କୋଟିଆ ପାଇଁ ୧୬ ଜଣିଆ କମିଟି

ଭୁବନେଶ୍ୱର,୨୩ା୫(ସୁନିତ୍‌ ମିଶ୍ର): କୋଟିଆ ବିବାଦ ପ୍ରସଙ୍ଗକୁ ନେଇ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରାଯାଇଛି। ଏଥିରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅଧ୍ୟକ୍ଷ ଥିବାବେଳେ ମୋଟ ୧୬ ଜଣ କମିଟିରେ ରହିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ କମିଟିର ଆବାହକ ତଥା ସଦସ୍ୟ ଥିବାବେଳେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ, ଏସ୍‌ସି, ଏସ୍‌ଟି ବିଭାଗର ପ୍ରମୁଖ ସଚିବ, ଗ୍ରାମ୍ୟ ଉନ୍ନୟନ ବିଭାଗର ସଚିବ, ଶ୍ରମ ବିଭାଗ ପ୍ରମୁଖ ସଚିବ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ, ଓଡ଼ିଶା ଭାଷା, ସଂସ୍କୃତି ବିଭାଗର ପ୍ରମୁଖ ସଚିବ, ଆଇନ ବିଭାଗ ପ୍ରମୁଖ ସଚିବ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସଚିବ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ, ଆର୍‌ଡିସି ବ୍ରହ୍ମପୁର, ଦକ୍ଷିଣାଞ୍ଜଳ ଡିଆଇଜି, କୋରାପୁଟ ଜିଲାପାଳ ଏବଂ ଏସ୍‌ପିଙ୍କୁ ଏହି କମିଟିର ସଦସ୍ୟ ଭାବେ ଦାୟିତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ପରେ ଏକ କମିଟି ଗଠନ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ସେହି କ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଗୁରୁବାର ଏହି କମିଟି ଘୋଷଣା କରାଯାଇଛି।
ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି, କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ୍‌ର କୋଟିଆ ପଞ୍ଚାୟତକୁ ସ୍ବତନ୍ତ୍ର ଦୃଷ୍ଟିଦେଇ ସେଠାରେ ଯେପରି ସବୁ ପ୍ରକାର ସରକାରୀ ସୁବିଧା ଏକ ପ୍ରଶାସନିକ ବ୍ୟବସ୍ଥା ଭିତରେ ପହଞ୍ଚିବ ସେଥିପ୍ରତି ଧ୍ୟାନ ଦିଆଯିବା ଦରକାର। କୋଟିଆ ଗ୍ରାମପଞ୍ଚାୟତର ବିକାଶ ଲାଗି ଗୋଟିଏ ଏଜେନ୍ସି ଦ୍ୱାରା ସବୁ ପ୍ରକାର ସରକାରୀ ସୁବିଧା ସେଠାକାର ବାସିନ୍ଦାଙ୍କୁ ଯୋଗାଇ ଦିଆଯିବ। ଏହାର ଦାୟିତ୍ୱ ଜଣେ ଓଏଏସ୍‌ କିମ୍ବା ଓଆର୍‌ଏସ୍‌ ଅଫିସରଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର କାର୍ଯ୍ୟାଳୟ ଖୋଲାଯାଇ କରାଯିବ। ସେଠାରେ ଓଡ଼ିଆ ଭାଷା, ସଂସ୍କୃତି, ପର୍ବ ଭଲ ଭାବେ ପାଳନ କରାଯିବ। ସେଠାକାର ଲୋକଙ୍କୁ କିପରି ସବୁ ପ୍ରକାର ସହାୟତା ଯୋଗାଇ ଦିଆଯାଇପାରିବ ଏବଂ ଅର୍ଥ ବ୍ୟବସ୍ଥା କିପରି ହେବ, ସୀମାନ୍ତବର୍ତ୍ତୀ ରାଜ୍ୟ କେଉଁ ସୁବିଧା ଦେଉଛନ୍ତି ତା’ର ତର୍ଜମା ରାଜ୍ୟସ୍ତରୀୟ କମିଟି କରିବ ବୋଲି କୁହାଯାଇଛି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଗତ ଏପ୍ରିଲ ୨୨ରେ କୋରାପୁଟ ଜିଲାର କୋଟିଆ  ପଞ୍ଚାୟତ ସମ୍ପର୍କରେ ସମୀକ୍ଷାକରି ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏକ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଥିଲେ। ବୈଠକରେ ଏ ସମ୍ପର୍କରେ ବିସ୍ତୃତ ଆଲୋଚନା ପରେ ଏହାର ସମାଧାନ ପାଇଁ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ରାଜସ୍ବ ତଥା ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯିବ ବୋଲି କୁହାଯାଇଥିଲା। ଉକ୍ତ କମିଟି ସ୍ଥିତି ଅନୁଧ୍ୟାନକରି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେବ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri