ରାଜ୍ୟରେ ୧୫,୮୭୬ ଚେକ୍‌ଡ୍ୟାମ୍‌ ନିର୍ମାଣ ହେବ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଆଡ଼ିବନ୍ଧ ଯୋଜନାରେ ରାଜ୍ୟରେ ୧୫ ହଜାର ୮୭୬ ଚେକ୍‌ଡ୍ୟାମ୍‌ ନିର୍ମାଣ ଲାଗି ସରକାର ପ୍ରସ୍ତାବ ରଖିଛନ୍ତି। ସେଥିମଧ୍ୟରୁ ୩ ବର୍ଷ ମଧ୍ୟରେ ଅର୍ଥାତ୍‌ ୨୦୨୫ ସୁଦ୍ଧା ୧୨୮୦ ନୂଆ ଚେକ୍‌ଡ୍ୟାମ୍‌ ନିର୍ମାଣ ଲାଗି ସରକାର ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ୮ ଶହ ୧୧ କୋଟି ୪୫ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ ଯୋଜନା କରାଯାଇଛି। ବିଧାନସଭା ପ୍ରଶ୍ନକାଳରେ ବିଜେଡି ସଭ୍ୟ ମୌଷଧି ବାଗଙ୍କ ମୂଳ ପ୍ରଶ୍ନର ଉତ୍ତରରେ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ଏହି ସୂଚନା ଦେଇଛନ୍ତି। ମୂଳ ପ୍ରଶ୍ନକର୍ତ୍ତା ପଚାରିଥିଲେ, କଳାହାଣ୍ଡି ଜିଲାର ଯେଉଁ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ଚେକ୍‌ଡ୍ୟାମ୍‌ ଅଚଳ ଅବସ୍ଥାରେ ରହିଛି ସେଗୁଡ଼ିକୁ ପୁନଃ କାର୍ଯ୍ୟକ୍ଷମ କରି ଜଳସେଚନ ବ୍ୟବସ୍ଥା କରିବାକୁ ସରକାର କି ସ୍ବତନ୍ତ୍ର ପଦକ୍ଷେପ ନେଇଛନ୍ତି। ମନ୍ତ୍ରୀ ସାହୁ କହିଲେ, କଳାହାଣ୍ଡି ଜିଲାର ୩ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ମଳିଯୁବଙ୍ଗ, ହାତୀଖୋଜ, କରୁଣାନାଳ ଅଚଳ ହୋଇପଡ଼ିଛି। ସେଥିରୁ ପ୍ରଥମ ୨ ପ୍ରକଳ୍ପର ପୁନରୁଦ୍ଧାର କାର୍ଯ୍ୟ କରିବାକୁ ପଦକ୍ଷେପ ନିଆଯାଉଛି। କରୁଣାନାଳ କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ସେଚାଞ୍ଚଳ, ଇନ୍ଦ୍ରାବତୀ ବୃହତ୍‌ ଜଳସେଚନ ପ୍ରକଳ୍ପର ସେଚାଞ୍ଚଳ ସହିତ ଓଭରଲାପିଂ ହେଉଥିବାରୁ ତାହାର ଉନ୍ନତୀକରଣର ଆବଶ୍ୟକତା ନାହିଁ। ବିଧାୟକ ତାରାପ୍ରସାଦ ବାହିନୀପତି, ମୀନାକ୍ଷୀ ମହାନ୍ତ, ପ୍ରଦୀପ ଦିସାରି, ଲକ୍ଷ୍ମଣ ମୁଣ୍ଡା ପ୍ରମୁଖ କହିଥିଲେ, ରାଜ୍ୟରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ସ୍ଥାଣୁ ପାଲଟିଯାଇଛି। ରାଜ୍ୟରେ କେତେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଚାଲିଛି। ମନ୍ତ୍ରୀ କହିଲେ, ଇନ୍‌ଷ୍ଟିମ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ୬ ବର୍ଷରେ ୧୧,୭୦୦ କୋଟି ଟଙ୍କା ଖର୍ଚ୍ଚ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri