Posted inRasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ୍‌ ୧୬ ତାରିଖ – Daily Horoscope

ମେଷ
ସବୁପ୍ରକାର ସହଯୋଗ ପାଉଥିବା ଲୋକଟି ସ୍ବାର୍ଥହାନି ହେତୁ କୁତ୍ସାରଟନା କରିପାରେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ପରିବାରରେ ଚାପ କ୍ରମଶଃ ବଢିପାରେ। ପୂର୍ବ ଯୋଜନା ଅନୁଯାୟୀ କର୍ମକ୍ଷେତ୍ରସ୍ଥ ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କରନ୍ତୁ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ ତଥା ପରିବହନରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବୃଷ
ବୃଷ
କୌଣସି ଆମତ୍ୀୟଙ୍କ ପାରିବାରିକ ସମସ୍ୟା ସମାଧାନ ସକାଶେ ଚିନ୍ତା ବଢିଯିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରେରଣା ଓ ସହଯୋଗରୁ ଉପକୃତ ହେବେ। ପରିସ୍ଥିତିବଶତଃ ଆଜି ଆବଶ୍ୟକତାଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ପଡୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ କିନ୍ତୁ ପିଲାଙ୍କ ପଢା ନେଇ ଚିନ୍ତିତ ରହିପାରନ୍ତି।
ମିଥୁନ
ମିଥୁନ
ଆଜି ଆପଣଙ୍କ କର୍ମକ୍ଷେତ୍ରରେ ଅଫିସ କାମରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ବ୍ୟବସାୟ କିମ୍ବା ଅନ୍ୟ କୌଣସି କାମରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ସାମାଜିକସ୍ତରରେ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ତରବରିଆ ଭାବେ କିଛି ନ କରି କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।
କର୍କଟ
କର୍କଟ
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ଆପଣ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ଅପରାହ୍ନ ସମୟରେ ଅଫିସିଆଲି ଟେନସନ୍‌ କିଛି ମାତ୍ରାରେ ଲାଗିରହିବ। ବ୍ୟବସାୟୀଙ୍କ କାରବାରରେ ଉନ୍ନତି ହେବ ଓ ଲାଭର ମାତ୍ରା କିଛି କମିବ ନାହିଁ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁଁ  ବିଚଳିତ ହୋଇପାରନ୍ତି।
ସି˚ହ
ସି˚ହ
ପରିବାରର ପରିସ୍ଥିତିକୁ ସୁଧାରିବାକୁ ଯାଇ ଧାରକରଜ କରିବାକୁ ବାଧ୍ୟ ହେବେ। ଆକସ୍ମିକ ଭାବେ କୌଣସି ସମ୍ପର୍କୀୟଙ୍କ ଡାକରା ପାଇ ଦୂର ଜାଗାକୁ ଯାଇପାରନ୍ତି। ଅଫିସରୁ ଫେରିବା ସମୟରେ କୌଣସି ମୂଲ୍ୟବାନ ଦ୍ରବ୍ୟ ଆଣିବା ସକାଶେ ଘରୁ ବରାଦ ପାଇବେ। କ୍ରୀଡ଼ା, ସଂଗୀତ, ମନୋରଞ୍ଜନ କାର୍ଯ୍ୟକ୍ରମରେ ସମସ୍ୟାର ସମାଧାନ ହୋଇଯିବ।
କନ୍ୟା
ଅନାବଶ୍ୟକ ଭାବେ କେତେକ ଜିନିଷ କରି ଅନୁତପ୍ତ ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ। ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଉପରିସ୍ଥଙ୍କ ଆସ୍ଥାଭାଜନ ହୋଇଥିବାରୁ କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ତୁଳା
ତୁଳା
ବିଭିନ୍ନ ସମସ୍ୟା ମଧ୍ୟରେ କାମଗୁଡିକ ଆଜି ସନ୍ତୋଷ ଜନକ ହେବ ନାହିଁ। ଋଣ ପରିଶୋଧ ପାଇଁ ବ୍ୟାକୁଳ ହେବେ। ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଛୋଟ ଛୋଟ କାମ ହାତକୁ ନେଇ ଦ୍ୱନ୍ଦ୍ୱରେ ପଡିପାରନ୍ତି। ପିଲାଙ୍କ ସମ୍ବନ୍ଧୀୟ କେତେକ ସମସ୍ୟା ମନକୁ ବିଶେଷ ଭାବେ ଆନ୍ଦୋଳିତ କରିବ।
ବିଛା
ବିଛା
ସମସ୍ୟା ଜାଲରେ ଛନ୍ଦି ହୋଇଥିବାରୁ ମନ କେବଳ ନେଗେଟିଭ୍‌ ଚିନ୍ତାରେ ଆକ୍ରାନ୍ତ ହେବ। ବିଶୃଙ୍ଖଳିତ କିମ୍ବା ଅସମାହିତ କର୍ମ ସକାଶେ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି। ଏକ ସାଧାରଣ ଘଟଣାକୁ କେନ୍ଦ୍ରକରି ସାଙ୍ଗସାଥୀଙ୍କ ସହ ଉଚ୍ଚବାଚ୍ଚ ଘଟିପାରେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
କେତେକ କ୍ଷେତ୍ରରେ ମନରେ ଭୟ ଥିଲେ ମଧ୍ୟ ମୁହଁ ଟାଣ ରଖି କଥା କହି ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସଫଳ ହେବେ। କୌଣସି ଲୋକ ବିଷୟରେ କିଛି ନ ଜାଣି ତାହାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ଆଜି ସାୟଂକାଳେ ପିଲାଙ୍କ ବିବାହ ସମ୍ପର୍କରେ ବନ୍ଧୁ ଖବର ଦେଇପାରନ୍ତି। ବିଭିନ୍ନ ପ୍ରତିବନ୍ଧକ ହେତୁ ଉନ୍ନୟନ କାମ ବାଧାପ୍ରାପ୍ତ ହେବ।
ମକର
ମକର
ଆଜି ମଧ୍ୟାହ୍ନ ପରେ ପରେ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ମିଳିବ। ଯାତ୍ରାରୁ ଫେରିବା ଅବସାରେ ନିର୍ଦ୍ଦିଷ୍ଟ ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡିବେ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ।
କୁମ୍ଭ
କୁମ୍ଭ
ଆଜି କାମଗୁଡିକ ବହୁତ ଅସୁବିଧା ଭିତରେ ସମ୍ପନ୍ନ ହେବାର ସୂଚନା ରହିଛି। କଳା, ସାହିତ୍ୟ ଓ ସଙ୍ଗୀତ କାର୍ଯ୍ୟରୁ ପ୍ରଶଂସିତ ହେବେ ଓ ପୂର୍ବ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିବେ। ସ୍ତ୍ରୀ, ଭାଇ କିମ୍ବା ବନ୍ଧୁଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ଆନୁଷ୍ଠାନିକ କାମରେ ଆଗାମୀ କାଲିର କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ।
ମୀନମୀନ
ଆଜି ଦିନରେ ସତର୍କତାର ସହ କାମ ନ କଲେ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଶିକ୍ଷାରେ ସମସ୍ୟା, ଅମାନିଆ ସନ୍ତାନଙ୍କ ହେତୁ ମନ ଭଲ ରହିବ ନାହିଁ। ଅଫିସରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ କିମ୍ବା ସଭାସମିତିରେ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri