ପୁଣି ରାଜ୍ୟରେ ୧୬୧ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟରେ ବୁଧବାର ୧୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୯୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୬ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୯ ହଜାର ୬୦୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୮, ଭଦ୍ରକରୁ ୩, କଟକରୁ ୩୨, ଜଗତ୍‌ସିଂହପୁରରୁ ୩, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୩, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୬୦, ମୟୂରଭଞ୍ଜରୁ ୧, ନୂଆପଡ଼ାରୁ ୧, ପୁରୀରୁ ୫ ରାୟଗଡ଼ାରୁ ୫, ସମ୍ବଲପୁରରୁ ୧, ସୁବର୍ଣ୍ଣପୁରରୁ ୮, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ୍‌ ପୁଲ୍‌ରୁ ୧୫ ଜଣ ଅଛନ୍ତି।