ରାୟଗଡ଼ାରେ ୧୬ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୩୮ରେ ପହଞ୍ଚିଲା

ରାୟଗଡ଼ା ଅଫିସ,୨୭ା୬: ରାୟଗଡ଼ା ଜିଲାରୁ ଶନିବାର ସର୍ବାଧିକ ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ମହାରାଷ୍ଟ୍ରରୁ ଫେରି ରାୟଗଡ଼ା ରାଣୀଗୁଡ଼ା ଫାର୍ମରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ଅନ୍ୟ ଜଣେ ଯୁବକ ତାମିଲନାଡୁରୁ ଫେରି ବାରିଝୋଲାରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହୁଥିଲେ। ସେହିପରି ରାମନାଗୁଡ଼ା ବ୍ଲକ ଗଗୁପାଡୁ ଅଞ୍ଚଳର ଜଣେ ଯୁବକ ଆନ୍ଧ୍ରପ୍ରଦେଶରୁ ଫେରିଥିଲେ। ଏମାନଙ୍କଠାରେ ସାମାନ୍ୟ ଲକ୍ଷଣ ଦେଖାଯିବାରୁ ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ପରେ ପଜିଟିଭ୍‌ ଆସିଥିଲା। ଏହାବ୍ୟତୀତ ବାକି ୧୩ ଜଣ ଗୁଣୁପୁର ବ୍ଲକର ବିଜୟପୁର ଗ୍ରାମର। ଏଥିରେ ୮ ପୁରୁଷ ଏବଂ ୫ ମହିଳା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଏହି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରାଯାଇଥିଲା। ବର୍ତ୍ତମାନ ବଫର ଜୋନ୍‌ ଘୋଷଣା କରାଯାଇଛି। ଏହି ଅଞ୍ଚଳରୁ ଗୋଟିଏ ପରିବାରର ସ୍ତ୍ରୀ, ସ୍ବାମୀ ଏବଂ ୪ ବର୍ଷର ଶିଶୁ ସଂସ୍ପର୍ଶରେ ଆସିଥିବା ଏହି ୧୩ ଜଣଙ୍କ କଣ୍ଟାକ୍ଟ ଟ୍ରେସିଂ ପରେ ସ୍ବାବ୍‌ ସଂଗ୍ରହ ହୋଇଥିଲା। ଏମାନଙ୍କର ରିପୋର୍ଟ ପଜିଟିଭ ଆସିଥିବା ବେଳେ ଏଥିରେ ଜଣେ କରୋନା ଯୋଦ୍ଧା ମଧ୍ୟ ଆକ୍ରାନ୍ତ ହୋଇଛନ୍ତି।
ସୂଚନାଯୋଗ୍ୟ, ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ୩୮ରେ ପହଞ୍ଚିଥିବା ବେଳେ ୧୨ ଜଣ ସୁସ୍ଥ ହୋଇଛନ୍ତି। ୨୬ ଜଣ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri