ଭୟଙ୍କର ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ରାଜପଥରେ ଓଲଟିଲା ବସ୍, ୧୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାରେ ଅତି କମରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ସନ୍ଧାନ ଏବଂ ଉଦ୍ଧାର ସଂସ୍ଥା ମୁଖ୍ୟ ବୁଡିଓନୋ କହିଛନ୍ତି ଯେ ୩୪ ଜଣଙ୍କୁ ନେଇ ଯାଉଥିବା ବସ୍ ଟି ଏକ ଟୋଲ୍ ରାସ୍ତାରେ ନିୟନ୍ତ୍ରଣ ହରାଇ ଏକ କଂକ୍ରିଟ୍ ବାରିୟରରେ ଧକ୍କା ଦେଇଥିଲା। ବସଟି ଦେଶର ରାଜଧାନୀ ଜାକର୍ତ୍ତାରୁ ଦେଶର ପ୍ରାଚୀନ ରାଜକୀୟ ନଗରୀ ଯୋଗ୍ୟାକାର୍ତାକୁ ଯାଉଥିଲା। କେନ୍ଦ୍ରୀୟ ଜାଭାର ସେମାରାଙ୍ଗ ସହରର କ୍ରାପାୟାକ୍ ଟୋଲ୍ ରାସ୍ତାରେ ଏକ ବକ୍ର ପ୍ରସ୍ଥାନ ରାମ୍ପରେ ପ୍ରବେଶ କରିବା ସମୟରେ ଏହା ଓଲଟି ପଡ଼ିଥିଲା।

ଦୁର୍ଘଟଣାର ପ୍ରାୟ ୪୦ ମିନିଟ୍ ପରେ ପୋଲିସ ଏବଂ ଉଦ୍ଧାରକାରୀ ଦଳ ପହଞ୍ଚି ଘଟଣାସ୍ଥଳରୁ ମୃତ୍ୟୁବରଣ କରିଥିବା ଛଅ ଜଣ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରିଥିଲେ। ବୁଡିଓନୋ କହିଛନ୍ତି ଯେ ହସ୍ପିଟାଲକୁ ନେବା ବାଟରେ କିମ୍ବା ଚିକିତ୍ସା ସମୟରେ ଅନ୍ୟ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ସେ କହିଛନ୍ତି ଯେ ନିକଟବର୍ତ୍ତୀ ଦୁଇଟି ହସ୍ପିଟାଲରେ ଚିକିତ୍ସାଧୀନ ୧୮ ଜଣ ପୀଡିତଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କ ଅବସ୍ଥା ଗୁରୁତର ଏବଂ ୧୩ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି।

ତେବେ କାହାର ଭୁଲ ପାଇଁ ଏତେ ବଡ଼ ଦୁର୍ଘଟଣା ଘଟିଗଲା ତାହା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆମ୍ଭ କରିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri