ଖୋର୍ଦ୍ଧା ଜିଲାରେ ୧୬ ଅତିରିକ୍ତ ମତଦାନ କେନ୍ଦ୍ର

ଭୁବନେଶ୍ୱର,୧୩ା୪: ଖୋର୍ଦ୍ଧା ଜିଲାରେ ୧୬ଟି ଅତିରିକ୍ତ ମତଦାନ କେନ୍ଦ୍ର ସୃଷ୍ଟି ହୋଇଛି। ଭୁବନେଶ୍ୱର ମଧ୍ୟରେ ଗୋଟିଏ, ଭୁବନେଶ୍ୱର ଉତ୍ତରରେ ୫ଟି, ଏକାମ୍ର ଭୁବନେଶ୍ୱରରେ ୯ଟି ଏବଂ ଖୋର୍ଦ୍ଧା ବିଧାନସଭା ଅଧୀନରେ ଗୋଟିଏ ଅତିରିକ୍ତ ମତଦାନ କେନ୍ଦ୍ର ସୃଷ୍ଟି ହୋଇଛି। ଏହି ଚାରୋଟି ବିଧାନସଭା କ୍ଷେତ୍ରରେ ମୋଟ୍‌ ୯୩୨ ମତଦାନ କେନ୍ଦ୍ର ଥିବାବେଳେ ଆଉ ୧୬ଟି ଅତିରିକ୍ତ ବୁଥ୍‌ ବୃଦ୍ଧି ହେବା ଦ୍ୱାରା ମୋଟ୍‌ ବୁଥ୍‌ ସଂଖ୍ୟା ୯୪୮ରେ ପହଞ୍ଚିଛି। ସହରାଞ୍ଚଳରେ ୧୬ଶହରୁ ଅଧିକ ମତଦାତା ଏବଂ ଗ୍ରାମାଞ୍ଚଳରେ ୧୫ ଶହରୁ ଅଧିକ ଭୋଟର ଥିବା ପୂର୍ବ ମତଦାନ କେନ୍ଦ୍ରରୁ ପୃଥକ୍‌ କରି ଏହି ଅତିରିକ୍ତ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି।

ଏ ସଂକ୍ରାନ୍ତରେ ବିିଭିନ୍ନ ରାଜନୈତିକ ଦଳ ଏବଂ ଅଂଶୀଦାରମାନଙ୍କ ସହ ହୋଇଥିବା ବିଚାରବିମର୍ଷକୁ ଆଧାର କରି ପଠାଯାଇଥିବା ପ୍ରସ୍ତାବକୁ ନିର୍ବାଚନ କମିଶନ ଅନୁମୋଦନ କରିବା ପରେ ଏହି ୧୬ଟି ଅତିରିକ୍ତ ମତଦାନ କେନ୍ଦ୍ର ସୃଷ୍ଟି ହୋଇଛି। ଏହି ମତଦାନ କେନ୍ଦ୍ରଗୁଡ଼ିକ ସଂପୃକ୍ତ ମୂଳ ମତଦାନ ଥିବା କ୍ୟାମ୍ପସ ମଧ୍ୟରେ ହିଁ ରହିବ। ୧୧୨-ଭୁବନେଶ୍ୱର ମଧ୍ୟ ବିଧାନସଭା ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ, ଝାରପଡ଼ା(ବୁଥ୍‌ ନଂ ୧୮୦), ୧୧୩-ଭୁବନେଶ୍ୱର ଉତ୍ତର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କଳାରାହାଙ୍ଗ (ବୁଥ୍‌ ନଂ ୨୩), ସରକାରୀ ପ୍ରାଥମିକ ବିଦ୍ୟାଳୟ, ପଟିଆ (ବୁଥ୍‌ ନଂ ୨୯), ମହର୍ଷି ମହିଳା ମହାବିଦ୍ୟାଳୟ, ଶୈଳଶ୍ରୀବିହାର (ବୁଥ୍‌ ନଂ-୬୯), ସରକାରୀ ପ୍ରାଥମିକ ବିଦ୍ୟାଳୟ, ଜନତାନଗର, ସାଲିଆସାହି (ବୁଥ୍‌ ନଂ-୧୪୫), ସରକାରୀ ଉଚ୍ଚ ବିଦ୍ୟାଳୟ, ପଳାଶୁଣି (ବୁଥ୍‌ ନଂ ୨୨୬), ୧୧୪-ଏକାମ୍ର ଭୁବନେଶ୍ୱର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ସରକାରୀ ଉଚ୍ଚବିଦ୍ୟାଳୟ, ଘାଟିକିଆ (ବୁଥ୍‌ ନଂ-୭ ଓ ୧୨), ସରକାରୀ ଉଚ୍ଚ ବିଦ୍ୟାଳୟ, ଖଣ୍ଡଗିରି (ବୁଥ୍‌ ନଂ ୪୪ ଓ ୪୭), ସରକାରୀ ଉଚ୍ଚ ବିଦ୍ୟାଳୟ, ଡୁମୁଡୁମା ଗ୍ରାମ (ବୁଥ୍‌ ନଂ ୧୨୪ ଓ ୧୨୬), ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଯଦୁପୁର (ବୁଥ୍‌ ନଂ ୧୩୮), ବିଏମ୍‌ ସରକାରୀ ଉଚ୍ଚ ବିଦ୍ୟାଳୟ, ପୁରୁଣା ଭୁବନେଶ୍ୱର (ବୁଥ୍‌ ନଂ ୧୫୧), ସେଣ୍ଟ ଜାଭିୟର ହାଇସ୍କୁଲ, କେଦାରଗୌରୀ (ବୁଥ୍‌ ନଂ-୧୫୭) ଏବଂ ୧୧୭-ଖୋର୍ଦ୍ଧା ବିଧାନସଭା କ୍ଷେତ୍ର ଅନୁର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଗ (ବୁଥ୍‌ ନଂ ୪୩)ରେ ଏହିସବୁ ଅତିରିକ୍ତ ବୁଥ୍‌ ଖୋଲିଯିବା ନେଇ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri