Posted inଖେଳ

ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ ଉଦ୍‌ଘାଟିତ

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି): ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ (ପୁରୁଷ) ଟୁର୍ନାମେଣ୍ଟ ମଙ୍ଗଳବାର କିଟ୍‌ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। କିଟ୍‌ କ୍ରିକେଟ ଷ୍ଟାଡିୟମରେ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଜ୍ଞାନ ରଞ୍ଜନ ମହାନ୍ତି ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। କିଟ୍‌ ଓ କିସ୍‌ର କ୍ରୀଡ଼ା ମହାନିର୍ଦ୍ଦେଶକ ଗଗନେନ୍ଦୁ ଦାଶ, ସହକାରୀ କ୍ରୀଡ଼ା ନିର୍ଦ୍ଦେଶକ ରଶ୍ମିତା ମହାନ୍ତି ଓ ରେଭେନ୍ସା ବିଶ୍ୱବିଦ୍ୟାଳୟର କ୍ରୀଡ଼ା ଅଧିକାରୀ ଅଞ୍ଜନ କୁମାର ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ଥିଲେ। ମାର୍ଚ୍ଚ ୭ ପର୍ଯ୍ୟନ୍ତ ଚାଲିବାକୁ ଥିବା ପ୍ରତିଯୋଗିତାରେ ମୋଟ ୬୮ଟି ଦଳ ଅଂଶଗ୍ରହଣ କରିଛନ୍ତି। ମ୍ୟାଚଗୁଡ଼ିକ କିଟ୍‌ ସମେତ ରେଭେନ୍ସା ବିଶ୍ୱବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ହେଉଛି। ଏହି ଟୁର୍ନାମେଣ୍ଟରୁ ବିସିସିଆଇ ଭିଜି ଟ୍ରଫି ପାଇଁ ପୂର୍ବାଞ୍ଚଳ ବିଶ୍ୱବିଦ୍ୟାଳୟ ଦଳ ଚୟନ ହେବ। ପ୍ରଥମ ଦିବସରେ କିଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ୨ଟି ମ୍ୟାଚରେ ଦାର୍ଜିଲିଂର ୟୁନିଭର୍ସିଟି ଅଫ୍‌ ନର୍ଥ ବେଙ୍ଗଲ ୩ ଉଇକେଟରେ ଟିଏମ୍‌. ଭାଗଲପୁର ବିଶ୍ୱବିଦ୍ୟାଳୟକୁ ଏବଂ ଦିବ୍ରୁଗଡ଼ ବିଶ୍ୱବିଦ୍ୟାଳୟ ୩ ଉଇକେଟରେ ଓ୍ବେଷ୍ଟବେଙ୍ଗଲ ଷ୍ଟେଟ୍‌ ୟୁନିଭର୍ସିଟିକୁ ପରାସ୍ତ କରିଛି। ସେହିପରି ରେଭେନ୍ସା ଗ୍ରାଉଣ୍ଡ-୧ରେ ଅନୁଷ୍ଠିତ ୨ଟି ମ୍ୟାଚରେ ବୋଧଗୟାର ମଗଧ ବିଶ୍ୱବିଦ୍ୟାଳୟ ୧୩୨ ରନରେ ୟୁନିଭର୍ସିଟି ଅଫ୍‌ କୋଲକାତାକୁ ଏବଂ ଯାଦବପୁର ବିଶ୍ୱବିଦ୍ୟାଳୟ ୯ ଉଇକେଟରେ ଜଗଦଲପୁରର ଶହୀଦ ମହେନ୍ଦ୍ର କର୍ମା ବିଶ୍ୱବିଦ୍ୟାଳୟକୁ ହରାଇ ଦେଇଛି। ରେଭେନ୍ସା ଗ୍ରାଉଣ୍ଡ-୨ରେ ଚାଇଁବସାର କୋହ୍ନଣ ବିଶ୍ୱବିଦ୍ୟାଳୟ ୧୦ ଉଇକେଟରେ କଟକର ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟକୁ ଏବଂ ରାୟପୁରର ପଣ୍ଡିତ ରବିଶଙ୍କର ଶୁକ୍ଳା ବିଶ୍ୱବିଦ୍ୟାଳୟ ୮୩ ରନରେ ସନ୍ତ ଗହିରା ଗୁରୁ ବିଶ୍ୱବିଦ୍ୟାଳୟକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?