Posted inଖେଳ

ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ ଉଦ୍‌ଘାଟିତ

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି): ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ (ପୁରୁଷ) ଟୁର୍ନାମେଣ୍ଟ ମଙ୍ଗଳବାର କିଟ୍‌ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। କିଟ୍‌ କ୍ରିକେଟ ଷ୍ଟାଡିୟମରେ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଜ୍ଞାନ ରଞ୍ଜନ ମହାନ୍ତି ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। କିଟ୍‌ ଓ କିସ୍‌ର କ୍ରୀଡ଼ା ମହାନିର୍ଦ୍ଦେଶକ ଗଗନେନ୍ଦୁ ଦାଶ, ସହକାରୀ କ୍ରୀଡ଼ା ନିର୍ଦ୍ଦେଶକ ରଶ୍ମିତା ମହାନ୍ତି ଓ ରେଭେନ୍ସା ବିଶ୍ୱବିଦ୍ୟାଳୟର କ୍ରୀଡ଼ା ଅଧିକାରୀ ଅଞ୍ଜନ କୁମାର ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ଥିଲେ। ମାର୍ଚ୍ଚ ୭ ପର୍ଯ୍ୟନ୍ତ ଚାଲିବାକୁ ଥିବା ପ୍ରତିଯୋଗିତାରେ ମୋଟ ୬୮ଟି ଦଳ ଅଂଶଗ୍ରହଣ କରିଛନ୍ତି। ମ୍ୟାଚଗୁଡ଼ିକ କିଟ୍‌ ସମେତ ରେଭେନ୍ସା ବିଶ୍ୱବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ହେଉଛି। ଏହି ଟୁର୍ନାମେଣ୍ଟରୁ ବିସିସିଆଇ ଭିଜି ଟ୍ରଫି ପାଇଁ ପୂର୍ବାଞ୍ଚଳ ବିଶ୍ୱବିଦ୍ୟାଳୟ ଦଳ ଚୟନ ହେବ। ପ୍ରଥମ ଦିବସରେ କିଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ୨ଟି ମ୍ୟାଚରେ ଦାର୍ଜିଲିଂର ୟୁନିଭର୍ସିଟି ଅଫ୍‌ ନର୍ଥ ବେଙ୍ଗଲ ୩ ଉଇକେଟରେ ଟିଏମ୍‌. ଭାଗଲପୁର ବିଶ୍ୱବିଦ୍ୟାଳୟକୁ ଏବଂ ଦିବ୍ରୁଗଡ଼ ବିଶ୍ୱବିଦ୍ୟାଳୟ ୩ ଉଇକେଟରେ ଓ୍ବେଷ୍ଟବେଙ୍ଗଲ ଷ୍ଟେଟ୍‌ ୟୁନିଭର୍ସିଟିକୁ ପରାସ୍ତ କରିଛି। ସେହିପରି ରେଭେନ୍ସା ଗ୍ରାଉଣ୍ଡ-୧ରେ ଅନୁଷ୍ଠିତ ୨ଟି ମ୍ୟାଚରେ ବୋଧଗୟାର ମଗଧ ବିଶ୍ୱବିଦ୍ୟାଳୟ ୧୩୨ ରନରେ ୟୁନିଭର୍ସିଟି ଅଫ୍‌ କୋଲକାତାକୁ ଏବଂ ଯାଦବପୁର ବିଶ୍ୱବିଦ୍ୟାଳୟ ୯ ଉଇକେଟରେ ଜଗଦଲପୁରର ଶହୀଦ ମହେନ୍ଦ୍ର କର୍ମା ବିଶ୍ୱବିଦ୍ୟାଳୟକୁ ହରାଇ ଦେଇଛି। ରେଭେନ୍ସା ଗ୍ରାଉଣ୍ଡ-୨ରେ ଚାଇଁବସାର କୋହ୍ନଣ ବିଶ୍ୱବିଦ୍ୟାଳୟ ୧୦ ଉଇକେଟରେ କଟକର ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟକୁ ଏବଂ ରାୟପୁରର ପଣ୍ଡିତ ରବିଶଙ୍କର ଶୁକ୍ଳା ବିଶ୍ୱବିଦ୍ୟାଳୟ ୮୩ ରନରେ ସନ୍ତ ଗହିରା ଗୁରୁ ବିଶ୍ୱବିଦ୍ୟାଳୟକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ...

ମୁମ୍ବାଇ ଇଣ୍ଡିଆନ୍ସ ସହ ଗୁଜରାଟ ଟାଇଟାନ୍ସକୁ ବି ଡୁବେଇଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପୂର୍ବତନ କ୍ରିକେଟର୍‌ ଆଣିଲେ ଅଭିଯୋଗ

ନୂଆଦିଲ୍ଲୀ,୧୮।୪: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଗୁଜରାଟ ଟାଇଟାନ୍ସ ଆଇପିଏଲ ୨୦୨୨ ଜିତିଥିଲା। ଏହା ପରେ, ଗୁଜରାଟ ଆଇପିଏଲ ୨୦୨୩ରେ ରନର୍‌ ଅପ୍‌ ହୋଇଥିଲା। କିନ୍ତୁ ଏହି...

କୋହଲିଙ୍କଠାରୁ ପ୍ରେରଣା ପାଇ ୟୁପିଏସ୍‌ସିରେ ତୃତୀୟ ସ୍ଥାନ ହାସଲ କଲେ ଅନନ୍ୟା: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୪: ଭାରତର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଦୁନିଆର ଅନ୍ୟତମ ଲୋକପ୍ରିୟ ଆଥଲେଟ ଅଟନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ତାଙ୍କର ୮୦୦ ମିଲିୟନରୁ ଅଧିକ ଫଲୋଅର୍ସ...

ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ

ଅହମଦାବାଦ,୧୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇ ତୃତୀୟ ବିଜୟ ହାସଲ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ ବ୍ୟାଟିଂ କରି ଟାଇଟନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri