ରାଜ୍ୟରେ ୧୫,୮୭୬ ଚେକ୍‌ଡ୍ୟାମ୍‌ ନିର୍ମାଣ ହେବ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଆଡ଼ିବନ୍ଧ ଯୋଜନାରେ ରାଜ୍ୟରେ ୧୫ ହଜାର ୮୭୬ ଚେକ୍‌ଡ୍ୟାମ୍‌ ନିର୍ମାଣ ଲାଗି ସରକାର ପ୍ରସ୍ତାବ ରଖିଛନ୍ତି। ସେଥିମଧ୍ୟରୁ ୩ ବର୍ଷ ମଧ୍ୟରେ ଅର୍ଥାତ୍‌ ୨୦୨୫ ସୁଦ୍ଧା ୧୨୮୦ ନୂଆ ଚେକ୍‌ଡ୍ୟାମ୍‌ ନିର୍ମାଣ ଲାଗି ସରକାର ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ୮ ଶହ ୧୧ କୋଟି ୪୫ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ ଯୋଜନା କରାଯାଇଛି। ବିଧାନସଭା ପ୍ରଶ୍ନକାଳରେ ବିଜେଡି ସଭ୍ୟ ମୌଷଧି ବାଗଙ୍କ ମୂଳ ପ୍ରଶ୍ନର ଉତ୍ତରରେ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ଏହି ସୂଚନା ଦେଇଛନ୍ତି। ମୂଳ ପ୍ରଶ୍ନକର୍ତ୍ତା ପଚାରିଥିଲେ, କଳାହାଣ୍ଡି ଜିଲାର ଯେଉଁ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ଚେକ୍‌ଡ୍ୟାମ୍‌ ଅଚଳ ଅବସ୍ଥାରେ ରହିଛି ସେଗୁଡ଼ିକୁ ପୁନଃ କାର୍ଯ୍ୟକ୍ଷମ କରି ଜଳସେଚନ ବ୍ୟବସ୍ଥା କରିବାକୁ ସରକାର କି ସ୍ବତନ୍ତ୍ର ପଦକ୍ଷେପ ନେଇଛନ୍ତି। ମନ୍ତ୍ରୀ ସାହୁ କହିଲେ, କଳାହାଣ୍ଡି ଜିଲାର ୩ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ମଳିଯୁବଙ୍ଗ, ହାତୀଖୋଜ, କରୁଣାନାଳ ଅଚଳ ହୋଇପଡ଼ିଛି। ସେଥିରୁ ପ୍ରଥମ ୨ ପ୍ରକଳ୍ପର ପୁନରୁଦ୍ଧାର କାର୍ଯ୍ୟ କରିବାକୁ ପଦକ୍ଷେପ ନିଆଯାଉଛି। କରୁଣାନାଳ କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ସେଚାଞ୍ଚଳ, ଇନ୍ଦ୍ରାବତୀ ବୃହତ୍‌ ଜଳସେଚନ ପ୍ରକଳ୍ପର ସେଚାଞ୍ଚଳ ସହିତ ଓଭରଲାପିଂ ହେଉଥିବାରୁ ତାହାର ଉନ୍ନତୀକରଣର ଆବଶ୍ୟକତା ନାହିଁ। ବିଧାୟକ ତାରାପ୍ରସାଦ ବାହିନୀପତି, ମୀନାକ୍ଷୀ ମହାନ୍ତ, ପ୍ରଦୀପ ଦିସାରି, ଲକ୍ଷ୍ମଣ ମୁଣ୍ଡା ପ୍ରମୁଖ କହିଥିଲେ, ରାଜ୍ୟରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ସ୍ଥାଣୁ ପାଲଟିଯାଇଛି। ରାଜ୍ୟରେ କେତେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଚାଲିଛି। ମନ୍ତ୍ରୀ କହିଲେ, ଇନ୍‌ଷ୍ଟିମ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ୬ ବର୍ଷରେ ୧୧,୭୦୦ କୋଟି ଟଙ୍କା ଖର୍ଚ୍ଚ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri