୧୬ ରୁ ୧୮ ବର୍ଷା

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ତିନିଦିନ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୧୬ ତାରିଖରେ ସମ୍ବଲପୁର, ନୂଆପଡ଼ା, ବରଗଡ଼, ଝରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ରେ ସ୍ବଳ୍ପ ପରିମାଣର ବର୍ଷା ହେବ। ସେହିପରି ୧୭ ତାରିଖରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ ଜିଲାରେ ବର୍ଷା ହେବ। ସେହିଦିନ ବିଭିନ୍ନ ଜିଲାକୁ ଝଡ଼ତୋଫାନ ସହିତ ବଜ୍ରପାତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗୀର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ ଓ ଢେଙ୍କାନାଳ ଆଦି ୧୫ଜିଲାକୁ ଝଡ଼ତୋଫାନ ସହିତ ବଜ୍ରପାତ ହେବାର ଆଶଙ୍କା ଥିବାରୁ ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୮ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଗଜପତି, ଗଞ୍ଜାମ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଅନ୍ୟପକ୍ଷରେ ଧୀରେ ଧୀରେ ପାରଦ ଉପରମୁହାଁ ହେଉଛି। ରବିବାର ଫୁଲବାଣୀ ଓ ବୌଦ୍ଧ ଜିଲାରେ ସର୍ବନିମ୍ନ ୧୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ତେବେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri