Posted inଜାତୀୟ

କର୍ନାଟକରେ ୧,୬୦୦ ଟନ୍‌ର ଲିଥିୟମ ଖଣି ଠାବ

ନୂଆଦିଲ୍ଲୀ, ୨୭ା୭: କର୍ନାଟକର ମାଣ୍ଡ୍ୟା ଏବଂ ୟାଦଗିରି ଜିଲାରେ ଲିଥିୟମ୍‌ ଖଣିର ସନ୍ଧାନ ମିଳିଥିବା କେନ୍ଦ୍ର ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟ ସଭାକୁ ସୂଚନା ଦେଇଛନ୍ତି। ଉପରୋକ୍ତ ୨ ଜିଲାର ଖଣିରେ ୧,୬୦୦ ଟନ୍‌ ଓଜନର ଲିଥିୟମ୍‌ ମହଜୁଦ ଥିବା ଆଟୋମିକ୍‌ ମିନେରାଲ୍ସ ଡାଇରେକ୍ଟୋରେଟ୍‌ ଫର୍‌ ଏକ୍ସପ୍ଲୋରେଶନ ଆଣ୍ଡ ରିସର୍ଚ୍ଚ (ଏଏମ୍‌ଡି) ଆକଳନ କରିଛି। ଉଭୟ ଖଣିର ପ୍ରାରମ୍ଭିକ ସର୍ଭେ ଓ ସୀମିତ ଅନ୍ବେଷଣ କରାଯାଇଥିବା ମନ୍ତ୍ରୀ ଗୃହକୁ କହିଛନ୍ତି। ଛତିଶଗଡ଼ର କୋର୍ବା ଜିଲାରେ ମଧ୍ୟ ଲିଥିୟମ୍‌ ଥିବା ନେଇ ଅନୁସନ୍ଧାନ ଚାଲିଛି। ସେହିପରି ରାଜସ୍ଥାନ, ବିହାର, ଆନ୍ଧ୍ରପ୍ରଦେଶରେ ରହିଥିବା ମାଇକା ବେଲ୍ଟ ଏବଂ ଓଡ଼ିଶା, ଛତିଶଗଡ଼ ଓ କର୍ନାଟକରେ ରହିଥିବା ପେଗ୍‌ମାଟାଇଟ୍‌ ବେଲ୍ଟରେ ସମ୍ଭାବ୍ୟ ଲିଥିୟମ ସମ୍ପଦ ଥିବା ନେଇ ଭୂତତ୍ତ୍ୱ ବିଭାଗ ଅନ୍ବେଷଣ ଚଳାଇଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri