Posted inଜାତୀୟ

ସେନା ଟ୍ରକ୍‌ ଦୁର୍ଘଟଣା ଗ୍ରସ୍ତ: ୧୬ ମୃତ

ଗ୍ୟାଙ୍ଗଟକ,୨୩।୧୨: ଭାରତ-ଚାଇନା ସୀମା ଉତ୍ତର ସିକିମ ଜେମାଠାରେ ଶୁକ୍ରବାର ଏକ ବଡ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଭାରତୀୟ ସେନାର ଏକ ଟ୍ରକ୍‌ ଦୁର୍ଘଟଣା ଗ୍ରସ୍ତ ହୋଇ ଘାଇକୁ ଖସିପଡିଛି। ଫଳରେ ୧୬ ଭାରତୀୟ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଥିବା ଜଣାପଡିଛି। ଖବରପାଇ ଏକ ଉଦ୍ଧାରକାରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରି ୪ ଆହତ ଯବାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ମୃତକଙ୍କ ମଧ୍ୟରେ ତିନିଜଣ ଜୁନିୟର କମିସନ୍‌ଡ ଅଫିସର ଏବଂ ୧୩ ଜଣ ଯବାନ ଅଛନ୍ତି।
ଶୁକ୍ରବାର ସକାଳେ ଗାଡିଟି ଚଟନରୁ ଥାଙ୍ଗୁ ଆଡକୁ ଯାଇଥିଲା। ସେତିକି ବେଳେ ଜେମାଠାରେ ଭାରସାମ୍ୟ ହରାଇ ଟ୍ରକ୍‌ଟି ଏକ ଘାଇକୁ ଖସିପଡିଥିଲା। ଘଟଣାସ୍ଥଳରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷେ, ଏହି ଦୁର୍ଘଟଣାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri