ସୀମାନ୍ତରୁ ଗିରଫ ହେଲେ ୧୬ ମାଓବାଦୀ

ମାଲକାନଗିରି,୩ା୯(ଦୁର୍ଯ୍ୟୋଧନ): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାର ସିଆର୍‌ପିଏଫ୍‌, କୋବ୍ରା ବାହିନୀ ମିଳିତ ଭାବେ ମାଓବାଦୀ ଦମନ କାର୍ଯ୍ୟକ୍ରମରେ ସର୍ଚ୍ଚ ଅପରେଶନରେ ବାହାରିଥିବାବେଳେ ବାସାଗୁଡ଼ା ଥାନା ଅଞ୍ଚଳରୁ ଦୁଇଜଣ, ଗଙ୍ଗାଲୁର ଥାନା ଅଞ୍ଚଳରୁ ୬ ଜଣ, ଜଙ୍ଗଲା ଥାନା ଅଞ୍ଚଳରୁ ୮ଜଣ ଏହିପରି ମୋଟ୍‌ ୧୬ ଜଣଙ୍କୁ ଗିରଫ କରିଛନ୍ତି।

ଗିରଫ ମାଓବାଦୀଙ୍କ ନିକଟରୁ ବିସ୍ଫୋରକ ସାମଗ୍ରୀ ଓ ମାଓବାଦୀ ପ୍ରଚାର ପତ୍ର ଓ ସାମଗ୍ରୀ ଜବତ କରାଯାଇଛି। ଏ ସମ୍ବନ୍ଧରେ ପଚରାଉଚରା କରିବାରୁ ମାଓବାଦୀମାନେ ସୁରକ୍ଷାବାହିନୀଙ୍କୁ କ୍ଷତି ପହଞ୍ଚାଇବା ପାଇଁ ଆଇଡି ବିସ୍ପୋରଣ କରବା ନିମନ୍ତେ ବିସ୍ଫୋରକ ସାମଗ୍ରୀ ଓ ପ୍ରଚାର ସାମଗ୍ରୀ ଏକାଠି କରିଥିଲେ। ଗିରଫ ସମସ୍ତ ମାଓବାଦୀଙ୍କ ବିରୋଧରେ କେସ୍‌ ଦାୟର କରି କୋର୍ଟ ଚାଲାଣ କରାଯାଇଛି। ତେବେ ଗିରଫ ମାଓବାଦୀଙ୍କ ମଧ୍ୟରୁ ନଡଗୁ ବେକ, ବେଟି ମାଡବି, ବୋଡା ବେକୋ, ପାକଲୁ ଫରସା, ବାମନ କବାସୀ, ମୁନ୍ନା କୁହରାମୀ, ମୁନ୍ନା ବେକୋ, ମୁନ୍ନା କୁହରାମୀ, ବୁଧରୁ ଓରଫ ବଧରୁ ବାରସା, ଭିମା ବାରସେ, ମାଡବି ପାଲା, ଜୋଗା ମାଡବି, କଲମୁ ମନକୀ, ବୁଦରୀ ବାରସେ, କଲମୁ ଫୁଲୋ, ନନ୍ଦା କୁାମ, ଭିମା ମଡକମା ଏହି ସମସ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଥିବା ବିଜାପୁର ପୋଲିସ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ସୁଯୋଗରୁ ଫାଇଦା

ନଭେମ୍ୱର ୪, ୨୦୧୩ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୧୨୦ରୁ ଅଧିକ ଭାରତୀୟ ଦୂତାବାସର ମୁଖ୍ୟମାନଙ୍କ ସହ କଥା ହୋଇ ତାଙ୍କ ବୈଦେଶିକ ନୀତିକୁ ସ୍ପଷ୍ଟ କରୁଥିବା…

ଆମେରିକା ସାମରିକ ଘାଟି ନିକଟରେ ଉ.କୋରିଆର ୧୦ ମିସାଇଲ ମାଡ଼, ଥରିଲେ ଟ୍ରମ୍ପ!

ସିଓଲ,୧୫ା୩: ଇରାନ୍‌ ଉପରେ ଆମେରିକାର ଘନ ଘନ ଆକ୍ରମଣ ଭିତରେ ଉତ୍ତର କୋରିଆ ପୂର୍ୱ ସାଗର ଉପକୂଳରେ ଆମେରିକାର ସେନା ଘାଟି ନିକଟରେ ୧୦ କ୍ଷେପଣାସ୍ତ୍ର ମାଡ଼…

ସେନା ପଠାଇଲା ଆମେରିକା, ଏବେ ବିଶ୍ୱଯୁଦ୍ଧ ଥୟ!

ଓ୍ୱାଶିଂଟନ୍‌ ,୧୫ା୩: ଇରାନ୍‌ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଆକ୍ରମଣ ପରେ ଇରାନ୍‌ ଆହୁରି ପ୍ରତିଶୋଧ ପରାୟଣ ହୋଇପଡ଼ିଛି। ପୂର୍ୱରୁ ଆମେରିକା ଉପରେ ପରୋକ୍ଷରେ ଚାପ ସୃଷ୍ଟି…

ରାଜ୍ୟ ସଭା ନିର୍ବାଚନ: ଘୋଡାବେପାର ପରେ ଚର୍ଚ୍ଚା ଏଜେଣ୍ଟ ହେବ କିଏ?

ଭୁବନେଶ୍ୱର, ୧୫।୩(ସୁନିତ୍‌ ମିଶ୍ର): ବିଜେଡିର ଅଧିକାଂଶ ନେତାଙ୍କ ଭିତରେ ବର୍ତ୍ତମାନ ଆଲୋଚନା ରାଜ୍ୟ ସଭା ନିର୍ବାଚନ ଲାଗି ଦଳର ଏଜେଣ୍ଟ କିଏ ହେବେ। ଏଜେଣ୍ଟଙ୍କ କାମ ହେଉଛି,…

ଆଜିଠୁ ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା…

ଆମେରିକା ଉପରେ ଭୟଙ୍କର ଆକ୍ରମଣ କଲା ଇରାନ, ସବୁ ଛାରଖାର…

ତେହରାନ୍‌/ଓ୍ୱାଶିଂଟନ୍‌,୧୫ା୩:(ଏ.ପି./ରଏଟର୍ସ) ମଧ୍ୟପ୍ରାଚ୍ୟ ଯୁଦ୍ଧ ଶନିବାର ତୃତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଇରାନ୍‌ର ମୁଖ୍ୟ ତୈଳ ରପ୍ତାନି କେନ୍ଦ୍ର ଖାର୍ଗ ଦ୍ୱୀପରେ ଆମେରିକା ଆକ୍ରମଣ କରିଛି। ‘କ୍ରାଉନ୍‌ ଜୁଏଲ୍‌’…

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri