ଦେବଗିରି ମହାବିଦ୍ୟାଳୟର ୧୫ତମ ପ୍ରତିଷ୍ଠା ଦିବସ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ କୋରାପୁଟ ସାଂସଦ ସପ୍ତଗିରି ଉଲାକା

କଲ୍ୟାଣସିଂହପୁର, ୭।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକସ୍ଥିତ ଦେବଗିରି ମହାବିଦ୍ୟାଳୟ ପରିସରରେ ୧୫ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କଲେଜ ପରିଚାଳନା ସମିତିର ସଭାପତି ଭି.ଭି. ୱାର ପ୍ରସାଦ ରାଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲାକା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।

ସମ୍ମାନିତ ଅତିଥି ଭାବେ ନିର୍ମଳା କାଡ୍ରାକା, କଲେଜ ଅଧ୍ୟକ୍ଷ ଜଗେଶ୍ୱର ଗରଡ଼ା, ଡା. ସୌମ୍ୟ ରଞ୍ଜନ ଜେନା, +୩ ସମ୍ପାଦକ ଏକେଣ୍ଟସ୍ୱର ପାଢ଼ୀ ଏବଂ +୨ ସମ୍ପାଦକ ମାଉଡ଼ି ବାରିକ ମଞ୍ଚାସୀନ ଥିଲେ। ପ୍ରାରମ୍ଭରେ ଅତିଥିମାନଙ୍କୁ ଉତ୍ତରୀୟ, ବ୍ୟାଜ୍‌ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ଭବ୍ୟ ସ୍ୱାଗତ କରାଯାଇଥିଲା। ଏହାପରେ ଅତିଥିମାନଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ଛାତ୍ରଛାତ୍ରୀମାନେ ମଧୁର ସ୍ୱରରେ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ।

କଲେଜ ଅଧ୍ୟକ୍ଷ ଜଗେଶ୍ୱର ଗରଡ଼ା ଅନୁଷ୍ଠାନର ବାର୍ଷିକ ବିବରଣୀ ଉପସ୍ଥାପନ କରି କଲେଜର ଅଗ୍ରଗତି ଓ ବିଭିନ୍ନ ସଫଳତା ସମ୍ପର୍କରେ ଆଲୋକପାତ କରିଥିଲେ। ମୁଖ୍ୟ ଅତିଥି ସାଂସଦ  ଉଲାକା ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରିବା ସହ ଉଚ୍ଚଶିକ୍ଷା, ନୈତିକ ମୂଲ୍ୟବୋଧ ଏବଂ ଅଞ୍ଚଳର ବିକାଶରେ ଯୁବପିଢ଼ିଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ କରି ମାର୍ଗଦର୍ଶନ ପ୍ରଦାନ କରିଥିଲେ।

ଶେଷରେ ହେମନ୍ତ ବାଗ ଓ ସଂଯୁକ୍ତା ଗରଡ଼ା ଧନ୍ୟବାଦ ଅର୍ପଣ କରିଥିଲେ। ସଭା ଶେଷ ହେବା ପରେ ଅତିଥି, ଅଧ୍ୟାପକ, କର୍ମଚାରୀ ଓ ଛାତ୍ରୀଛାତ୍ରଙ୍କ ପାଇଁ ମଧ୍ୟାହ୍ନ ଭୋଜନର ଆୟୋଜନ କରାଯାଇଥିଲା।

ଦ୍ୱିତୀୟାର୍ଦ୍ଧରେ କଲେଜର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ମନୋରଞ୍ଜନଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହା ଉପସ୍ଥିତ ଦର୍ଶକମାନଙ୍କୁ ବେଶ୍‌ ଆନନ୍ଦିତ କରିଥିଲା। ଏହି ସମାରୋହରେ କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ବିଦ୍ୟାର୍ଥୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…

ସ୍କ୍ରବ୍‌ ଟାଇଫସ୍‌: ଏମାନଙ୍କ ସଂସ୍ପର୍ଶରେ ଆସିଲେ ହୋଇଥାଏ ଏହି ରୋଗ

ସ୍କ୍ରବ୍‌ ଟାଇଫସ୍‌ ଏକ ସଂକ୍ରାମକ ରୋଗ ଓ ଏହା ରିକେଟ୍‌ସିଆ ଗ୍ରୁପ୍‌ର ଜୀବାଣୁ ଓରିଏନସିଆ ସୁସୁଗାମୁଷି ଜୀବାଣୁ ଦ୍ୱାରା ହୋଇଥାଏ। ଏହି ଜୀବାଣୁ ଜଉପୋକ, ଲୁଣିଆ ପୋକ…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର…

ଚର୍ଚ୍ଚିତ ଗୌଣ ଗ୍ରହ ଆପୋଫିସ୍‌

ଆମ ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହଦ୍ୱୟ କକ୍ଷ ମଝିରେ ଅନେକଗୁଡିଏ କ୍ଷୁଦ୍ର ଜ୍ୟୋତିର୍ବିଦୀୟ ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମଣ କରୁଛନ୍ତି। ଏଗୁଡିକ ଗ୍ରହାଣୁ ବା ଗୌଣଗ୍ରହ କୁହାଯାଏ।…

ସତ୍ୟ ନିକେତନ ଘଟଣା: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେନ (MCD) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦକ୍ଷିଣ ଜୋନର ପାଞ୍ଚ ଜଣ…

ଦିଲ୍ଲୀ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି କ୍ଷତିପୂରଣ ସହ ସରକାରୀ ଚାକିରି ଦାବି

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସମ୍ପର୍କରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍ତର ପ୍ରଦେଶ ୟୁନିଟ ସଭାପତି ଅଜୟ ରାୟ…

ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ

ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri