Posted inଜାତୀୟ

ଟ୍ରେନ୍‌ ଧକ୍କାରେ ବର୍ଷକୁ ମରୁଛନ୍ତି ୧୬,୦୦୦ ପ୍ରାଣୀ

ଲକ୍ଷ୍ନୌ,୨୮ା୧୨: ବନ୍ଦେ ଭାରତ ଏକ୍ସପ୍ରେସ୍‌ ଧକ୍କାରେ ବାରମ୍ବାର ଜୀବଜନ୍ତୁଙ୍କ ଜୀବନ ଯାଉଥିବା ଅଭିଯୋଗ ହେଉଥିବାବେଳେ ବୁଧବାର ଭାରତର ନିୟନ୍ତ୍ରକ ଓ ମହାଲେଖା ପରୀକ୍ଷକ (ସିଏଜି) ଏ ସମ୍ପର୍କିତ ରିପୋର୍ଟ ପ୍ରଦାନ କରିଛନ୍ତି। ଭାରତୀୟ ରେଳପଥ ଦ୍ୱାରା ପରିଚାଳିତ ଟ୍ରେନ୍‌ଗୁଡ଼ିକର ଧକ୍କାରେ ସାରା ଦେଶରେ ବର୍ଷକୁ ହାରାହାରି ୧୬,୦୦୦ ପ୍ରାଣୀଙ୍କ ମୃତ୍ୟୁ ଘଟୁଛି। ୨୦୧୭ରୁ ୨୦୨୧ ଆର୍ଥିକବର୍ଷ ମଧ୍ୟରେ ୬୩,୩୪୫ ଜନ୍ତୁଙ୍କ ମୃତ୍ୟୁ ଘଟିଥିବା ରେଲଓ୍ବେ ପକ୍ଷରୁ ରେକର୍ଡ କରାଯାଇଛି ବୋଲି ସିଏଜି ନିଜ ରିପୋର୍ଟରେ ଉଲ୍ଲେଖ କରିଛନ୍ତି। ଏଥିରୁ ସର୍ବାଧିକ ଜନ୍ତୁଙ୍କ ମୃତ୍ୟୁ ଉତ୍ତର ପ୍ରଦେଶରେ ଘଟୁଛି। ଦେଶର ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ରାଜ୍ୟ ୟୁପିରେ ୪ଟି ରେଲଓ୍ବେ ଜୋନ୍‌ ରହିଛି। ସେଗୁଡ଼ିକ ହେଲା ନର୍ଦ୍ଦର୍ନ ସେଣ୍ଟ୍ରାଲ ରେଲଓ୍ବେ(ଏନ୍‌ସିଆର୍‌), ନର୍ଦ୍ଦର୍ନ ରେଲଓ୍ବେ (ଏନ୍‌ଆର୍‌), ନର୍ଦ୍ଦର୍ନଇଷ୍ଟର୍ନ ରେଲଓ୍ବେ (ଏନ୍‌ଇଆର୍‌) ଏବଂ ଇଷ୍ଟ୍‌ ସେଣ୍ଟ୍ରାଲ ରେଲଓ୍ବେ (ଇସିଆର୍‌)। ୨୦୨୧ ଜାନୁୟାରୀରୁ ୨୦୨୨ ଏପ୍ରିଲ ମଧ୍ୟରେ କେବଳ ୟୁପିର ଉପରୋକ୍ତ ୪ ଜୋନ୍‌ରେ ଟ୍ରେନ୍‌ ଧକ୍କାରେ ୧୮,୬୫୫ ପ୍ରାଣୀଙ୍କ ମୃତ୍ୟୁ ଘଟିଥିବା ଏଥିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri