୧୬ ଏକର ଜମିରୁ ନଷ୍ଟ କରାଗଲା ୧୯,୨୦୦ ଗଞ୍ଜେଇ ଗଛ

ଦିଗପହଣ୍ଡି,୧୦ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଅଧୀନରେ ଥିବା ରାମଚନ୍ଦ୍ରପୁର ପାହାଡ଼ର ୧୬ ଏକର ଜମିରେ ବେଆଇନ ଭାବେ ଗଞ୍ଜେଇ ଚାଷକୁ ନଷ୍ଟ କରିଛି ଅବକାରୀ ପୋଲିସ। ଏହି ପାହାଡ଼ରେ ଦୀର୍ଘଦିନ ହେଲା ଗଞ୍ଜେଇ ଚାଷ ଚାଲିଥିବା ଗୁଇନ୍ଦା ସୂଚନା ପାଇ ଅବକାରୀ କମିଶନର ଆଶିଷ କୁମାର ସିଂ ଓ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ନିର୍ଦ୍ଦେଶକ୍ରମେ ଜିଲା  ଅବକାରୀ ଆରକ୍ଷୀ ଅଧୀକ୍ଷକ ରମେନ୍ଦ୍ର ନାରାୟଣ ନାହାକ, ଅବକାରୀ ନିରୀକ୍ଷକ ମିହିର କୁମାର ସେଠୀ,ଉପ-ଅଧୀକ୍ଷକ ବିଜୟ କୁମାର ଧାରୁଆ,ପାଟପୁର ଆଇଆଇସି ସବ୍ୟସାଚୀ ମଲ୍ଲ ଓ ଦିଗପହଣ୍ଡି ରେଞ୍ଜର କାହ୍ନୁଚରଣ ପଟ୍ଟନାୟକ ପ୍ରମୁଖ ପୋଲିସ ଓ ଅବକାରୀ କର୍ମଚାରୀମାନେ ଶନିବାର ଅତର୍କିତ ଭାବେ ଚଢ଼ାଉ କରି ୧୯୨୦୦ ଗଞ୍ଜେଇ ଗଛକୁ ନଷ୍ଟ କରିଛନ୍ତି। ଏ ସମସ୍ତ ଗଞ୍ଜେଇ ଗଛକୁ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ସାନଖେମୁଣ୍ଡି ତହସିଲଦାର ଶ୍ରୀନିବାସ ବେହେରାଙ୍କ ତତ୍ତ୍ୱାବଧାନରେ ପୋଡ଼ି ନଷ୍ଟ କରାଯାଇଥିବା ଜଣାପଡ଼ିଛି। ଏହି ଚଢ଼ାଉରେ ଅନ୍ୟମାନଙ୍କ ମଧ୍ୟରେ ଅବକାରୀ ଏସ୍‌.ଆଇ ସନ୍ତୋଷ କୁମାର ସାହୁ,ତପସ୍ବିନୀ ବରାଳ,ଶୁଭସ୍ମିତା ସାହୁ,ସୁସିଲ୍‌ ସଙ୍ଗିତା ମହାପାତ୍ର, ଏଏସ୍‌ଆଇ ବସନ୍ତ ବେହେରା,ଅଜୁ କୁମାର ସାହୁ, ଜି.କ୍ରୀଷ୍ଣାରାଓ, ଡମ୍ବୁରୁ ପ୍ରସାଦ ବେହେରା, ଗୋବିନ୍ଦ ବେହେରା,ଏନ୍‌.ତ୍ରୀପତି,ସ୍ବୟମ୍ଭୁୁ କହଁର,ନୀର ବେହେରା,ଆଲ୍‌ଫାଲତା ସାହୁ ପ୍ରମୁଖ ଗୋଳନ୍ଥରା,ଚିକିଟି ,ଦିଗପହଣ୍ଡି ଅବକାରୀ ପୋଲିସ,ଦିଗପହଣ୍ଡି ବନ ବିଭାଗ ଓ ପାଟପୁର ପୋଲିସ କର୍ମଚାରୀମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri