ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ ଘଟଣାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି । ଏହି ଘଟଣାରେ ଆନନ୍ଦପୁର ଥାନା କୋଲ୍ହାସାହି ଅଞ୍ଚଳର ସୁନୀଲ ହେମ୍ବ୍ରମଙ୍କୁ ପୋଲିସ ଗିରଫ କରିଛି ।

ପ୍ରାପ୍ତ ସୂଚନା ଅନୁସାରେ, ପୀଡିତା ନାବାଳିକା ତାଙ୍କ ମାମୁଁ ଘର କୋଲ୍ହାସାହିକୁ ଯାଇଥିବା ସମୟରେ ଅଭିଯୁକ୍ତ ସୁନୀଲ ହେମ୍ବ୍ରମଙ୍କ ସହ ପରିଚୟ ହୋଇଥିଲା । ପରେ ଦୁହିଁଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ିଉଠିଥିବା ବେଳେ, ଅଭିଯୁକ୍ତ ନାବାଳିକାଙ୍କ ସହ ଅନେକଥର ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି ।
ଏନେଇ ଆନନ୍ଦପୁର ଥାନାରେ କେସ୍ ନଂ–୧୫୭, ତାରିଖ ୨୭.୦୫.୨୦୨୬ ରେ ଭାରତୀୟ ନ୍ୟାୟ ସଂହିତା (BNS) ଧାରା ୬୪(୨)(ଏମ୍) ସହ ପୋକ୍ସୋ ଆଇନର ଧାରା ୬(୧) ଅନୁଯାୟୀ ମାମଲା ରୁଜୁ ହୋଇଛି । ଗିରଫ ଅଭିଯୁକ୍ତ ସୁନୀଲ ହେମ୍ବ୍ରମ (୨୦), ପିତା– ଦବା ଓରଫ ମଙ୍ଗଳ ସିଂହ ହେମ୍ବ୍ରମ, ଗ୍ରାମ– କୋଲ୍ହାସାହି, ଆନନ୍ଦପୁର ବୋଲି ଏସଡିପିଓ କମଳ ଲୋଚନ ପଣ୍ଡା ସୂଚନା ପ୍ରଦାନ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶାସ୍ତ୍ରୀ ନଗର ଦୁର୍ଘଟଣା ମାମଲାରେ କାର୍ଯ୍ୟାନୁଷ୍ଠାନ: କିଲର ଡ୍ରାଇଭର ଗିରଫ

ଭୁବନେଶ୍ୱର,୧୩।୭: ରାଜଧାନୀ ଭୁବନେଶ୍ୱରର ଶାସ୍ତ୍ରୀ ନଗରରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ମାମଲାରେ କମିଶନରେଟ୍ ପୋଲିସ ବଡ଼ ସଫଳତା ପାଇଛି। ଦୁର୍ଘଟଣା ଘଟାଇ ଜଣଙ୍କ ମୃତ୍ୟୁର କାରଣ…

ଭୁଶୁଡିଲା ବିଜେଡି ଗଡ଼; ସାମୂହିକ ଇସ୍ତଫା ଦେଲେ ୧୦ କାଉନସିଲର, ଜାଣନ୍ତୁ କାହିଁକି…

ଝାରସୁଗୁଡ଼ା,୧୪।୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେଲପାହଡ଼ରେ ଭୁଶୁଡୁଛି ବିଜେଡି ଗଡ଼। ବିଜେଡି ସଦସ୍ୟତାରୁ ଇସ୍ତଫା ଦେଲେ ୧୦ କାଉନସିଲର। ହିତେଶ ଠକରଙ୍କୁ ନିଲମ୍ବନ ପରେ କାଉନସିଲର ବିଜେଡି…

ରଥଯାତ୍ରା ପୂର୍ବରୁ ଏମିତି କହିଲେ ସୌମେନ୍ଦ୍ର ପ୍ରିୟଦର୍ଶୀ: ୬୫ ସ୍ଥାନରେ…

ପୁରୀ, ୧୪।୭: ପବିତ୍ର ରଥଯାତ୍ରା ଅବସରରେ ପୁରୀକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କୁ ଟ୍ରାଫିକ୍‌ ନିର୍ଦ୍ଦେଶାବଳୀ ଭଲଭାବେ ଅନୁଧ୍ୟାନ କରିବାକୁ ରଥଯାତ୍ରା ପରିଚାଳନା ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ପରାମର୍ଶ ଦେଇଛନ୍ତି।…

ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ମଧ୍ୟରେ ଭୀଷଣ ଧକ୍କା: ଚୂରମାର ହେଲା…

ତେହରାନ,୧୪।୭: ହର୍ମୁଜ୍ ପ୍ରଣାଳୀରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ହୋଇଛି । ​​ଏକ ବଲ୍କ କ୍ୟାରିଅର୍ ଅନ୍ୟ ଏକ ଜାହାଜ ସହିତ ଧକ୍କା ହୋଇଛି । ଧକ୍କା…

ଏହି ଛାତ୍ରୀଛାତ୍ରଙ୍କୁ ମିଳିବ କେଜିରୁ ପିଜି ମାଗଣା ଶିକ୍ଷା; ଜାରି ହେଲା ଯୋଗ୍ୟତା ସର୍ତ୍ତ

ଭୁବନେଶ୍ୱର,୧୪।୭: କେଜିରୁ ପିଜି ମାଗଣା ପାଠପଢ଼ା ପ୍ରସଙ୍ଗ ଉପରେ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଯୋଗ୍ୟତା ସର୍ତ୍ତ ଜାରି କରାଯାଇଛି। ସୂଚନାନୁସାରେ ଶ୍ରେଣୀଗୃହରେ ୭୫% ଉପସ୍ଥାନ ବାଧ୍ୟତାମୂଳକ ରହିଛି।…

ରାଜଧାନୀରେ ମାତିଲେଣି ଲୁଟେରା, ଘରେ ପଶି ନେଇଗଲେ ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର

ଭୁବନେଶ୍ୱର,୧୪।୭: ରାଜଧାନୀ ଉପପଣ୍ଠରେ ମାତିଛନ୍ତି ଲୁଟେରା। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଜାମୁକୋଳି ଗାଁରେ ଏକ ବଡ଼ ଧରଣର ଲୁଟ ହୋଇଛି। କେତେଜଣ ଦୁର୍ବୃତ୍ତ ଜାମୁକୋଳି ଗାଁର ଏକ…

ମହିଳା ଶ୍ରମିକଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍‌: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଉରକେଲା,୧୪।୭(ସଙ୍ଗୀତା ଜେନା) ବେଦବ୍ୟାସ ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଯାଇଛି। ସ’ମିଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଚଢ଼ିଯିବାରୁ ଜଣେ ମହିଳା ଶ୍ରମିକଙ୍କ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri