Posted inRasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ
ନୀଚସ୍ଥ ଚନ୍ଦ୍ରଜନିତ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ନ ହୋଇପାରେ। ଶୁକ୍ରଙ୍କ ପ୍ରଭାବରେ ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନ ଓ ଯାତ୍ରା ଶାନ୍ତି ପ୍ରଦାୟକ ହେବ। ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ଲାଗି ରହିବ।
ବୃଷ
ବୃଷ
ରାହୁଯୁକ୍ତ ଶୁକ୍ର ହେତୁ ପୁରୁଣା ରୋଗପୀଡ଼ା ଦୁଶ୍ଚିନ୍ତାକୁ ବୃଦ୍ଧି କରିବ। ଅର୍ଥାଭାବକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିବେ। ମଝିରେ ମଝିରେ ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ପ୍ରଭାବିତ ହୋଇପାରେ। ଯାତ୍ରା ଓ ବନ୍ଧୁମିଳନ, କଳା, ସାହିତ୍ୟ, ପ୍ରବଚନ, ଆଧ୍ୟାତ୍ମିକ ସଭା ସମିତିରେ ସମ୍ମାନିତ ହୋଇପାରନ୍ତି।
ମିଥୁନ
ମିଥୁନ
ଭାଗ୍ୟସ୍ଥ ବୁଧଜନିତ ଉଦାରତା ଗୁଣରୁ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ। ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ବାକି ରହିଥିବା ଟଙ୍କା, ପଇସାକୁ କେନ୍ଦ୍ରକରି ଅନର୍ଥ ସୃଷ୍ଟି ହୋଇପାରେ। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଆଲୋଚନା, ଆନୁଷ୍ଠାନିକ କାମ, ସଭା ସମିତିରେ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ। ବୃହସ୍ପତିଙ୍କ ଆଶୀର୍ବାଦରୁ ଅଟକି ରହିଯାଇଥିବା କାମ ସହଜ ଓ ସୁବିଧାରେ ହେବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସାଧାରଣ କଥାରେ ବନ୍ଧୁଙ୍କ ଭୁଲ୍‌ ବୁଝାମଣା ହେତୁ ସତର୍କତାର ସହ କାମ କରିବା ଭଲ।
ସି˚ହ
ସି˚ହ
ବିଭିନ୍ନ ପ୍ରକାରର ସମସ୍ୟା ଜାଲରେ ଛନ୍ଦି ହୋଇ ମାନସିକ ସନ୍ତୁଳନ ହରାଇବେ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ କାମଗୁଡ଼ିକ ସୁବିଧାରେ ହୋଇପାରିବ ନାହିଁ। ଜମିଜମା, କଳକାରଖାନା,ସଭାସମିତି, ମନୋରଞ୍ଜନ, ସଭାସମିତିରେ ସଫଳତା ଅର୍ଜନ କରିବେ। ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚାରେ ପ୍ରତି ମନ ବଳିପାରେ।
କନ୍ୟା
ଅଷ୍ଟମାଧିପଙ୍କ କୁପ୍ରଭାବରୁ କାମ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିପାରନ୍ତି। ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ, କିନ୍ତୁ କିଛିବି କରିବେ ନାହିଁ। ଜମିଜମା କାରବାରରେ ଅର୍ଥ ଲାଭ ହେତୁ ଖୁସି ରହିବେ। ସଭାସମିତି, କଳା, ସାହିତ୍ୟ, ମନୋରଞ୍ଜନାଦି କାର୍ଯ୍ୟକ୍ରମରେ ସାମିଲ୍‌ ହୋଇପାରନ୍ତି।
ତୁଳା
ତୁଳା
ଷଷ୍ଠଭାବସ୍ଥ ଗୁରୁ ଯୋଗୁ ଆପଣ ଆଜି ନିଜ ଲୋକଙ୍କ ଉପରେ ଭରସା କରିପାରିବେ ନାହିଁ। ଯାନବାହନ ଚାଳନାରେ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିବ। ସାମୟିକ ଭାବରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଆଜି ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ପାପଗ୍ରହ ଜନିତ ସାମାଜିକ ସ୍ତରରେ କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। ଶତ୍ରୁତା କରୁଥିବା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇ ପାରନ୍ତି। ଅପରାହ୍ନରେ ଅବଶ୍ୟ ବନ୍ଧୁମିଳନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ଧନୁ
ଧନୁ
ଦ୍ୱାଦଶସ୍ଥ ଚନ୍ଦ୍ରଙ୍କ ଯୋଗୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଅଧିକାଂଶ ସମୟ ଭଲ ଲାଗିବ ନାହିଁ। ସାମୟିକ ଭାବରେ ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନିର୍ମାଣ, ଚୁକ୍ତିପତ୍ର, ମାଲିମକଦ୍ଦମା କ୍ଷେତ୍ରରେ ମଧ୍ୟମ ଧରଣର ଫଳ।
ମକର
ମକର
କେତୁଙ୍କ କୁପ୍ରଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଶ୍ରବଣା ନକ୍ଷତ୍ରର କାମ ହାସଲ କରିବାରେ କେତେକ ପ୍ରତିବନ୍ଧକ ଦେଖାଦେବ। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ମନରେ ଅସ୍ଥିରତା ସୃଷ୍ଟି କରିପାରନ୍ତି। ଜମିଜମା ବିବାଦ, ପରିବହନ, ନିର୍ମାଣ ପ୍ରଭୃତିରେ ଉନ୍ନତ ଧରଣର ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଆକସ୍ମିକ ଦୂର ଯାତ୍ରା କରିବାକୁ ପଡ଼ିପାରେ। ସମସ୍ୟା ସୁଧାରିବାକୁ ଯାଇ ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସମ୍ଭାଳି ନେବେ। ଭ୍ରମଣହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି। ପୁରୁଣା ମାମଲାର ଉତ୍ତମ ଫଳପ୍ରାପ୍ତି।
ମୀନମୀନ
କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବା ସାଙ୍ଗକୁ ଟେନସନ୍‌ କମିଯିବ। ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା ହେତୁ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ଯାଇପାରେ। ସାମୟିକ ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡ଼ିବ। ଦୂରରେ ଥିବା ସନ୍ତାନଙ୍କ ସୁଖବର ପ୍ରାପ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri