ପ୍ରବାସୀଙ୍କ ଲାଗି ୧୬ ହଜାର କୋଟି ବିନିଯୋଗ

 

ନୂଆଦିଲ୍ଲୀ,୨୧।୮: କେନ୍ଦ୍ର ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ଗରିବ କଲ୍ୟାଣ ରୋଜଗାର ଅଭିଯାନ(ଜିକେଆର୍‌ଏ)ରେ ବର୍ତ୍ତମାନ ସୁଦ୍ଧା ୧୬,୭୮୬ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହୋଇଛି। ଘରକୁ ଫେରିଥିବା ପ୍ରବାସୀ ଶ୍ରମିକଙ୍କୁ ରୋଜଗାର ଯୋଗାଇ ଦେବା ଲାଗି ୬ ରାଜ୍ୟରେ ଏହି ଯୋଜନାକୁ ଆରମ୍ଭ କରାଯାଇଥିଲା। ଏହି ରାଜ୍ୟଗୁଡିକ ମଧ୍ୟରେ ଓଡ଼ିଶା, ରାଜସ୍ଥାନ, ବିହାର, ଝାଡ଼ଖଣ୍ଡ,ମଧ୍ୟପ୍ରଦେଶ ଏବଂ ଉତ୍ତରପ୍ରଦେଶ ରହିଛି। ଏହି ରାଜ୍ୟଗୁଡିକର ୧୧୬ ଜିଲାରେ ପ୍ରବାସୀଙ୍କୁ ଜୀବିକା ପ୍ରଦାନ ଲାଗି ଏଭଳି ଅଭିଯାନ ଉପରେ ଫୋକସ୍‌ କରାଯାଇଥିଲା। ଯୋଜନା ଆରମ୍ଭ ହେବାର ୭ ସପ୍ତାହ ସୁଦ୍ଧା ୨୧ କୋଟି ମ୍ୟାନ୍‌ଡେଜ୍‌(ମାନବ ଦିବସ) ନିଯୁକ୍ତି ସୃଷ୍ଟି କରାଯାଇଛି।
ବର୍ତ୍ତମାନ ସୁଦ୍ଧା ୧୬,୭୮୬ କୋଟି ବିନିଯୋଗ ଦ୍ୱାରା ୭୭,୯୯୪ ଜଳ ସଂରକ୍ଷଣ ଷ୍ଟ୍ରକଚର, ୨.୩୩ ଲକ୍ଷ ଗ୍ରାମୀଣ ବାସଗୃହ, ୧୭,୯୩୩ ଗୁହାଳ,୧୧,୩୭୨ ଗ୍ରାମୀଣ ପୋଖରୀ, ୩୫୫୨ ଗୋଷ୍ଠୀ ସ୍ବଚ୍ଛତା କମ୍ପ୍ଲେକ୍ସ ନିର୍ମାଣ କରାଯାଇଛି। ଜିଲା ଖଣିଜ ପାଣ୍ଠି ଦ୍ୱାରା ୬,୩୦୦ ଲୋକଙ୍କୁ ନିଯୁକ୍ତି ଯୋଗାଣ ଲାଗି ବ୍ୟବସ୍ଥା କରାଯାଇଛି। ୭୬୪ ଗ୍ରାମପଞ୍ଚାୟତକୁ ଇଣ୍ଟରନେଟ ସୁବିଧା କରାଯାଇଛି। ଏହାବାଦ ୨୫,୪୯୭ ବ୍ୟକ୍ତି ବିଶେଷଙ୍କୁ କୃଷିବିଜ୍ଞାନ କେନ୍ଦ୍ରଗୁଡିକରେ ତାଲିମ ପ୍ରଦାନ କରାଯାଇଛି। ସରକାରଙ୍କ ୧୨ ମନ୍ତ୍ରଣାଳୟ ଏବଂ ବିଭାଗର ସମନ୍ବୟରେ ଏହି ଯୋଜନାକୁ କାର୍ଯ୍ୟକାରୀ କରାଯାଉଛି। କରୋନା ସମୟରେ ଘରକୁ ଫେରିଥିବା ପ୍ରବାସୀଙ୍କୁ କାମ ଯୋଗାଇଦେବା ଲାଗି ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ହାତକୁ ନିଆଯାଉଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri