Posted inଖେଳ

୧୬ ବର୍ଷର ଅପେକ୍ଷା ଶେଷ, ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତୀୟ ମହିଳା ହକିକୁ ବ୍ରୋଞ୍ଜ୍‌ ପଦକ…

ବର୍ମିଂହାମ, ୭।୮ : ଭାରତୀୟ ମହିଳା ହକି ଦଳ ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା-୨୦୨୨ରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛି। ଭାରତ ବନାମ ନ୍ୟୁଜିଲାଣ୍ଡ ମ୍ୟାଚ୍‌ରେ ଭାରତୀୟ ଦଳ ସୁଟଆଉଟ ମାଧ୍ୟମରେ ଡିଫେଣ୍ଡିଂ ଚାମ୍ପିଅନ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏହା ସହିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ୧୬ ବର୍ଷର ଅପେକ୍ଷା ଶେଷ ହୋଇଛି।

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଇତିହାସରେ ମହିଳା ହକିରେ ଏହା ହେଉଛି ଭାରତର ତୃତୀୟ ପଦକ। ଏହାପୂର୍ବରୁ ୨୦୦୨ରେ ଭାରତ ସ୍ବର୍ଣ୍ଣ ଜିତିଥିବାବେଳେ ୨୦୦୬ରେ ଭାରତୀୟ ଦଳ ରୌପ୍ୟ ପଦକ ଜିତିଥିଲା। ବର୍ତ୍ତମାନର ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଏହା ହେଉଛି ଭାରତର ୪୩ ତମ ପଦକ। ଭାରତ ଏପର୍ଯ୍ୟନ୍ତ ୧୫ ଟି ସ୍ବର୍ଣ୍ଣ, ୧୧ ଟି ରୌପ୍ୟ ଏବଂ ୧୭ ଟି ବ୍ରୋଞ୍ଜ ପଦକ ଜିତିଛି।

ନିର୍ଦ୍ଧାରିତ ସମୟରେ ଭାରତ ପାଇଁ ସଲିମା ଟେଟେ ଗୋଲ ସ୍କୋର କରିଥିଲେ। ସଲିମା ଟେଟେ ଅର୍ଦ୍ଧ ସମୟ ପୂର୍ବରୁ ଦ୍ୱିତୀୟ କ୍ୱାର୍ଟରର ୧୪ ତମ ମିନିଟରେ ଗୋଲ ସ୍କୋର କରି ଭାରତକୁ ୧-୦ରେ ଅଗ୍ରଣୀ କରାଇଥିଲେ ଯାହା ଶେଷ ପର୍ଯ୍ୟନ୍ତ ଚାଲିଥିଲା। ଏପରିକି ନ୍ୟୁଜିଲ୍ୟାଣ୍ଡ ଦଳ ଗତ ଚାରି ମିନିଟରେ ଗୋଲକିପରଙ୍କୁ ହଟାଇ ଦେଇଥିଲା, କିନ୍ତୁ ଭାରତ ଗୋଲ ଦେଇପାରିନଥିବାବେଳେ କିୱି ଦଳ ଶେଷ ମିନିଟରେ ଏକ ପେନାଲ୍ଟି କର୍ଣ୍ଣର ଦେଇ ଗୋଲ ସ୍କୋର କରିଥିଲା ଏବଂ ମ୍ୟାଚ ସୁଟଆଉଟରେ ପହଞ୍ଚିଥିଲା।

ଉଭୟ ଦଳ ୧-୧ ଗୋଲ ସ୍କୋର କରିଥିଲେ। ଏହା ପରେ ଫଳାଫଳ ପାଇଁ ଏକ ସୁଟଆଉଟ କରାଯାଇଥିଲା ଯେଉଁଠାରେ ଭାରତ ନ୍ୟୁଜିଲାଣ୍ଡ ଦଳକୁ ୨-୧;ର ପରାସ୍ତ କରିଥିଲା। ଗୋଲକିପର ସବିତା ପୁନିଆ ଭାରତକୁ ଗୋଲରୁ ସୁରକ୍ଷିତ ରଖିଥିଲେ। ଏହାପୂର୍ବରୁ ସେମିଫାଇନାଲରେ ସୁଟଆଉଟରେ ଅଷ୍ଟ୍ରେଲିଆ ଭାରତକୁ ୩-୦ରେ ପରାସ୍ତ କରି ସ୍ବଣ୍ଣର୍ର୍ ପଦକ ଦୌଡ଼ରୁ ବାହାର କରିଦେଇଥିଲା। ୨୦୦୨ରେ, ଫାଇନାଲରେ ଇଂଲଣ୍ଡକୁ ପରାସ୍ତ କରି ଭାରତ ଚାମ୍ପିୟନ ହୋଇଥିବାବେଳେ ୨୦୦୬ ରେ ଟିମ ଇଣ୍ଡିଆ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ପରାଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?