା ମକଦ୍ଦମାର ସହଜ ଏବଂ ଆପୋଷ ସହମତିରେ ସମାଧାନ କରାଯାଇଥିଲା। ବିଚାରାଧୀନ ମକଦ୍ଦମା ସହ ପ୍ରାକ୍ ମକଦ୍ଦମାସ୍ତରୀୟ ମାମଲା ମଧ୍ୟ ସମାଧାନ ହୋଇଥିଲା।
Posted inHome Left, ଆମ ଜିଲା ଖବର, କଟକ View All
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…
ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍. ଉଦୟଗିରି ଥାନା…
IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍ଦାର ବିଜୟ ଦେଲେ ସମୀର ରିଜଭୀ…
ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’
ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…
Archives

