ଦିନକ ପାଇଁ ପ୍ରଧାନମନ୍ତ୍ରୀ ହେଲେ ୧୬ ବର୍ଷ ବୟସ୍କା ବାଳିକା

ହେଲସିଙ୍କି, ୧୦।୧୦: ଫିନଲାଣ୍ଡ୍‌ରେ ଜଣେ ୧୬ ବର୍ଷ ବୟସ୍କା ବାଳିକାଙ୍କୁ ଦିନକ ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାର ସମ୍ଭାଳିବାକୁ ପଡ଼ିଛି। ଏନେଇ ପ୍ରଧାନମନ୍ତ୍ରୀ ସନା ମରିନ୍‌ ପଦବୀ ଖାଲି କରିଥିଲେ। ତାଙ୍କ ସ୍ଥାନରେ ଦିନକ ଲାଗି ଆଭା ମୁତ୍ତୋଙ୍କୁ ପ୍ରଧାନମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି। ଲିଙ୍ଗଗତ ଅନ୍ତର ଦୂର କରିବା ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା କୁହାଯାଇଛି। ଆଭା ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରି କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସହିତ ଜ୍ଞାନକୌଶଳ କ୍ଷେତ୍ରରେ ମହିଳାଙ୍କ ଅଧିକାର ସମ୍ପର୍କରେ ଚର୍ଚ୍ଚା କରିଥିଲେ। ଏହି ସହିତ ସେ ନିଜ ଭାଷଣରେ କହିଥିଲେ ଯେ, ବର୍ତ୍ତମାନ ସୁଦ୍ଧା ପୃଥିବୀର କୌଣସି ସ୍ଥାନରେ ଲିଙ୍ଗଗତ ସମାନତା ହାସଲ କରାଯାଇ ପାରିନାହିଁ। ଏକ୍ଷେତ୍ରରେ ଫିନ୍‌ଲାଣ୍ଡ ବହୁ ସଫଳତା ହାସଲ କରିଥିଲେ ବି ଏବେ କେତେକ କ୍ଷେତ୍ରରେ କାର୍ଯ୍ୟ ଜାରି ରହିଛି। ଫିନଲାଣ୍ଡ ସରକାରଙ୍କ ପକ୍ଷରୁ ଆଭାଙକ ଭାଷଣକୁ ୟୁଟ୍ୟୁବ୍‌ ଚ୍ୟାନେଲ୍‌ରେ ଅପ୍‌ ଲୋଡ୍‌ କରାଯାଇଛି। ଏବେ ଏହା ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଫିନଲାଣ୍ଡରେ ‘ଗଲର୍‌ସ ଟେକ୍‌ ଓଭର’ କାର୍ଯ୍ୟକ୍ରମ ମାଧ୍ୟମରେ ଗୋଟିଏ ଦିନ ପାଇଁ ରାଜନୈତିକ ପଦପଦବୀରେ ଅଧିଷ୍ଠିତ କରାଯାଉଛି। ଚଳିତ ବର୍ଷ କେନିଆ, ପେରୁ, ସୁଦାନ ଏବଂ ଭିଏତ୍‌ନାମ୍‌ରେ ବାଳିକାଙ୍କ ମଧ୍ୟରେ ଡିଜିଟାଲ ଏବଂ ଜ୍ଞାନକୌଶଳ କ୍ଷମତାର ବିକାଶ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri