Posted inଖେଳ

ଫୁଟ୍‌ବଲ କ୍ଲବର ୧୬ ଖେଳାଳି ଓ ଅଫିସିଆଲ କରୋନା ପଜିଟିଭ୍‌

ସୋଫିଆ (ବୁଲଗେରିଆ), ୮ା୭ (ଏପି)-ବୁଲ୍‌ଗେରିଆର ଚେର୍ନୋ ମୋର୍‌ ଫୁଟ୍‌ବଲ କ୍ଲବର ୧୨ଖେଳାଳି ଓ ୪ ଜଣ ଅଫିସିଆଲ କରୋନା ପଜିଟିଭ୍‌ ବୋଲି ଦେଶର ସ୍ବାସ୍ଥ୍ୟ ମନ୍ତ୍ରୀ ମଙ୍ଗଳବାର ପ୍ରକାଶ କରିଛନ୍ତି। ସମସ୍ତ ପଜିଟିଭ୍‌ ଖେଳାଳିଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯିବା ସହ ଆବଶ୍ୟକ ସତର୍କତା ଅବଲମ୍ବନ କରାଯାଇଛି। ୧୬ଜଣଙ୍କ ସାମ୍ପଲ ପଜିଟିଭ୍‌ ଆସିବା ଦୁର୍ଭାଗ୍ୟଜନକ ବୋଲି କ୍ଲବ ତରଫରୁ କୁହାଯାଇଛି। ଚେର୍ନୋ ମୋରେ ଗୁରୁବାର ସୋଫିଆଠାରେ ଜାର୍କୋ ସେଲୋ ବିପକ୍ଷରେ ଏକ ଲିଗ୍‌ ମ୍ୟାଚ ଖେଳିଥିଲା। ଏହାର ପରଦିନ ପ୍ରି-ମ୍ୟାଚ୍‌ ଟେଷ୍ଟ କରିଥିବା ଲାବୋରେଟୋରି ପୂର୍ବରୁ ସୋଫିଆ ଟିମ୍‌ର ଜଣେ ଖେଳାଳି ପଜିଟିଭ ଥିଲେ, ମାତ୍ର ଏହା ଘୋଷଣା କରାଯାଇ ନ ଥିଲା। ପଜିଟିଭ ଟେଷ୍ଟ ସତ୍ତ୍ୱେ ଚେର୍ନୋ ମୋର୍‌ ମଙ୍ଗଳବାର ଆର୍ଡା କାର୍ଡଝାଲି ବିପକ୍ଷ ମ୍ୟାଚ ଖେଳିଛି। କ୍ୱାରାଣ୍ଟାଇନ୍‌ରେ ଥିବା ଖେଳାଳିଙ୍କ ବଦଳରେ ଟିମ୍‌ର ଜୁନିୟର ଦଳର ସଦସ୍ୟମାନେ ଏହି ମ୍ୟାଚ ଖେଳିଥିଲେ। ସ୍ବାସ୍ଥ୍ୟ ମନ୍ତ୍ରୀ କିରିଲ ଆନାନିଭ୍‌ କହିଛନ୍ତି ଜାର୍‌ସ୍କୋ ସେଲୋ ଦଳର ଆହୁରି ୩ ଜଣ ଖେଳାଳି କରୋନା ସଂକ୍ରମିତ ହୋଇଛନ୍ତି। ଫୁଟ୍‌ବଲ ମ୍ୟାଚଗୁଡ଼ିକ ବିନା ଦର୍ଶକରେ ଖେଳାଯିବା ସହ ଷ୍ଟାଡିୟମରେ କରୋନାଭାଇରସ୍‌ ବ୍ୟାପିବାକୁ ରୋକିବା ଲାଗି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?