Posted inRasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ୍‌ ୧୬ ତାରିଖ – Daily Horoscope

ମେଷ
ସବୁପ୍ରକାର ସହଯୋଗ ପାଉଥିବା ଲୋକଟି ସ୍ବାର୍ଥହାନି ହେତୁ କୁତ୍ସାରଟନା କରିପାରେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ପରିବାରରେ ଚାପ କ୍ରମଶଃ ବଢିପାରେ। ପୂର୍ବ ଯୋଜନା ଅନୁଯାୟୀ କର୍ମକ୍ଷେତ୍ରସ୍ଥ ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କରନ୍ତୁ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ ତଥା ପରିବହନରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବୃଷ
ବୃଷ
କୌଣସି ଆମତ୍ୀୟଙ୍କ ପାରିବାରିକ ସମସ୍ୟା ସମାଧାନ ସକାଶେ ଚିନ୍ତା ବଢିଯିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରେରଣା ଓ ସହଯୋଗରୁ ଉପକୃତ ହେବେ। ପରିସ୍ଥିତିବଶତଃ ଆଜି ଆବଶ୍ୟକତାଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ପଡୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ କିନ୍ତୁ ପିଲାଙ୍କ ପଢା ନେଇ ଚିନ୍ତିତ ରହିପାରନ୍ତି।
ମିଥୁନ
ମିଥୁନ
ଆଜି ଆପଣଙ୍କ କର୍ମକ୍ଷେତ୍ରରେ ଅଫିସ କାମରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ବ୍ୟବସାୟ କିମ୍ବା ଅନ୍ୟ କୌଣସି କାମରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ସାମାଜିକସ୍ତରରେ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ତରବରିଆ ଭାବେ କିଛି ନ କରି କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।
କର୍କଟ
କର୍କଟ
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ଆପଣ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ଅପରାହ୍ନ ସମୟରେ ଅଫିସିଆଲି ଟେନସନ୍‌ କିଛି ମାତ୍ରାରେ ଲାଗିରହିବ। ବ୍ୟବସାୟୀଙ୍କ କାରବାରରେ ଉନ୍ନତି ହେବ ଓ ଲାଭର ମାତ୍ରା କିଛି କମିବ ନାହିଁ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁଁ  ବିଚଳିତ ହୋଇପାରନ୍ତି।
ସି˚ହ
ସି˚ହ
ପରିବାରର ପରିସ୍ଥିତିକୁ ସୁଧାରିବାକୁ ଯାଇ ଧାରକରଜ କରିବାକୁ ବାଧ୍ୟ ହେବେ। ଆକସ୍ମିକ ଭାବେ କୌଣସି ସମ୍ପର୍କୀୟଙ୍କ ଡାକରା ପାଇ ଦୂର ଜାଗାକୁ ଯାଇପାରନ୍ତି। ଅଫିସରୁ ଫେରିବା ସମୟରେ କୌଣସି ମୂଲ୍ୟବାନ ଦ୍ରବ୍ୟ ଆଣିବା ସକାଶେ ଘରୁ ବରାଦ ପାଇବେ। କ୍ରୀଡ଼ା, ସଂଗୀତ, ମନୋରଞ୍ଜନ କାର୍ଯ୍ୟକ୍ରମରେ ସମସ୍ୟାର ସମାଧାନ ହୋଇଯିବ।
କନ୍ୟା
ଅନାବଶ୍ୟକ ଭାବେ କେତେକ ଜିନିଷ କରି ଅନୁତପ୍ତ ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ। ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ଉପରିସ୍ଥଙ୍କ ଆସ୍ଥାଭାଜନ ହୋଇଥିବାରୁ କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ତୁଳା
ତୁଳା
ବିଭିନ୍ନ ସମସ୍ୟା ମଧ୍ୟରେ କାମଗୁଡିକ ଆଜି ସନ୍ତୋଷ ଜନକ ହେବ ନାହିଁ। ଋଣ ପରିଶୋଧ ପାଇଁ ବ୍ୟାକୁଳ ହେବେ। ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଛୋଟ ଛୋଟ କାମ ହାତକୁ ନେଇ ଦ୍ୱନ୍ଦ୍ୱରେ ପଡିପାରନ୍ତି। ପିଲାଙ୍କ ସମ୍ବନ୍ଧୀୟ କେତେକ ସମସ୍ୟା ମନକୁ ବିଶେଷ ଭାବେ ଆନ୍ଦୋଳିତ କରିବ।
ବିଛା
ବିଛା
ସମସ୍ୟା ଜାଲରେ ଛନ୍ଦି ହୋଇଥିବାରୁ ମନ କେବଳ ନେଗେଟିଭ୍‌ ଚିନ୍ତାରେ ଆକ୍ରାନ୍ତ ହେବ। ବିଶୃଙ୍ଖଳିତ କିମ୍ବା ଅସମାହିତ କର୍ମ ସକାଶେ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି। ଏକ ସାଧାରଣ ଘଟଣାକୁ କେନ୍ଦ୍ରକରି ସାଙ୍ଗସାଥୀଙ୍କ ସହ ଉଚ୍ଚବାଚ୍ଚ ଘଟିପାରେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
କେତେକ କ୍ଷେତ୍ରରେ ମନରେ ଭୟ ଥିଲେ ମଧ୍ୟ ମୁହଁ ଟାଣ ରଖି କଥା କହି ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସଫଳ ହେବେ। କୌଣସି ଲୋକ ବିଷୟରେ କିଛି ନ ଜାଣି ତାହାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ଆଜି ସାୟଂକାଳେ ପିଲାଙ୍କ ବିବାହ ସମ୍ପର୍କରେ ବନ୍ଧୁ ଖବର ଦେଇପାରନ୍ତି। ବିଭିନ୍ନ ପ୍ରତିବନ୍ଧକ ହେତୁ ଉନ୍ନୟନ କାମ ବାଧାପ୍ରାପ୍ତ ହେବ।
ମକର
ମକର
ଆଜି ମଧ୍ୟାହ୍ନ ପରେ ପରେ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ମିଳିବ। ଯାତ୍ରାରୁ ଫେରିବା ଅବସାରେ ନିର୍ଦ୍ଦିଷ୍ଟ ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡିବେ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ।
କୁମ୍ଭ
କୁମ୍ଭ
ଆଜି କାମଗୁଡିକ ବହୁତ ଅସୁବିଧା ଭିତରେ ସମ୍ପନ୍ନ ହେବାର ସୂଚନା ରହିଛି। କଳା, ସାହିତ୍ୟ ଓ ସଙ୍ଗୀତ କାର୍ଯ୍ୟରୁ ପ୍ରଶଂସିତ ହେବେ ଓ ପୂର୍ବ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିବେ। ସ୍ତ୍ରୀ, ଭାଇ କିମ୍ବା ବନ୍ଧୁଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ଆନୁଷ୍ଠାନିକ କାମରେ ଆଗାମୀ କାଲିର କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ।
ମୀନମୀନ
ଆଜି ଦିନରେ ସତର୍କତାର ସହ କାମ ନ କଲେ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଶିକ୍ଷାରେ ସମସ୍ୟା, ଅମାନିଆ ସନ୍ତାନଙ୍କ ହେତୁ ମନ ଭଲ ରହିବ ନାହିଁ। ଅଫିସରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ କିମ୍ବା ସଭାସମିତିରେ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri