ରଥଯାତ୍ରା ପାଇଁ ବୁଗୁଡ଼ା ବନାଞ୍ଚଳରୁ ଗଲା ୧୬ ଖଣ୍ଡ ଫାଶି କାଠ

ବୁଗୁଡ଼ା,୨୧।୩(କାଳିଚରଣ ଦାଶ): ବୁଗୁଡ଼ା ପାଇଁ ଏକ ସୌଭାଗ୍ୟର ଦିନ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ତିଆରି ସକାଶେ ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ ବୁଗୁଡ଼ା ବନାଞ୍ଚଳରୁ ପବିତ୍ର ରଥ କାଠ ପୁରୀ ପଠାଯାଇଛି। ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଖରିଡା, ବଡଖୋଲି, ସାନଖୋଲି ଅଞ୍ଚଳରୁ ୧୬ ଜଣ ଧାର୍ମିକ ବ୍ୟକ୍ତି ଉକ୍ତ ୧୬ ଟି ବୃହତ ଫାଶି ଗଛ ରଥ ନିର୍ମାଣ ସକାଶେ ଦାନ କରିଥିଲେ। ପୂଜାପାଠ ସମ୍ପାଦନ କଲାପରେ କାଠଗୁଡିକୁ ସମ୍ମାନର ସହ ବୁଗୁଡ଼ା ବଡଦାଣ୍ଡ ଶ୍ରୀ ବଳଦେବଜୀଉ ମନ୍ଦିର ସମ୍ମୁଖକୁ ଅଣାଯାଇଥିଲା। ତା’ପରେ ସେଠାରେ ପୁଣି ବାଦ୍ୟ ବାଜଣା ସହ ରଥ କାଠ ଗୁଡିକୁ ପୂଜା ଅର୍ଚ୍ଚନା କରାଯିବା ପରେ ଟ୍ରକରେ ସେଗୁଡିକୁ ପୁରୀକୁ ପଠାଯାଇଥିଲା। ଉକ୍ତ ପୂଜାର୍ଚ୍ଚନା କାର୍ଯ୍ୟକ୍ରମରେ ଦକ୍ଷିଣ ଘୁମୁସର ବନଖଣ୍ତ ଅଧିକାରୀ ଡ. ବିପାଶା ପାରୁଲ ,ଏସିଏଫ ପ୍ରଦୀପ କୁମାର ବେହେରା, ବନାଞ୍ଚଳ ଅଧିକାରୀ ମାନସ କୁମାର ସାହୁ ଓ ସମସ୍ତ ବନ କର୍ମଚାରୀ, ବୁଗୁଡ଼ା ରଥଯାତ୍ରା ପରିଚାଳନା କମିଟିର କର୍ମକର୍ତ୍ତାଗଣ, ବୁଗୁଡ଼ା ଅଞ୍ଚଳର ବୁଦ୍ଧିଜୀବୀ ଓ ବହୁ ଜଗନ୍ନାଥ ପ୍ରେମୀ ଯୋଗ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

୯ ଘଣ୍ଟା ଧରି ପାଣିରେ ଫସିଛି କାର୍‌, ଭିତରେ ୪ ଜଣ ଥାଇ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଲାଠୋର ନୂଆପଡ଼ା ରାସ୍ତାରେ ଥିବା ରେଲଓ୍ବେ ଅଣ୍ଡର ଗ୍ରାଉଣ୍ଡ ପୋଲ ଭିତର ଦେଇ ଏକ କାର୍‌ ଯାଉଥିବାବେଳେ ପାଣି…

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷା ଗରିବ ଲୋକଙ୍କ ପାଇଁ ସତେ ଯେମିତି କାଳ ସାଜିଛି। ଶନିବାର ରାତିରେ ପ୍ରବଳ…

Aamir Khan Wedding: ୬୦ ବର୍ଷରେ ତୃତୀୟ ବିବାହ କଲେ ଆମିର, ବଧୂ ସାଜିଲେ ଗୌରୀ, ଦେଖନ୍ତୁ PHOTO

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମୁମ୍ବାଇର ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ସେ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କ ସହ ତୃତୀୟ…

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ।…

ବର୍ଷାରେ ଡ୍ରେନ୍‌ ପାଣି ନିଷ୍କାସନ ନ ହେବାରୁ ନିଜେ ସଫା କଲେ ସରପଞ୍ଚ, ଦିବ୍ୟାଙ୍ଗ ହୋଇ ବି…

କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ପଲସାପଡ଼ା ଗ୍ରାମରେ ଡ୍ରେନ୍‌ ପୋତି ହୋଇଯିବାରୁ ଗାଁ ରାସ୍ତାରେ ପାଣି ଜମିରହିଥିଲା। ଗାଁ ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri