ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍‌ ଖୋଲା: ୪ ଗେଟ୍‌ ବନ୍ଦ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍‌କୁ ବନ୍ଦ କରାଯାଇଛି। ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରୁ ମଙ୍ଗଳବାର ସନ୍ଧ୍ୟା ୭ଟାରେ ଉଭୟ ପାଶର୍‌ବର ୨ଟି ଲେଖାଏ ମିଶି ମୋଟ ୪ଟି ସ୍କୁଇସ ଗେଟ୍‌କୁ ବନ୍ଦ କରି ଦିଆଯାଇଥିଲା। ବର୍ତ୍ତମାନ ବାମପାଶର୍‌ବସ୍ଥ ୧୧ଟି ଓ ଦକ୍ଷିଣ ପାର୍ଶସ୍ଥ ୫ଟି ମିଶି ମୋଟ ୧୬ଟି ସ୍କୁଇସ ଗେଟ ଜରିଆରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ଫଳରେ ହୀରାକୁଦ ଜଳଭଣ୍ଡାରର ଜଳପତ୍ତନ ହ୍ରାସ ପାଇ ବୁଧବାର ପୂର୍ବାହ୍ନ ସଢ଼େ ୯ଟା ସୁଦ୍ଧା ୬୦୬. ୧୦ ଫୁଟ୍‌ରେ ପହଞ୍ଚିଛି।

ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରହାରି ୨ ଲକ୍ଷ ୨୬ ହଜାର ୦୩୫ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ପ୍ରତି ସେକେଣ୍ଡରେ ହାରାହାରି ୨ ଲକ୍ଷ ୭୦ ହାଜର ୨୬୫ ଘନଫୁଟ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ସେଥିମଧ୍ୟରେ ୧୬ଟି ସ୍କୁଇସ ଗେଟ ଜରିଆରେ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୨ ଲକ୍ଷ ୩୨ ହାଜର କର ୭୨୦ ଘନଫୁଟ, ଶକ୍ତି ଉତ୍ପାଦନ ପାଇଁ ପାୱାର ଚ୍ୟାନେଲରେ ୩୪,୩୧୦ ଘନଫୁଟ, ଶିଳ୍ପସଂସ୍ଥା ପାଇଁ ୨୩୪ ଘନଫୁଟ ଏବଂ ଜଳ ସେଚନ ପାଇଁ ବରଗଡ଼ କେନାଲରେ ୨୭୫୫, ଶାସନ କେନାଲରେ ୨୦୦ ଓ ସମ୍ବଲପୁର କେନାଲରେ ୪୬ ଘନଫୁଟ ଜଳ ମିଶି ମୋଟ ୩୦୦୧ ଘନଫୁଟ ଫୁଟ ଜଳ ନିଷ୍କାସନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri