ପ୍ରବାସୀଙ୍କ ଲାଗି ୧୬ ହଜାର କୋଟି ବିନିଯୋଗ

 

ନୂଆଦିଲ୍ଲୀ,୨୧।୮: କେନ୍ଦ୍ର ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ଗରିବ କଲ୍ୟାଣ ରୋଜଗାର ଅଭିଯାନ(ଜିକେଆର୍‌ଏ)ରେ ବର୍ତ୍ତମାନ ସୁଦ୍ଧା ୧୬,୭୮୬ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହୋଇଛି। ଘରକୁ ଫେରିଥିବା ପ୍ରବାସୀ ଶ୍ରମିକଙ୍କୁ ରୋଜଗାର ଯୋଗାଇ ଦେବା ଲାଗି ୬ ରାଜ୍ୟରେ ଏହି ଯୋଜନାକୁ ଆରମ୍ଭ କରାଯାଇଥିଲା। ଏହି ରାଜ୍ୟଗୁଡିକ ମଧ୍ୟରେ ଓଡ଼ିଶା, ରାଜସ୍ଥାନ, ବିହାର, ଝାଡ଼ଖଣ୍ଡ,ମଧ୍ୟପ୍ରଦେଶ ଏବଂ ଉତ୍ତରପ୍ରଦେଶ ରହିଛି। ଏହି ରାଜ୍ୟଗୁଡିକର ୧୧୬ ଜିଲାରେ ପ୍ରବାସୀଙ୍କୁ ଜୀବିକା ପ୍ରଦାନ ଲାଗି ଏଭଳି ଅଭିଯାନ ଉପରେ ଫୋକସ୍‌ କରାଯାଇଥିଲା। ଯୋଜନା ଆରମ୍ଭ ହେବାର ୭ ସପ୍ତାହ ସୁଦ୍ଧା ୨୧ କୋଟି ମ୍ୟାନ୍‌ଡେଜ୍‌(ମାନବ ଦିବସ) ନିଯୁକ୍ତି ସୃଷ୍ଟି କରାଯାଇଛି।
ବର୍ତ୍ତମାନ ସୁଦ୍ଧା ୧୬,୭୮୬ କୋଟି ବିନିଯୋଗ ଦ୍ୱାରା ୭୭,୯୯୪ ଜଳ ସଂରକ୍ଷଣ ଷ୍ଟ୍ରକଚର, ୨.୩୩ ଲକ୍ଷ ଗ୍ରାମୀଣ ବାସଗୃହ, ୧୭,୯୩୩ ଗୁହାଳ,୧୧,୩୭୨ ଗ୍ରାମୀଣ ପୋଖରୀ, ୩୫୫୨ ଗୋଷ୍ଠୀ ସ୍ବଚ୍ଛତା କମ୍ପ୍ଲେକ୍ସ ନିର୍ମାଣ କରାଯାଇଛି। ଜିଲା ଖଣିଜ ପାଣ୍ଠି ଦ୍ୱାରା ୬,୩୦୦ ଲୋକଙ୍କୁ ନିଯୁକ୍ତି ଯୋଗାଣ ଲାଗି ବ୍ୟବସ୍ଥା କରାଯାଇଛି। ୭୬୪ ଗ୍ରାମପଞ୍ଚାୟତକୁ ଇଣ୍ଟରନେଟ ସୁବିଧା କରାଯାଇଛି। ଏହାବାଦ ୨୫,୪୯୭ ବ୍ୟକ୍ତି ବିଶେଷଙ୍କୁ କୃଷିବିଜ୍ଞାନ କେନ୍ଦ୍ରଗୁଡିକରେ ତାଲିମ ପ୍ରଦାନ କରାଯାଇଛି। ସରକାରଙ୍କ ୧୨ ମନ୍ତ୍ରଣାଳୟ ଏବଂ ବିଭାଗର ସମନ୍ବୟରେ ଏହି ଯୋଜନାକୁ କାର୍ଯ୍ୟକାରୀ କରାଯାଉଛି। କରୋନା ସମୟରେ ଘରକୁ ଫେରିଥିବା ପ୍ରବାସୀଙ୍କୁ କାମ ଯୋଗାଇଦେବା ଲାଗି ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ହାତକୁ ନିଆଯାଉଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri