ମାର୍ଶାଘାଇରେ ପୂର୍ବାହ୍ନ ସୁଦ୍ଧା ୧୬ ପ୍ରତିଶତ ମତଦାନ

ଡେରାବିଶ,୧୮ା୨(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ମାର୍ଶାଘାଇ ବ୍ଲକରେ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରେ ଆରମ୍ଭ ହୋଇଥିବା ଏହି ମତଦାନ ପାଇଁ ପ୍ରତ୍ୟେକ ମତଦାନ କେନ୍ଦ୍ରରେ ଲୋକଙ୍କ ଗହଳି ଦେଖିବାକୁ ମିଳିଥିଲା। ବିଭିନ୍ନ ବୁଥ୍‌ରେ ଲମ୍ବା ଧାଡ଼ିରେ ରହି ଭୋଟରମାନେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ଏହି ବ୍ଳକରେ ସମୁଦାୟ ଭୋଟରଙ୍କ ସଂଖ୍ୟା ୧ ଲକ୍ଷ ୬ ହଜାର ୯୩୦ରହିଛି। ସେଥିମଧ୍ୟରୁ ମହିଳା ଭୋଟରଙ୍କ ସଂଖ୍ୟା ୫୧,୩୦୬ ଥିବା ବେଳେ ପୁରୁଷ ଭୋଟର ୫,୫୫୬୨୪ ରହିଛି। ଏହି ବ୍ଲକ ଅଧୀନରେ ୨୪ଟି ପଞ୍ଚାୟତ ରହିଥିବା ବେଳେ ୩୬୬ ବୁଥ୍‌ ରହିଛି। ସକାଳ ୭ଟାରୁ ୧୧ଟା ମଧ୍ୟରେ ସମୁଦାୟ ୧୬,୫୨୯ ଭୋଟର ମତଦାନ ସାବ୍ୟସ୍ତ କରିଛନ୍ତି। ସମୁଦାୟ ୧୬ ପ୍ରତିଶତ ମତଦାନ ହୋଇଥିବା ବିଡିଓ ମାଶଙ୍କର ବେହେରା ସୂଚନା ଦେଇଛନ୍ତି। ତେବେ ଖବର ଲେଖାହେବା ପର୍ଯ୍ୟନ୍ତ ସମସ୍ତ ବୁଥ୍‌ରେ ଶାନ୍ତିଶୃଙ୍ଖଳାର ସହ ମତଦାନ ଚାଲିଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?