କୋଟିଆ ପାଇଁ ୧୬ ଜଣିଆ କମିଟି

ଭୁବନେଶ୍ୱର,୨୩ା୫(ସୁନିତ୍‌ ମିଶ୍ର): କୋଟିଆ ବିବାଦ ପ୍ରସଙ୍ଗକୁ ନେଇ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରାଯାଇଛି। ଏଥିରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅଧ୍ୟକ୍ଷ ଥିବାବେଳେ ମୋଟ ୧୬ ଜଣ କମିଟିରେ ରହିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ କମିଟିର ଆବାହକ ତଥା ସଦସ୍ୟ ଥିବାବେଳେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ, ଏସ୍‌ସି, ଏସ୍‌ଟି ବିଭାଗର ପ୍ରମୁଖ ସଚିବ, ଗ୍ରାମ୍ୟ ଉନ୍ନୟନ ବିଭାଗର ସଚିବ, ଶ୍ରମ ବିଭାଗ ପ୍ରମୁଖ ସଚିବ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ, ଓଡ଼ିଶା ଭାଷା, ସଂସ୍କୃତି ବିଭାଗର ପ୍ରମୁଖ ସଚିବ, ଆଇନ ବିଭାଗ ପ୍ରମୁଖ ସଚିବ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସଚିବ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ, ଆର୍‌ଡିସି ବ୍ରହ୍ମପୁର, ଦକ୍ଷିଣାଞ୍ଜଳ ଡିଆଇଜି, କୋରାପୁଟ ଜିଲାପାଳ ଏବଂ ଏସ୍‌ପିଙ୍କୁ ଏହି କମିଟିର ସଦସ୍ୟ ଭାବେ ଦାୟିତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ପରେ ଏକ କମିଟି ଗଠନ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ସେହି କ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଗୁରୁବାର ଏହି କମିଟି ଘୋଷଣା କରାଯାଇଛି।
ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି, କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ୍‌ର କୋଟିଆ ପଞ୍ଚାୟତକୁ ସ୍ବତନ୍ତ୍ର ଦୃଷ୍ଟିଦେଇ ସେଠାରେ ଯେପରି ସବୁ ପ୍ରକାର ସରକାରୀ ସୁବିଧା ଏକ ପ୍ରଶାସନିକ ବ୍ୟବସ୍ଥା ଭିତରେ ପହଞ୍ଚିବ ସେଥିପ୍ରତି ଧ୍ୟାନ ଦିଆଯିବା ଦରକାର। କୋଟିଆ ଗ୍ରାମପଞ୍ଚାୟତର ବିକାଶ ଲାଗି ଗୋଟିଏ ଏଜେନ୍ସି ଦ୍ୱାରା ସବୁ ପ୍ରକାର ସରକାରୀ ସୁବିଧା ସେଠାକାର ବାସିନ୍ଦାଙ୍କୁ ଯୋଗାଇ ଦିଆଯିବ। ଏହାର ଦାୟିତ୍ୱ ଜଣେ ଓଏଏସ୍‌ କିମ୍ବା ଓଆର୍‌ଏସ୍‌ ଅଫିସରଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର କାର୍ଯ୍ୟାଳୟ ଖୋଲାଯାଇ କରାଯିବ। ସେଠାରେ ଓଡ଼ିଆ ଭାଷା, ସଂସ୍କୃତି, ପର୍ବ ଭଲ ଭାବେ ପାଳନ କରାଯିବ। ସେଠାକାର ଲୋକଙ୍କୁ କିପରି ସବୁ ପ୍ରକାର ସହାୟତା ଯୋଗାଇ ଦିଆଯାଇପାରିବ ଏବଂ ଅର୍ଥ ବ୍ୟବସ୍ଥା କିପରି ହେବ, ସୀମାନ୍ତବର୍ତ୍ତୀ ରାଜ୍ୟ କେଉଁ ସୁବିଧା ଦେଉଛନ୍ତି ତା’ର ତର୍ଜମା ରାଜ୍ୟସ୍ତରୀୟ କମିଟି କରିବ ବୋଲି କୁହାଯାଇଛି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଗତ ଏପ୍ରିଲ ୨୨ରେ କୋରାପୁଟ ଜିଲାର କୋଟିଆ  ପଞ୍ଚାୟତ ସମ୍ପର୍କରେ ସମୀକ୍ଷାକରି ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏକ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଥିଲେ। ବୈଠକରେ ଏ ସମ୍ପର୍କରେ ବିସ୍ତୃତ ଆଲୋଚନା ପରେ ଏହାର ସମାଧାନ ପାଇଁ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ରାଜସ୍ବ ତଥା ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯିବ ବୋଲି କୁହାଯାଇଥିଲା। ଉକ୍ତ କମିଟି ସ୍ଥିତି ଅନୁଧ୍ୟାନକରି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେବ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri