କୋରାପୁଟ,୨୦।୮(ଅମିତାଭ ବେହେରା)କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକ ନନ୍ଦିଗାଁ ପଞ୍ଚାୟତର ୧୬ ଗାଁ ୧୫ ଦିନ ହେବ ଅନ୍ଧକାର ରହିଛି। ତେଣୁ ପଞ୍ଚାୟତତବାସୀ ଶନିବାର କୋରାପୁଟ ଆସି ବିଦ୍ୟୁତ୍ ବିଭାଗ ତଥା ଟାଟା ପାୱାରର ଉପଖଣ୍ଡ ସହକାରୀ ଯନ୍ତ୍ରୀ ବିଜୟ କୁମାର ପଣ୍ଡାଙ୍କୁ ସାକ୍ଷାତ କରି ଉକ୍ତ ଗ୍ରାମଗୁଡିକରେ ବିଦ୍ୟୁତ୍ ସେବା ସ୍ବାଭାବିକ କରିବାକୁ ନିବେଦନ କରିଛନ୍ତି।
୧୫ ଦିନ ହେବ ନନ୍ଦିଗାଁ ପଞ୍ଚାୟତର ଏହି ଗ୍ରାମଗୁଡିକରେ ବିଦ୍ୟୁତ ନ ଥିବାରୁ ବିଭିନ୍ନ ଅସୁବିଧା ହେଉଥିବା ବାଣୁଆଗୁଡା ଗ୍ରାମର ତ୍ରିନାଥ କନ୍ଦପାନ କହିଛନ୍ତି। ବର୍ତ୍ତମାନ କିରୋସିନ ମୁଳୁ ନ ଥିବାରୁ ଏବେ ଲଣ୍ଠନ ଲଗାଇବା ମଧ୍ୟ ସମ୍ଭବ ହେଉନଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅନ୍ଧାରର ସୁଯୋଗ ନେଇ ଏହି ସବୁ ଗ୍ରାମରେ ଛେଳି, ମେଣ୍ଡା ସହ ବିଭିନ୍ନ ଚୋରି ବୃଦ୍ଧି ପାଉଥିବା ଡି. ସୁଜୁଲି ଗ୍ରାମର ଟୁଟୁ ଚେଟ୍ଟି ପ୍ରକାଶ କରିଛନ୍ତି। ଏନେଇ ଟାଟା ପାୱାର ସହକାରୀ ଯନ୍ତ୍ରୀ ବିଜୟ କୁମାର ପଣ୍ଡାଙ୍କୁ ପଚାରିବାରୁ ଉକ୍ତ ଗାଁ ଗୁଡ଼ିକୁ ଯେପରିଭାବେ ବିଦ୍ୟୁତ୍ ସେବା ସ୍ବାଭାବିକ ହେବ ସେ ନେଇ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।
Posted inHome, Home Left, ଆମ ଜିଲା ଖବର, କୋରାପୁଟ View All
ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...
ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ
ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...
ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର: ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…
ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...
ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….
ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...
ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…
ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...
୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…
ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…
ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...
ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍
ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...
Archives


