Posted inଖେଳ

ଯୁବ ଓପନ ବାସ୍କେଟବଲରେ ୧୬ ଦଳ

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି): ଯୁବ ଓପନ ବାସ୍କେଟବଲ ଟୁର୍ନାମେଣ୍ଟର ୧୨ତମ ସଂସ୍କରଣ ଚଳିତମାସ ୨୨ରୁ ଆରମ୍ଭ ହେବ। ମ୍ୟାଚଗୁଡ଼ିକ ଶହୀଦ ନଗରସ୍ଥିତ ଇମ୍ଫାପାର୍କସ୍ଥିତ ବାସ୍କେଟବଲ କୋର୍ଟରେ ଅନୁଷ୍ଠିତ ହେବ। ଲିଗ୍‌ ଏବଂ ନକ୍‌ଆଉଟ ଭିତ୍ତିରେ ଖେଳାଯିବାକୁଥିବା ପ୍ରତିଯୋଗିତାରେ ମୋଟ ୧୬ଟି ଦଳ ଅଂଶଗ୍ରହଣ କରିବେ। ଏହା ମଧ୍ୟରେ ରାଜ୍ୟ ବାହାରର ୪ ଦଳ ସାମିଲ। ଅଂଶଗ୍ରହଣକାରୀ ୧୬ ଦଳକୁ ୪ ଗ୍ରୁପ୍‌ରେ ବିଭକ୍ତ କରାଯାଇଛି। ଗ୍ରୁପ୍‌ ‘ଏ’ରେ ଆୟୋଜକ ସନ୍‌ସାଇନ୍‌ ଯୁବ ଆସୋସିଏଶନ, କିଟ୍‌, ହାଇଦ୍ରାବାଦ ଓ ସୋଆ ଦଳ ରହିଛି। ସେହିପରି ଗ୍ରୁପ୍‌ ‘ବି’ରେ ପୁରୀ, ପାରଳାଖେମୁଣ୍ଡି, ଏକ୍ସଆଇଏମ୍‌ବି, ରାଉରକେଲା, ଗ୍ରୁପ୍‌ ‘ସି’ରେ ଏଣ୍ଟରଟେନର, ସାଇନିଂ ଷ୍ଟାର, ତାମିଲନାଡ଼ୁର ତ୍ରିବେଣୀ ଓ ଆନ୍ଧ୍ର ରେଲଓ୍ବେ ଦଳ ଇଷ୍ଟ ଗୋଦାବରୀ ରହିଥିବାବେଳେ ଗ୍ରୁପ୍‌ ‘ଡି’ରେ ସିଡିଏଏ, ଓଏସ୍‌ସି, ସେଲ୍‌ଟିକ୍ସ ଓ କାକିନାଡ଼ା ଆନ୍ଧ୍ର ଦଳ ସ୍ଥାନ ପାଇଛି। ପ୍ରତିଯୋଗିତା ଅବସରରେ ଓଡ଼ିଶାର ୬ ଜଣ ପ୍ରତିଷ୍ଠିତ ଖେଳାଳି କାମିନି ମୁଣ୍ଡା, ସୟଦ ତୁଫିଆଲ ଅହମ୍ମଦ, ଝିଲିଲତା ସେଣ, ପ୍ରିୟଙ୍କା ପ୍ରିୟଦର୍ଶିନୀ, ମୀରା ହେମ୍ବ୍ରମ ଓ ସୁଶ୍ରୀ ଦିବ୍ୟଦର୍ଶିନୀଙ୍କୁ ସମ୍ମାନିତ କରାଯିବ ବୋଲି ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଯୁବ ବାସ୍କେଟବଲ କ୍ଲବର ମୁଖ୍ୟ ଉପଦେଷ୍ଟା ସରୋଜ କୁମାର ପାତ୍ର ପ୍ରକାଶ କରିଛନ୍ତି। ପ୍ରତିଯୋଗିତାର ଚାମ୍ପିୟନ ଦଳକୁ ୨୫,୦୦୦, ରନରଅପ୍‌କୁ ୧୫,୦୦୦ ଓ ଦ୍ୱିତୀୟ ରନରଅପ୍‌କୁ ୭,୦୦୦ଟଙ୍କା ପୁରସ୍କାର ଆକାରରେ ପ୍ରଦାନ କରାଯିବ ବୋଲି କ୍ଲବ ସଭାପତି ବିଶ୍ୱଜିତ ମହାନ୍ତି ଜଣାଇଛନ୍ତି। ଉକ୍ତ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସମ୍ପାଦକ ଦେବାଶିଷ ସାବ୍ୟସାଚୀ ଚକ୍ର, ଟୁର୍ନାମେଣ୍ଟ ସଂଯୋଜକ ଆଦର୍ଶ ପଟ୍ଟନାୟକ, ପରାମର୍ଶଦାତା ମିଥୁନ ସୟ, ସିଦ୍ଧାନ୍ତ ଦାଶ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ କର୍ମକର୍ତ୍ତାମାନେ ପ୍ରତିଯୋଗିତାର ଜର୍ସି ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri