Posted inଜାତୀୟ

ଜୁଲାଇରେ ୧୬ ଏନ୍‌କାଉଣ୍ଟର, ୩୬ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି…

ଶ୍ରୀନଗର,୨୨।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧ ଅପରେଶନ୍‌ ଜାରି ରହିଛି। ଚଳିତ ଜୁଲାଇ ମାସରେ ବର୍ତ୍ତମାନ ସୁଦ୍ଧା ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ୧୬ଥର ଅନ୍‌କାଉଣ୍ଟର୍‌ କରାଯାଇଛି। ଏଥିରେ ୩୬ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଛି। ଗତ ୬ ସପ୍ତାହ ମଧ୍ୟରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ସକ୍ରିୟ ହେବାରେ ଲାଗିଛନ୍ତି। ଜୁଲାଇ ମାସର ପ୍ରଥମ ୨୦ ଦିନରେ ମିଳିତ ସୁରକ୍ଷା କର୍ମୀଙ୍କ ପକ୍ଷରୁ ୧୦ଥର ଏନ୍‌କାଉଣ୍ଟର୍‌ କରାଯାଇଛି। ଏହି ସମୟରେ ୨୦ ଜଣ ଆତଙ୍କବାଦୀ ନିହତ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରୁ ୪ ଜଣ ପାକିସ୍ତାନୀ ଥିଲେ ବୋଲି ଚିହ୍ନଟ କରାଯାଇଛି। ଚଳିତ ୨୦୨୧ ବର୍ଷରେ ଜାନୁୟାରୀଠାରୁ ଜୁଲାଇ ୧୫ ମଧ୍ୟରେ ୩୬ ଥର ଆତଙ୍କବାଦ ବିରୋଧୀ ଅପରେଶନ୍‌ କରାଯାଇଛି। ଏଥିରେ ୮୬ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସର୍ଚ୍ଚଅପରେଶନ୍‌ ସମୟରେ ୧୫ ଜଣ ଯବାନ ଶହୀଦ୍‌ ହୋଇଥିବାବେଳେ ୧୯ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ଫେବୃୟାରୀ ୨୫ରେ ଭାରତ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଘୋଷଣା କରାଯାଇଥିଲା। ତେବେ ଗତ ସପ୍ତାହରେ ନିୟନ୍ତ୍ରଣ ରେଖାଠରେ ୪ ଥର ଅନୁପ୍ରବେଶ ଉଦ୍ୟମ ହୋଇଛି। ଗୋଟିଏ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଥିବାବେଳେ ୩ଟି ସଫଳ ରହିଛି। ଏହାଦ୍ୱାରା ନିୟନ୍ତ୍ରଣ ରେଖା ବାଟେ ଦେଶକୁ ୨୦ ଜଣ ଆତଙ୍କବାଦୀ ପ୍ରବେଶ କରିଥିବା ଗୋଇନ୍ଦା ରିପୋର୍ଟରୁ ଜଣାପଡ଼ିଛି। ଚଳିତ ବର୍ଷ ଜୁଲାଇ ୧୫ ମଧ୍ୟରେ ୬୯ ଜଣ ଯୁବକ ଆତଙ୍କବାଦୀ ସଂଗଠନରେ ସାମିଲ୍‌ ହୋଇଛନ୍ତି। ମୁଖ୍ୟତଃ ଶୋପିଆନ, କୁଲଗାମ୍‌ ଏବଂ ପୁଲଓ୍ବାମା ଜିଲାରୁ ସେମାନେ ସଂଗଠନରେ ଯୋଗ ଦେଇଛନ୍ତି। ୨୦୨୦ରେ ୧୭୪ ଆତଙ୍କବାଦୀ ସଂଗଠନରେ ସାମିଲ୍‌ ହୋଇଥିବାବେଳେ ୨୦୧୯ରେ ଏହି ସଂଖ୍ୟା ୧୪୩ ଥିଲା। ଗୋଇନ୍ଦା ରିପୋର୍ଟ ଅନୁସାରେ ସମ୍ପ୍ରତି ଜମ୍ମୁ-କଶ୍ମୀରରେ ୨୦୦ରୁ ଅଧିକ ଆତଙ୍କବାଦୀ ସକ୍ରିୟ ରହିଛନ୍ତି। ସେମାନଙ୍କ ମଧ୍ୟରେ ୪୦ ଜଣ ପାକିସ୍ତାନୀ ଆତଙ୍କବାଦୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri