ଚୋରାରେ ବିକୁଥିଲେ ଗ୍ୟାସ, ଧରା ପକାଇ ଦେଲେ ପଡ଼ୋଶୀ

ପାଟଣା,୭ା୧୨(ସ୍ବ ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ସଅଁରାପଶି ଗ୍ରାମର ରବୀନ୍ଦ୍ର ମହାରଣାଙ୍କ ଘରେ ଯୋଗାଣ ବିଭାଗର ୫ଜଣିଆ ଟିମ୍‌ ଚଢ଼ାଉ କରି ମଙ୍ଗଳବାର ୧୬ଟି ଖାଲି ସିଲିଣ୍ଡର ଜବତ କରିଛି। ରବୀନ୍ଦ୍ର ପଡ଼ୋଶୀ ମୟୂରଭଞ୍ଜ ଜିଲା କରଞ୍ଜିଆର ଜଣେ ବିତରକଙ୍କଠାରୁ ଗ୍ୟାସ ଓ ସିଲିଣ୍ଡର ଆଣି ଘରେ ରଖି ପାଟଣା ଅଞ୍ଚଳରେ ଚୋରାରେ ବିକ୍ରି କରୁଥିଲେ।

ଏନେଇ ପାଟଣା ସୁନାମୁଖୀ ଅଞ୍ଚଳର ଜଣେ ଗ୍ୟାସ ବିତରକ ଜିଲାପାଳ, ଏସ୍‌ପି ଓ ଜିଲା ଯୋଗାଣ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଜିଲା ଅତିରିକ୍ତ ଯୋଗାଣ ଅଧିକାରୀ ମନ ମୋହନ ପଟ୍ଟନାୟକ ଓ ବୀରକିଶୋର ମାରାଣ୍ଡିଙ୍କ ନେତୃତ୍ୱରେ ପାଟଣା ବ୍ଲକ ଯୋଗାଣ ଅଧିକାରୀ ବିଦ୍ୟୁତ୍‌ଲତା ନାୟକ, ସଦର ବ୍ଲକ ଯୋଗାଣ ଅଧିକାରୀ ଅମ୍ବିକା ପ୍ରସାଦ ରଥ ପ୍ରମୁଖ ରବୀନ୍ଦ୍ରଙ୍କ ଘରେ ଚଢ଼ାଉ କରି ଗ୍ୟାସ ସିଲିଣ୍ଡର ଜବତ କରିଥିଲେ। ଖାଲି ଗ୍ୟାସ ସିଲିଣ୍ଡରଗୁଡ଼ିକୁ ଯୋଗାଣ ବିଭାଗ ସୁନାମୁଖୀ ଗ୍ୟାସ ବିତରକଙ୍କୁ ଜିମା ଦେଇଛି। ଏନେଇ ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ ମାରାଣ୍ଡିଙ୍କୁ ପଚାରିବାରୁ ଯୋଗାଣ ବିଭାଗ ପକ୍ଷରୁ ଜିଲା ମାଜିଷ୍ଟ୍ରେଟଙ୍କ କୋର୍ଟରେ ରବୀନ୍ଦ୍ରଙ୍କ ନାଁରେ ମାମଲା ରୁଜୁ କରାଯିବ ବୋଲି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri